< Kutoka 3 >
1 Basi Mose alikuwa anachunga mifugo ya Yethro mkwewe, kuhani wa Midiani. Mose akapeleka mifugo mbali nyuma ya jangwa, naye akafika Horebu, mlima wa Mungu.
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
2 Huko malaika wa Bwana akamtokea Mose katika mwali wa moto kutoka kichakani. Mose akaona kwamba ingawa kile kichaka kilikuwa kinawaka moto, kilikuwa hakiteketei.
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
3 Ndipo Mose akawaza, “Nitageuka sasa nione kitu hiki cha ajabu, nami nione ni kwa nini kichaka hiki hakiteketei.”
ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
4 Bwana alipoona kuwa amegeuka ili aone, Mungu akamwita kutoka ndani ya kile kichaka, “Mose! Mose!” Naye Mose akajibu, “Mimi hapa.”
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
5 Mungu akamwambia, “Usikaribie zaidi. Vua viatu vyako, kwa maana mahali unaposimama ni patakatifu.”
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
6 Kisha akamwambia, “Mimi ni Mungu wa baba yako, Mungu wa Abrahamu, Mungu wa Isaki, na Mungu wa Yakobo.” Mose aliposikia hayo, akafunika uso wake kwa sababu aliogopa kumtazama Mungu.
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
7 Bwana akamwambia, “Hakika nimeona mateso ya watu wangu katika Misri. Nimesikia kilio chao kwa sababu ya wasimamizi wao, nami naguswa na mateso yao.
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
8 Basi nimeshuka niwaokoe kutoka mkono wa Wamisri, niwatoe na kuwapandisha kutoka nchi hiyo, niwapeleke katika nchi nzuri na kubwa, nchi itiririkayo maziwa na asali, nchi ya Wakanaani, Wahiti, Waamori, Waperizi, Wahivi na Wayebusi.
ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
9 Sasa kilio cha Waisraeli kimenifikia, nami nimeona jinsi Wamisri wanavyowatesa.
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
10 Basi, sasa nenda. Ninakutuma kwa Farao ili kuwatoa watu wangu Waisraeli kutoka Misri.”
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
11 Lakini Mose akamwambia Mungu, “Mimi ni nani hata niende kwa Farao kuwatoa Waisraeli nchini Misri?”
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
12 Naye Mungu akasema, “Mimi nitakuwa pamoja nawe. Hii itakuwa ishara kwako kwamba ni Mimi nimekutuma: Hapo utakapokuwa umewatoa watu Misri, mtamwabudu Mungu katika mlima huu.”
ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
13 Mose akamwambia Mungu, “Ikiwa nitawaendea Waisraeli na kuwaambia, ‘Mungu wa baba zenu amenituma kwenu,’ nao wakiniuliza, ‘Jina lake ni nani?’ Nitawaambia nini?”
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
14 Mungu akamwambia Mose, “Mimi niko ambaye niko. Hivyo ndivyo utakavyowaambia Waisraeli: ‘Mimi niko amenituma kwenu.’”
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
15 Vilevile Mungu akamwambia Mose, “Waambie Waisraeli, ‘Bwana, Mungu wa baba zenu, Mungu wa Abrahamu, Mungu wa Isaki, na Mungu wa Yakobo amenituma kwenu.’ Hili ndilo Jina langu milele, Jina ambalo mtanikumbuka kwalo kutoka kizazi hadi kizazi.
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
16 “Nenda, ukawakusanye wazee wa Israeli, uwaambie, ‘Bwana, Mungu wa baba zenu, Mungu wa Abrahamu, Isaki na Yakobo, alinitokea akaniambia: Nimewatazama, nami nimeona mliyofanyiwa katika Misri.
ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
17 Nami nimeahidi kuwapandisha kutoka mateso yenu katika nchi ya Misri, niwapeleke nchi ya Wakanaani, Wahiti, Waamori, Waperizi, Wahivi na Wayebusi, nchi itiririkayo maziwa na asali.’
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
18 “Wazee wa Israeli watakusikiliza. Kisha wewe na wazee mtakwenda kwa mfalme wa Misri na kumwambia, ‘Bwana, Mungu wa Waebrania ametutokea. Turuhusu twende safari ya siku tatu huko jangwani kutoa dhabihu kwa Bwana Mungu wetu.’
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
19 Lakini nafahamu kwamba mfalme wa Misri hatawaruhusu kwenda, mpaka mkono wenye nguvu umlazimishe.
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
20 Kwa hiyo nitaunyoosha mkono wangu na kuwapiga Wamisri kwa maajabu yote nitakayofanya miongoni mwao. Baada ya hayo, atawaruhusu mwondoke.
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21 “Nami nitawapa hawa watu upendeleo mbele ya Wamisri, kwa hiyo mtakapoondoka nchini hamtaondoka mikono mitupu.
ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
22 Kila mwanamke Mwisraeli atamwomba jirani yake Mmisri na mwanamke yeyote anayeishi nyumbani kwake ampe vyombo vya fedha, dhahabu na nguo, ambavyo mtawavika wana wenu na binti zenu. Hivyo mtawateka nyara Wamisri.”
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”