< Kutoka 33 >
1 Kisha Bwana akamwambia Mose, “Ondoka mahali hapa, wewe pamoja na hao watu uliowapandisha kutoka Misri, mpande mpaka nchi niliyomwahidi Abrahamu, Isaki na Yakobo kwa kiapo, nikisema, ‘Nitawapa wazao wenu nchi hii.’
ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;
2 Nitamtuma malaika mbele yenu, naye atawafukuza Wakanaani, Waamori, Wahiti, Waperizi, Wahivi na Wayebusi.
ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
3 Pandeni mwende katika nchi itiririkayo maziwa na asali. Lakini mimi sitakwenda pamoja nanyi, kwa sababu ninyi ni watu wenye shingo ngumu, nisije nikawaangamiza njiani.”
ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
4 Watu waliposikia habari hizo za huzuni, wakaanza kuomboleza wala hakuna mtu aliyevaa mapambo yoyote.
ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
5 Kwa kuwa Bwana alikuwa amemwambia Mose, “Waambie Waisraeli, ‘Ninyi ni watu wenye shingo ngumu. Kama ningefuatana nanyi hata kwa muda mfupi, ningewaangamiza. Sasa vueni mapambo yenu, nami nitaamua nitakalowatendea.’”
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
6 Hivyo Waisraeli wakavua mapambo yao katika Mlima wa Horebu.
ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
7 Basi Mose alikuwa na desturi ya kuchukua hema na kuliweka wakfu nje ya kambi umbali kiasi, akaliita “Hema la Kukutania.” Kila aliyekuwa akiulizia shauri kwa Bwana, angelikwenda katika Hema la Kukutania nje ya kambi.
ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
8 Wakati wowote Mose alipokwenda kwenye Hema, watu wote waliinuka na kusimama kwenye maingilio ya mahema yao, wakimwangalia Mose mpaka aingie kwenye Hema.
ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍ ଅନାଇ ରହିଲେ।
9 Kila mara Mose alipoingia ndani ya hema, nguzo ya wingu ingeshuka chini na kukaa kwenye ingilio, wakati Mungu akizungumza na Mose.
ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
10 Kila mara watu walipoona hiyo nguzo ya wingu ikiwa imesimama kwenye ingilio la hema, wote walisimama wakaabudu, kila mmoja kwenye ingilio la hema lake.
ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
11 Bwana angezungumza na Mose uso kwa uso, kama vile mtu azungumzavyo na rafiki yake. Kisha Mose angerudi kambini, lakini msaidizi wake kijana Yoshua mwana wa Nuni hakuondoka mle Hemani.
ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
12 Mose akamwambia Bwana, “Umekuwa ukiniambia, ‘Ongoza watu hawa,’ lakini hujanifahamisha ni nani utakayemtuma pamoja nami. Umesema, ‘Ninakujua wewe kwa jina lako, nawe umepata kibali mbele zangu.’
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
13 Ikiwa umependezwa nami, nifundishe njia zako ili nipate kukujua, nami nizidi kupata kibali mbele zako. Kumbuka kuwa taifa hili ni watu wako.”
ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
14 Bwana akajibu, “Uso wangu utakwenda pamoja nawe, nami nitakupa raha.”
ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
15 Kisha Mose akamwambia, “Kama Uso wako hauendi pamoja nasi, usituondoe hapa.
ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
16 Mtu yeyote atajuaje kuwa mimi pamoja na watu wako tumepata kibali mbele zako, usipokwenda pamoja nasi? Ni nini kingine kitakachoweza kututofautisha mimi na watu wako miongoni mwa watu wengine wote walio katika uso wa dunia?”
କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?
17 Bwana akamwambia Mose, “Nitakufanyia jambo lile uliloomba, kwa sababu ninapendezwa nawe, nami ninakujua kwa jina lako.”
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
18 Kisha Mose akasema, “Basi nionyeshe utukufu wako.”
ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
19 Ndipo Bwana akasema, “Nitapitisha wema wangu wote mbele yako, nami nitalitangaza Jina langu, Bwana, mbele ya uso wako. Nitamrehemu yeye nimrehemuye, na pia nitamhurumia yeye nimhurumiaye.”
ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
20 Lakini Mungu akasema, “Hutaweza kuuona uso wangu, kwa kuwa hakuna mtu yeyote awezaye kuniona akaishi.”
ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
21 Kisha Bwana akasema, “Kuna mahali karibu nami ambapo unaweza kusimama juu ya mwamba.
ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
22 Utukufu wangu unapopita, nitakuweka gengeni kwenye mwamba na kukufunika kwa mkono wangu mpaka nitakapokwisha kupita.
ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
23 Kisha nitaondoa mkono wangu nawe utaona mgongo wangu; lakini kamwe uso wangu hautaonekana.”
ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”