< Isaya 13 >
1 Neno kuhusu Babeli ambalo Isaya mwana wa Amozi aliliona:
ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।
2 Twekeni bendera juu ya mlima usio na kitu, wapazieni sauti, wapungieni mkono waingie katika malango ya wenye heshima.
ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।
3 Nimewaamuru watakatifu wangu; nimewaita mashujaa wangu waitimize hasira yangu: wale wanaoshangilia ushindi wangu.
ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।
4 Sikilizeni kelele juu ya milima, kama ile ya umati mkubwa wa watu! Sikilizeni, makelele katikati ya falme, kama mataifa yanayokusanyika pamoja! Bwana Mwenye Nguvu Zote anakusanya jeshi kwa ajili ya vita.
ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।
5 Wanakuja kutoka nchi za mbali sana, kutoka miisho ya mbingu, Bwana na silaha za ghadhabu yake, kuangamiza nchi yote.
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ଡଳର ପ୍ରାନ୍ତଭାଗରୁ ଆସୁଅଛନ୍ତି।
6 Ombolezeni, kwa maana siku ya Bwana i karibu, itakuja kama uharibifu kutoka kwa Mwenyezi.
ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।
7 Kwa sababu ya hili, mikono yote italegea, moyo wa kila mtu utayeyuka.
ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;
8 Hofu itawakamata, uchungu na maumivu makali yatawashika, watagaagaa kama mwanamke aliye na utungu wa kuzaa. Watatazamana kwa hofu kila mtu na mwenzake, nyuso zao zikiwaka kama moto.
ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।
9 Tazameni, siku ya Bwana inakuja, siku katili, yenye ghadhabu na hasira kali, kuifanya nchi kuwa ukiwa na kuwaangamiza wenye dhambi waliomo ndani yake.
ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।
10 Nyota za mbinguni na makundi ya nyota havitatoa mwanga wake. Jua linalochomoza litatiwa giza na mwezi hautatoa nuru yake.
କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।
11 Nitauadhibu ulimwengu kwa ajili ya uovu wake, waovu kwa ajili ya dhambi zao. Nitakomesha majivuno ya wenye kiburi, na nitakishusha kiburi cha watu wakatili.
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
12 Nitawafanya wanadamu kuwa adimu kuliko dhahabu safi, watakuwa wachache sana kuliko dhahabu ya Ofiri.
ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।
13 Kwa hiyo nitazifanya mbingu zitetemeke, nayo dunia itatikisika kutoka mahali pake katika ghadhabu ya Bwana Mwenye Nguvu Zote, katika siku ya hasira yake iwakayo.
ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।
14 Kama swala awindwaye, kama kondoo wasio na mchungaji, kila mmoja atarudi kwa watu wake mwenyewe, kila mmoja atakimbilia nchi yake ya kuzaliwa.
ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ଗୋଷ୍ଠୀ ପ୍ରତି ଫେରିବେ ଓ ପ୍ରତ୍ୟେକେ ଆପଣା ଆପଣା ଦେଶ ଆଡ଼କୁ ପଳାୟନ କରିବେ।
15 Yeyote atakayetekwa atapasuliwa tumbo, wote watakaokamatwa watauawa kwa upanga.
ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।
16 Watoto wao wachanga watavunjwa vipande vipande mbele ya macho yao; nyumba zao zitatekwa na wake zao watatendwa jeuri.
ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।
17 Tazama, nitawachochea Wamedi dhidi yao, ambao hawajali fedha wala hawafurahii dhahabu.
ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।
18 Mishale yao itawaangusha vijana, hawatakuwa na huruma kwa watoto wachanga wala hawataangalia watoto kwa huruma.
ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।
19 Babeli, johari ya falme, utukufu wa kiburi cha Wababeli, itaangushwa na Mungu kama Sodoma na Gomora.
ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।
20 Hautakaliwa na watu kamwe wala watu hawataishi humo kwa vizazi vyote. Hakuna Mwarabu atakayepiga hema lake huko, hakuna mchungaji atakayepumzisha makundi yake huko.
ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।
21 Lakini viumbe wa jangwani watalala huko, mbweha watajaza nyumba zake, bundi wataishi humo nao mbuzi-mwitu watarukaruka humo.
ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
22 Fisi watalia ndani ya ngome zake, mbweha ndani ya majumba yake ya kifahari. Wakati wake umewadia, na siku zake hazitaongezwa.
ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।