< Ezekieli 14 >
1 Baadhi ya wazee wa Israeli walinijia na kuketi mbele yangu.
ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।
2 Ndipo neno la Bwana likanijia kusema:
ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
3 “Mwanadamu, watu hawa wameweka sanamu katika mioyo yao na kuweka vitu viovu vya kukwaza mbele ya macho yao. Je, kweli niwaruhusu waniulize jambo lolote?
“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
4 Kwa hiyo sema nao uwaambie, ‘Hili ndilo Bwana Mwenyezi asemalo: Wakati Mwisraeli yeyote anapoweka sanamu moyoni mwake na kuweka kitu kiovu cha kukwaza mbele ya macho yake na kisha akaenda kwa nabii, Mimi Bwana nitamjibu peke yangu sawasawa na ukubwa wa ibada yake ya sanamu.
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
5 Nitafanya jambo hili ili kukamata tena mioyo ya watu wa Israeli, ambao wote wameniacha kwa ajili ya sanamu zao.’
ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
6 “Kwa hiyo iambie nyumba ya Israeli, ‘Hili ndilo Bwana Mwenyezi asemalo: Tubuni! Geukeni kutoka kwenye sanamu zenu na mkatae matendo yenu yote ya machukizo!
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
7 “‘Mwisraeli yeyote au mgeni yeyote anayeishi katika Israeli anapojitenga nami na kujiwekea sanamu katika moyo wake na kwa hivyo kuweka kitu kiovu cha kukwaza mbele ya macho yake na kisha akamwendea nabii kuuliza shauri kwangu, mimi Bwana nitamjibu mwenyewe.
କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
8 Nitaukaza uso wangu dhidi ya mtu huyo na kumwadhibu na kumfanya ishara kwa watu. Nitamkatilia mbali kutoka watu wangu. Ndipo mtakapojua kuwa Mimi ndimi Bwana.
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
9 “‘Naye nabii kama atakuwa ameshawishika kutoa unabii, Mimi Bwana nitakuwa nimemshawishi nabii huyo, nami nitaunyoosha mkono wangu dhidi yake na kumwangamiza kutoka miongoni mwa watu wangu Israeli.
ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
10 Watachukua hatia yao, nabii atakuwa na hatia sawa na yule mtu aliyekuja kuuliza neno kwake.
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
11 “‘Ndipo watu wa Israeli hawataniacha tena, wala kujitia unajisi tena kwa dhambi zao zote. Ndipo watakuwa watu wangu nami nitakuwa Mungu wao, asema Bwana Mwenyezi.’”
ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
12 Neno la Bwana likanijia kusema,
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
13 “Mwanadamu, kama nchi itanitenda dhambi kwa kutokuwa waaminifu nami nikinyoosha mkono wangu dhidi yake kukatilia mbali upatikanaji wake wa chakula na kuipelekea njaa na kuua watu wake na wanyama wao,
“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
14 hata kama watu hawa watatu: Noa, Danieli na Ayubu wangekuwa ndani ya nchi hiyo, ndio hao tu wangeweza kujiokoa wenyewe kwa uadilifu wao, asema Bwana Mwenyezi.
ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 “Au kama nikipeleka wanyama pori katika nchi hiyo yote na kuifanya isiwe na watoto, nayo ikawa ukiwa kwamba hakuna mtu apitaye katika nchi hiyo kwa sababu ya wanyama pori,
ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
16 hakika kama niishivyo, asema Bwana Mwenyezi, hata kama watu hawa watatu wangekuwa humo ndani yake, wasingeweza kuokoa wana wao wala binti zao. Wao peke yao wangeokolewa, lakini nchi ingekuwa ukiwa.
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
17 “Au kama nikileta upanga dhidi ya nchi hiyo na kusema, ‘Upanga na upite katika nchi yote,’ nami nikiua watu wake na wanyama wao,
ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
18 hakika kama niishivyo, asema Bwana Mwenyezi, hata kama watu hawa watatu wangekuwa humo ndani yake, wasingeweza kuokoa wana wao wala binti zao. Wao wenyewe tu wangeokolewa.
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
19 “Au kama nikipeleka tauni katika nchi hiyo na kumwaga ghadhabu yangu juu yake kwa njia ya kumwaga damu, kuua watu wake na wanyama wao,
ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
20 hakika kama niishivyo, asema Bwana Mwenyezi, hata kama Noa, Danieli na Ayubu wangekuwa humo ndani yake, wasingeweza kumwokoa mwana wala binti. Wao wangeweza kujiokoa wenyewe tu kwa uadilifu wao.
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
21 “Kwa maana hili ndilo Bwana Mwenyezi asemalo: Itakuwa vibaya kiasi gani nitakapopeleka dhidi ya Yerusalemu hukumu zangu nne za kutisha, yaani, upanga, njaa, wanyama pori na tauni, ili kuua watu wake na wanyama wao!
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
22 Lakini watakuwepo wenye kuokoka, wana na binti wataletwa kutoka nje ya nchi hiyo. Watawajia ninyi, nanyi mtakapoona mwenendo wao na matendo yao, mtafarijika kuhusu maafa niliyoleta juu ya Yerusalemu, kwa ajili ya yale yote niliyoleta juu yake.
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
23 Mtafarijika wakati mtakapoona mwenendo wao na matendo yao, kwa kuwa mtajua kwamba sikufanya lolote ndani yake bila sababu, asema Bwana Mwenyezi.”
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”