< Mwanzo 37 >
1 Yakobo akaishi Kanaani katika nchi ambayo baba yake alikuwa ameishi.
ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
2 Zifuatazo ni habari za Yakobo. Yosefu, kijana wa miaka kumi na saba, alikuwa akichunga makundi ya kondoo na mbuzi pamoja na ndugu zake wa mama wengine, yaani wana wa Bilha na wana wa Zilpa wake za baba yake, naye akawa akimletea baba yake taarifa mbaya kuhusu hao ndugu zake.
ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
3 Basi, Israeli akampenda Yosefu kuliko yeyote miongoni mwa kaka zake, kwani ni mwanawe wa uzeeni, akamshonea joho lililorembwa vizuri sana.
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
4 Ndugu zake walipoona kwamba baba yao anampenda Yosefu kuliko yeyote mwingine miongoni mwao, walimchukia na hawakusema naye neno lolote jema.
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
5 Yosefu akaota ndoto, naye alipowaeleza ndugu zake, wakamchukia zaidi.
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
6 Akawaambia, “Sikilizeni ndoto niliyoota:
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
7 Tulikuwa tukifunga miganda ya nafaka shambani, ghafula mganda wangu ukasimama wima, wakati miganda yenu ikiuzunguka na kuuinamia.”
ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8 Ndugu zake wakamwambia, “Wewe unakusudia kututawala? Hivi kweli wewe utatutawala sisi?” Wakaongeza kumchukia zaidi kwa sababu ya ndoto yake pamoja na yale aliyowaambia.
ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
9 Kisha akaota ndoto nyingine, akawaambia ndugu zake akisema, “Sikilizeni, nimeota ndoto nyingine, wakati huu jua, mwezi na nyota kumi na moja zilikuwa zinanisujudia.”
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
10 Alipomwambia baba yake pamoja na ndugu zake, baba yake akamkemea akisema, “Ni ndoto gani hii uliyoota? Hivi kweli mama yako na mimi na ndugu zako tutakuja kukusujudia wewe hadi nchi?”
ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
11 Ndugu zake wakamwonea wivu, lakini baba yake akaliweka jambo hilo moyoni.
ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
12 Basi, ndugu zake walikuwa wamekwenda kuchunga makundi ya baba yao karibu na Shekemu,
ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
13 naye Israeli akamwambia Yosefu, “Kama ujuavyo, ndugu zako wanachunga makundi huko karibu na Shekemu. Njoo, nitakutuma kwao.” Yosefu akajibu, “Vema sana, niko tayari.”
ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
14 Kwa hiyo akamwambia, “Nenda uone kama mambo yote ni salama kwa ndugu zako na makundi, kisha uniletee habari.” Ndipo akamtuma Yosefu kutoka Bonde la Hebroni. Yosefu alipofika Shekemu,
ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
15 mtu mmoja akamkuta akizungukazunguka mashambani na akamuuliza, “Unatafuta nini?”
ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
16 Akajibu, “Ninawatafuta ndugu zangu. Unaweza kuniambia wanachunga wapi makundi yao?”
ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
17 Yule mtu akajibu, “Wamehama hapa. Nilisikia wakisema, ‘Twende Dothani.’” Kwa hiyo Yosefu akawafuatilia ndugu zake na kuwakuta karibu na Dothani.
ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
18 Ndugu zake walipomwona akiwa mbali, kabla hajawafikia, wakapanga shauri baya la kumuua.
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
19 Wakaambiana, “Yule mwota ndoto anakuja!
ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
20 Njooni sasa, tumuue na kumtupa katika shimo mojawapo na tuseme kwamba mnyama mkali amemrarua. Kisha tutaona matokeo ya ndoto zake.”
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
21 Reubeni aliposikia jambo hili, akajaribu kumwokoa kutoka mikononi mwao akasema, “Tusiutoe uhai wake.
ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
22 Tusimwage damu yoyote. Mtupeni katika shimo lililoko hapa jangwani, lakini msimguse.” Reubeni alisema hivyo ili amwokoe kutoka mikononi mwao, kisha amrudishe nyumbani kwa baba yake.
ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
23 Kwa hiyo Yosefu alipowafikia ndugu zake, walimvua lile joho lake, lile joho lililorembwa vizuri alilokuwa amevaa.
ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
24 Kisha wakamchukua wakamtupa katika shimo. Wakati huo shimo lilikuwa tupu, halikuwa na maji ndani yake.
ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
25 Walipokaa ili wale chakula chao, wakainua macho wakaona msafara wa Waishmaeli ukija kutoka Gileadi. Ngamia wao walikuwa wamepakizwa mizigo ya vikolezo, uvumba na manemane, nao walikuwa njiani kuvipeleka Misri.
ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
26 Yuda akawaambia ndugu zake, “Tutafaidi nini ikiwa tutamuua ndugu yetu na kuificha damu yake?
ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
27 Njooni, tumuuze kwa hawa Waishmaeli. Tusimguse, kwa kuwa hata hivyo yeye ni ndugu yetu, nyama yetu na damu yetu wenyewe.” Ndugu zake wakakubali.
ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
28 Kwa hiyo wale wafanyabiashara Wamidiani walipofika pale, ndugu zake wakamtoa Yosefu kutoka kwenye lile shimo, na kumuuza kwa shekeli ishirini za fedha kwa wale Waishmaeli, ambao walimpeleka Misri.
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
29 Reubeni aliporudi kutazama kwenye lile shimo na kuona kwamba Yosefu hayupo, alirarua nguo zake.
ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
30 Akawarudia ndugu zake na kusema, “Kijana hayuko mle! Nielekee wapi sasa?”
ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31 Kisha wakalichukua lile joho la Yosefu, wakachinja mbuzi na kulichovya katika damu.
ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
32 Wakalichukua lile joho lililorembwa vizuri na kulipeleka kwa baba yao na kusema, “Tumeliokota hili joho. Uchunguze uone kama ni la mwanao.”
ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
33 Baba yao akalitambua akasema, “Hili ni joho la mwanangu! Mnyama mkali amemrarua. Hakika Yosefu ameraruliwa vipande vipande.”
ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
34 Kisha Yakobo akararua nguo zake, akavaa nguo ya gunia na kumwombolezea mwanawe kwa siku nyingi.
ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
35 Wanawe wote na binti zake wakaja kumfariji, lakini hakukubali kufarijiwa. Akasema, “Hapana, nitamwombolezea mwanangu mpaka nimfikie kaburini.” Kwa hiyo baba yake akaendelea kumlilia. (Sheol )
ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ। (Sheol )
36 Wakati ule ule, Wamidiani wakamuuza Yosefu huko Misri kwa Potifa, mmojawapo wa maafisa wa Farao, aliyekuwa mkuu wa ulinzi.
ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।