< Mwanzo 38 >
1 Wakati ule, Yuda akawaacha ndugu zake, akaenda kuishi na Hira Mwadulami.
ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।
2 Huko Yuda akakutana na binti wa Kikanaani aitwaye Shua, akamwoa na akakutana naye kimwili,
ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।
3 akapata mimba, akamzaa mwana, ambaye alimwita Eri.
ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା।
4 Akapata mimba tena, akamzaa mwana na kumwita Onani.
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍ ଦେଲା।
5 Akamzaa mwana mwingine tena, akamwita Shela. Huyu alimzalia mahali paitwapo Kezibu.
ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।
6 Yuda akampatia Eri, mzaliwa wake wa kwanza, mke aitwaye Tamari.
ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।
7 Lakini Eri, mzaliwa wa kwanza wa Yuda, alikuwa mwovu machoni pa Bwana, kwa hiyo Bwana akamuua.
ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।
8 Kisha Yuda akamwambia Onani, “Kutana kimwili na mke wa ndugu yako, na utimize wajibu wako kwake kama mke wa ndugu yako, ili umpatie ndugu yako uzao.”
ତହିଁରେ ଯିହୁଦା ଓନନ୍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
9 Lakini Onani alijua kwamba uzao haungekuwa wake, kwa hiyo kila alipokutana kimwili na mke wa ndugu yake, alimwaga chini mbegu za kiume ili asimpatie ndugu yake uzao.
ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
10 Alichofanya kilikuwa kiovu machoni pa Bwana, hivyo, pia Bwana akamuua Onani.
ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।
11 Kisha Yuda akamwambia Tamari mkwewe, “Ishi kama mjane nyumbani mwa baba yako mpaka mwanangu Shela atakapokua.” Kwa maana alifikiri, “Angeweza kufa pia kama ndugu zake.” Kwa hiyo Tamari alikwenda kuishi nyumbani kwa baba yake.
ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
12 Baada ya muda mrefu mke wa Yuda binti wa Shua akafariki. Baada ya msiba, Yuda alikwenda Timna, kwa watu waliokuwa wakikata kondoo wake manyoya, naye alifuatana na rafiki yake Hira Mwadulami.
ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।
13 Tamari alipoambiwa, “Baba mkwe wako yuko njiani kwenda Timna kukata kondoo wake manyoya,”
ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
14 alivua mavazi yake ya ujane, akajifunika kwa shela ili asifahamike, akaketi kwenye mlango wa Enaimu, ambao upo njiani kuelekea Timna. Akafanya hivyo kwa sababu aliona kwamba, ingawa Shela amekua, lakini alikuwa hajakabidhiwa kwake kuwa mkewe.
ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
15 Yuda alipomwona alifikiri ni kahaba, kwa sababu alikuwa amefunika uso wake.
ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।
16 Pasipo kutambua kwamba alikuwa mkwe wake, akamwendea kando ya njia na kumwambia, “Njoo sasa, nikutane na wewe kimwili.” Yule mkwewe akamuuliza, “Utanipa nini nikikutana nawe kimwili?”
ଏନିମନ୍ତେ ସେ ପଥପାର୍ଶ୍ଵରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋʼ କତିକି ଆସିବା ପାଇଁ କଅଣ ଦେବ?”
17 Akamwambia, “Nitakutumia mwana-mbuzi kutoka kundi langu.” Akamuuliza, “Utanipa kitu chochote kama amana mpaka utakapompeleka?”
ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ?”
18 Akamuuliza, “Nikupe amana gani?” Akamjibu, “Pete yako na kamba yake pamoja na fimbo iliyo mkononi mwako.” Kwa hiyo akampa vitu hivyo kisha akakutana naye kimwili, naye akapata mimba yake.
ଯିହୁଦା କହିଲା, “କଅଣ ବନ୍ଧକ ଦେବା?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।
19 Tamari akaondoka, akavua shela yake akavaa tena nguo zake za ujane.
ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
20 Wakati ule ule, Yuda akamtuma rafiki yake Mwadulami apeleke yule mwana-mbuzi ili arudishiwe amana yake kutoka kwa yule mwanamke, lakini yule rafiki yake hakumkuta yule mwanamke.
ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।
21 Akawauliza watu wanaoishi mahali pale, “Yuko wapi yule kahaba wa mahali pa kuabudia miungu aliyekuwa kando ya barabara hapa Enaimu?” Wakamjibu, “Hajawahi kuwepo mwanamke yeyote kahaba wa mahali pa kuabudia miungu hapa.”
ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
22 Kwa hiyo akamrudia Yuda na kumwambia, “Sikumpata. Zaidi ya hayo, watu wanaoishi mahali pale walisema ‘Hapakuwahi kuwepo mwanamke yeyote kahaba wa mahali pa kuabudia miungu hapa.’”
ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’”
23 Kisha Yuda akasema, “Mwache avichukue vitu hivyo, ama sivyo tutakuwa kichekesho. Hata hivyo, nilimpelekea mwana-mbuzi, lakini hukumkuta.”
ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତାʼର ଦେଖା ପାଇଲ ନାହିଁ।”
24 Baada ya miezi mitatu Yuda akaambiwa, “Tamari mkweo ana hatia ya kuwa kahaba, na matokeo yake ana mimba.” Yuda akasema, “Mtoeni nje na achomwe moto hadi afe!”
ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
25 Alipokuwa akitolewa nje, akatuma ujumbe kwa baba mkwe wake kusema, “Nina mimba ya mtu mwenye vitu hivi.” Akaongeza kusema, “Angalia kama utatambua kwamba pete hii na kamba yake pamoja na fimbo hii ni vya nani.”
ଏଥିଉତ୍ତାରେ ସେ ବାହାରକୁ ଅଣାଯାʼନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, “ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି।” ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର? ତାହା ଚିହ୍ନି ଦେଖ।”
26 Yuda akavitambua na kusema, “Yeye ana haki kuliko mimi, kwa kuwa sikumkabidhi kwa mwanangu Shela ili awe mkewe.” Tangu hapo hakukutana naye kimwili tena.
ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋʼ ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।
27 Wakati ulipofika wa kujifungua, kukawa na wana mapacha tumboni mwake.
ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।
28 Alipokuwa akijifungua, mmoja akatoa mkono wake nje, kwa hiyo mkunga akachukua uzi mwekundu na kuufunga mkononi mwa yule mtoto, akasema, “Huyu ametoka kwanza.”
ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”
29 Lakini alipourudisha mkono wake ndugu yake akaanza kutoka, naye akasema, “Hivi ndivyo ulivyotoka kwa nguvu!” Akaitwa Peresi.
ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କିପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ!” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ ହେଲା।
30 Kisha ndugu yake, aliyekuwa na uzi mwekundu mkononi, akatoka, naye akaitwa Zera.
ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।