< Mwanzo 9 >

1 Ndipo Mungu akambariki Noa na wanawe, akiwaambia, “Zaeni mkaongezeke kwa idadi na mkaijaze tena dunia.
ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
2 Wanyama wote wa duniani, ndege wote wa angani, kila kiumbe kitambaacho juu ya ardhi, na samaki wote wa baharini wamekabidhiwa mikononi mwenu, nao watawaogopa na kuwahofu.
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
3 Kila kitu chenye uhai kiendacho kitakuwa chakula chenu. Kama vile nilivyowapa mimea mbalimbali, sasa nawapa kila kitu.
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
4 “Lakini kamwe msile nyama ambayo bado ina damu ya uhai wake, kwa maana damu ni uhai.
ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
5 Hakika damu ya uhai wenu nitaidai. Nitaidai kutoka kwa kila mnyama. Kutoka kwa kila mwanadamu pia nitaidai kwa ajili ya uhai wa mtu mwenzake.
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
6 “Yeyote amwagaye damu ya mwanadamu, damu yake itamwagwa na mwanadamu, kwa kuwa katika mfano wa Mungu, Mungu alimuumba mwanadamu.
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
7 Kuhusu ninyi, zaeni mwongezeke kwa wingi, mzidi katika dunia na kuijaza.”
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
8 Ndipo Mungu akamwambia Noa na wanawe pamoja naye:
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
9 “Sasa mimi ninaweka Agano langu nanyi, pamoja na uzao wenu baada yenu,
“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
10 pia na kila kiumbe hai kilichokuwa pamoja nanyi: Ndege, wanyama wa kufugwa na wanyama wote wa porini, wale wote waliotoka katika safina pamoja nanyi, kila kiumbe hai duniani.
ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
11 Ninaweka Agano nanyi: Kamwe uhai hautafutwa tena kwa gharika, kamwe haitakuwepo tena gharika ya kuangamiza dunia.”
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
12 Mungu akasema, “Hii ni ishara ya Agano ninalofanya kati yangu na ninyi na kila kiumbe hai kilicho pamoja nanyi, Agano kwa vizazi vyote vijavyo:
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13 Nimeweka upinde wangu wa mvua mawinguni, nao utakuwa ishara ya Agano nifanyalo kati yangu na dunia.
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14 Wakati wowote ninapotanda mawingu juu ya dunia na upinde wa mvua ukijitokeza mawinguni,
ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15 nitakumbuka Agano langu kati yangu na ninyi na viumbe vyote vilivyo hai vya kila aina. Kamwe maji hayatakuwa tena gharika ya kuangamiza uhai wote.
ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
16 Wakati wowote upinde wa mvua unapotokea mawinguni, nitauona na kukumbuka Agano la milele kati ya Mungu na viumbe vyote vilivyo hai vya kila aina duniani.”
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
17 Hivyo Mungu akamwambia Noa, “Hii ndiyo ishara ya Agano ambalo nimelifanya kati yangu na viumbe vyote vilivyo hai duniani.”
ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
18 Wana wa Noa waliotoka ndani ya safina ni: Shemu, Hamu na Yafethi. (Hamu ndiye alikuwa baba wa Kanaani.)
ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
19 Hawa ndio waliokuwa wana watatu wa Noa, kutokana nao watu walienea katika dunia.
ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
20 Noa akawa mkulima, akawa mtu wa kwanza kupanda mizabibu.
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
21 Alipokunywa huo mvinyo wake akalewa na akalala uchi kwenye hema lake.
ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
22 Hamu, baba wa Kanaani, akauona uchi wa baba yake na kuwaeleza ndugu zake wawili waliokuwa nje.
ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
23 Lakini Shemu na Yafethi wakachukua nguo wakaitanda mabegani mwao wote wawili, kisha wakaenda kinyumenyume, wakaufunika uchi wa baba yao. Nyuso zao zilielekea upande mwingine ili wasiuone uchi wa baba yao.
ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
24 Noa alipolevuka kutoka kwenye mvinyo wake na kujua lile ambalo mwanawe mdogo kuliko wote alilokuwa amemtendea,
ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
25 akasema, “Alaaniwe Kanaani! Atakuwa mtumwa wa chini sana kuliko watumwa wote kwa ndugu zake.”
ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
26 Pia akasema, “Abarikiwe Bwana, Mungu wa Shemu! Kanaani na awe mtumwa wa Shemu.
ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27 Mungu na apanue mipaka ya Yafethi; Yafethi na aishi katika mahema ya Shemu, na Kanaani na awe mtumwa wake.”
ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
28 Baada ya gharika Noa aliishi miaka 350.
ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
29 Noa alikuwa na jumla ya miaka 950, ndipo akafa.
ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।

< Mwanzo 9 >