< Mwanzo 32 >
1 Yakobo pia akaondoka akaenda zake, nao malaika wa Mungu wakakutana naye.
ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।
2 Yakobo alipowaona, akasema, “Hii ni kambi ya Mungu!” Kwa hiyo akapaita mahali pale Mahanaimu.
ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।
3 Yakobo akatuma wajumbe kumtangulia kwa Esau ndugu yake huko Seiri, katika nchi ya Edomu.
ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
4 Akawaagiza akisema: “Hili ndilo mtakalomwambia bwana wangu Esau: ‘Mtumishi wako Yakobo anasema, nimekuwa nikiishi pamoja na Labani na nimekuwako huko mpaka sasa.
ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
5 Ninao ngʼombe na punda, kondoo na mbuzi, watumishi wa kiume na wa kike. Sasa ninatuma ujumbe huu kwa bwana wangu, ili nipate kibali machoni pako.’”
ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”
6 Wajumbe waliporudi kwa Yakobo, wakamwambia, “Tulikwenda kuonana na ndugu yako Esau, naye sasa anakuja kukulaki akifuatana na wanaume 400.”
ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
7 Kwa hofu kuu na huzuni, Yakobo akagawanya watu aliokuwa nao katika makundi mawili, pia akagawanya makundi ya kondoo na mbuzi, na vilevile ngʼombe na ngamia.
ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,
8 Yakobo alifikiri, “Kama Esau akija na kushambulia kundi moja, kundi lililobaki litaweza likanusurika.”
“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”
9 Ndipo Yakobo akaomba, “Ee Mungu wa baba yangu Abrahamu, Mungu wa baba yangu Isaki, Ee Bwana, ambaye uliniambia, ‘Rudi katika nchi yako na jamaa yako, nami nitakufanya ustawi,’
ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’
10 mimi sistahili fadhili na uaminifu wako wote ulionitendea mimi mtumishi wako. Nilikuwa na fimbo tu mkononi mwangu nilipovuka mto huu wa Yordani, lakini sasa ninayo makundi mawili.
ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
11 Nakuomba, uniokoe na mkono wa ndugu yangu Esau, kwa maana ninaogopa kuwa atakuja kunishambulia, pia mama pamoja na watoto wao.
ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
12 Lakini umeshasema, ‘Hakika nitakufanya ustawi na kuufanya uzao wako kuwa mwingi kama mchanga wa baharini ambao hauwezi kuhesabika!’”
ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
13 Akalala pale usiku ule, miongoni mwa vitu alivyokuwa navyo, akachagua zawadi kwa ajili ya Esau ndugu yake:
ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;
14 Mbuzi waume ishirini na mbuzi wake 200, kondoo dume ishirini na kondoo wake 200.
ଅର୍ଥାତ୍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,
15 Ngamia wake thelathini pamoja na ndama zao, ngʼombe wake arobaini na mafahali kumi, punda wake ishirini na punda waume kumi.
ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।
16 Akaviweka chini ya uangalizi wa watumishi wake, kila kundi peke yake na kuwaambia, “Nitangulieni na kuacha nafasi kati ya makundi.”
ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”
17 Akamwagiza yule aliyetangulia kuwa, “Ndugu yangu Esau atakapokutana nawe na kukuuliza, ‘Wewe ni wa nani? Unakwenda wapi? Wanyama hawa wote mbele yako ni mali ya nani?’
ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ‘ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର?’
18 Ndipo utakaposema, ‘Ni mali ya mtumishi wako Yakobo. Ni zawadi ambazo zimetumwa kwa bwana wangu Esau, naye anakuja nyuma yetu.’”
ତେବେ ତୁମ୍ଭେ ଉତ୍ତର ଦେବ, ‘ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।’”
19 Akamwagiza pia yule mtumishi wa kundi la pili, la tatu na yale mengine yote yaliyofuata akiwaambia, “Mtamwambia Esau maneno hayo hayo mtakapokutana naye.
ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।
20 Hakikisheni mmesema, ‘Mtumishi wako Yakobo anakuja nyuma yetu.’” Kwa kuwa alifikiri, “Nitaweza kumtuliza kwa zawadi hizi ninazotanguliza, hatimaye, nitakapomwona, huenda atanikubali.”
ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”
21 Kwa hiyo zawadi za Yakobo zilitangulia mbele yake, lakini yeye mwenyewe alilala kambini usiku ule.
ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
22 Usiku ule Yakobo akaamka akawachukua wake zake wawili, watumishi wake wawili wa kike na wanawe kumi na mmoja na akavuka kivuko cha Yaboki.
ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।
23 Baada ya kuwavusha ngʼambo ya kijito, alivusha pia mali zake zote.
ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।
24 Kwa hiyo Yakobo akaachwa peke yake na mtu mmoja akashikana naye mweleka mpaka mapambazuko.
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
25 Yule mtu alipoona kuwa hawezi kumshinda, aligusa kiungio cha nyonga ya Yakobo kwa hiyo nyonga yake ikateguka wakati alipokuwa akishikana mweleka na yule mtu.
ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।
26 Ndipo yule mtu akasema, “Niache niende, kwa kuwa ni mapambazuko.” Lakini Yakobo akajibu, “Sitakuacha uende usiponibariki.”
ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
27 Yule mtu akamuuliza, “Jina lako nani?” Akajibu, “Yakobo.”
ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
28 Ndipo yule mtu akasema, “Jina lako halitakuwa tena Yakobo, bali Israeli, kwa sababu umeshindana na Mungu na watu pia, nawe umeshinda.”
ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
29 Yakobo akasema, “Tafadhali niambie jina lako.” Lakini akajibu, “Kwa nini kuniuliza Jina langu?” Ndipo akambariki huko.
ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
30 Kwa hiyo Yakobo akapaita mahali pale Penieli, akasema, “Ni kwa sababu nimemwona Mungu uso kwa uso na bado maisha yangu yameokoka.”
ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
31 Jua lilikuwa linachomoza Yakobo alipoondoka Penueli, naye alikuwa akichechemea kwa sababu ya nyonga yake.
ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।
32 Kwa hiyo mpaka leo Waisraeli hawali mshipa ulioungana na kiungio cha nyonga, kwa sababu kiungio cha nyonga ya Yakobo kiliteguliwa karibu na mshipa huo.
ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।