< Kutoka 6 >

1 Kisha Bwana akamwambia Mose, “Sasa utaona kitu nitakachomfanyia Farao: Kwa sababu ya mkono wangu wenye nguvu atawaachia watu waende; kwa sababu ya mkono wangu wenye nguvu atawafukuza waondoke nchini mwake.”
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
2 Pia Mungu akamwambia Mose, “Mimi ndimi Bwana.
ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
3 Nilimtokea Abrahamu, Isaki na Yakobo kama Mungu Mwenyezi, ingawa sikuwajulisha Jina langu, Yehova, Mimi mwenyewe sikujitambulisha kwao.
ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
4 Pia niliweka Agano langu nao kuwapa nchi ya Kanaani, ambako waliishi kama wageni.
ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
5 Zaidi ya hayo, nimesikia kilio cha huzuni cha Waisraeli ambao Wamisri wamewatia utumwani, nami nimelikumbuka Agano langu.
ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
6 “Kwa hiyo, waambie Waisraeli: ‘Mimi ndimi Bwana, nami nitawatoa mtoke katika kongwa la Wamisri. Nitawaweka huru mtoke kuwa watumwa wao, nami nitawakomboa kwa mkono ulionyooshwa pamoja na matendo makuu ya hukumu.
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
7 Nitawatwaa mwe watu wangu mwenyewe, nami nitakuwa Mungu wenu. Ndipo mtajua kuwa mimi ndimi Bwana Mungu wenu, niliyewatoa chini ya kongwa la Wamisri.
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
8 Nami nitawaleta mpaka nchi niliyoapa kwa mkono ulioinuliwa kumpa Abrahamu, Isaki na Yakobo. Nitawapa iwe milki yenu. Mimi ndimi Bwana.’”
ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”
9 Mose akawaarifu Waisraeli jambo hili, lakini hawakumsikiliza kwa sababu ya maumivu makuu ya moyoni na utumwa wa kikatili.
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
10 Ndipo Bwana akamwambia Mose,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11 “Nenda, mwambie Farao mfalme wa Misri awaachie Waisraeli waondoke nchini mwake.”
“ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”
12 Lakini Mose akamwambia Bwana, “Ikiwa Waisraeli hawatanisikiliza, kwa nini yeye Farao anisikilize mimi, ambaye huzungumza kwa kigugumizi?”
ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”
13 Ndipo Bwana akanena na Mose na Aroni kuhusu Waisraeli na Farao mfalme wa Misri, naye akawaamuru wawatoe Waisraeli kutoka Misri.
ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
14 Hawa walikuwa wakuu wa jamaa zao: Wana wa Reubeni mzaliwa wa kwanza wa kiume wa Israeli walikuwa Hanoki, Palu, Hesroni na Karmi. Hawa walikuwa ndio koo za Reubeni.
ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍‍ର ବଂଶ।
15 Wana wa Simeoni walikuwa Yemueli, Yamini, Ohadi, Yakini, Sohari na Shauli mwana wa mwanamke Mkanaani. Hawa walikuwa ndio koo za Simeoni.
ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
16 Haya ndiyo majina ya wana wa Lawi kufuatana na orodha zao: Gershoni, Kohathi na Merari. Lawi aliishi miaka 137.
ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ‍, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
17 Wana wa Gershoni kwa koo, walikuwa Libni na Shimei.
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍‍ନି ଓ ଶିମୀୟି।
18 Wana wa Kohathi walikuwa Amramu, Ishari, Hebroni na Uzieli. Kohathi aliishi miaka 133.
ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
19 Wana wa Merari walikuwa Mahli na Mushi. Hizi ndizo zilizokuwa koo za Lawi kufuatana na orodha zao.
ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
20 Amramu akamwoa Yokebedi, shangazi yake, ambaye alimzalia Aroni na Mose. Amramu aliishi miaka 137.
ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
21 Wana wa Ishari walikuwa Kora, Nefegi na Zikri.
ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।
22 Wana wa Uzieli walikuwa Mishaeli, Elisafani na Sithri.
ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍‍ ଓ ସିଥ୍ରି।
23 Aroni akamwoa Elisheba binti wa Aminadabu ndugu yake Nashoni, naye akamzalia Nadabu, Abihu, Eleazari na Ithamari.
ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
24 Wana wa Kora walikuwa Asiri, Elikana na Abiasafu. Hawa walikuwa ndio koo za Kora.
ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍‍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
25 Eleazari mwana wa Aroni akamwoa mmoja wa binti za Putieli, naye akamzalia Finehasi. Hawa walikuwa ndio wakuu wa jamaa za Walawi, ukoo kwa ukoo.
ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍‍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
26 Hawa walikuwa Aroni na Mose wale wale ambao Bwana aliwaambia, “Watoeni Waisraeli katika nchi ya Misri kwa vikosi vyao.”
ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
27 Ndio hao hao waliozungumza na Farao mfalme wa Misri kuhusu kuwatoa Waisraeli Misri. Ilikuwa ni huyo Mose na huyo Aroni.
ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
28 Bwana aliponena na Mose huko Misri,
ଯେଉଁ ଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
29 akamwambia, “Mimi ndimi Bwana. Mwambie Farao mfalme wa Misri kila kitu nikuambiacho.”
ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”
30 Lakini Mose akamwambia Bwana, “Kwa kuwa mimi huzungumza kwa kigugumizi, Farao atanisikiliza mimi?”
ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”

< Kutoka 6 >