< Isaya 14 >
1 Bwana atamhurumia Yakobo, atamchagua Israeli tena, na kuwakalisha katika nchi yao wenyewe. Wageni wataungana nao na kujiunga na nyumba ya Yakobo.
କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।
2 Mataifa watawachukua na kuwaleta mahali pao wenyewe. Nayo nyumba ya Israeli itamiliki mataifa kama watumishi na wajakazi katika nchi ya Bwana. Watawafanya watekaji wao kuwa mateka, na kutawala juu ya wale waliowaonea.
ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
3 Katika siku Bwana atakapokuondolea mateso, udhia na utumwa wa kikatili,
ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟକର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,
4 utaichukua dhihaka hii dhidi ya mfalme wa Babeli: Tazama jinsi mtesi alivyofikia mwisho! Tazama jinsi ghadhabu yake kali ilivyokoma!
ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!
5 Bwana amevunja fimbo ya mwovu, fimbo ya utawala ya watawala,
ଯେଉଁମାନେ କୋପରେ ନାନା ଗୋଷ୍ଠୀକୁ ଅନବରତ ଆଘାତ କଲେ ଓ ନାନା ଦେଶୀୟ ଲୋକଙ୍କୁ କ୍ରୋଧରେ ଶାସନ କରି ଅନିବାରିତ ରୂପେ ତାଡ଼ନା କଲେ,
6 ambayo kwa hasira waliyapiga mataifa kwa mapigo yasiyo na kikomo, nao kwa ghadhabu kali waliwatiisha mataifa kwa jeuri pasipo huruma.
ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।
7 Nchi zote ziko kwenye mapumziko na kwenye amani, wanabubujika kwa kuimba.
ସମୁଦାୟ ପୃଥିବୀ ଶାନ୍ତ ଓ ସୁସ୍ଥିର ହୋଇଅଛି; ସେମାନେ ଆନନ୍ଦରେ ଗାନ କରୁଅଛନ୍ତି।
8 Hata misunobari na mierezi ya Lebanoni inashangilia mbele yako na kusema, “Basi kwa sababu umeangushwa chini, hakuna mkata miti atakayekuja kutukata.”
ହଁ, ଦେବଦାରୁ ଓ ଲିବାନୋନର ଏରସ ବୃକ୍ଷସକଳ ତୁମ୍ଭ ବିଷୟରେ ଆନନ୍ଦ କରି କହନ୍ତି, ‘ତୁମ୍ଭେ ଭୂମିସାତ୍ ହେବାଠାରୁ କୌଣସି ଛେଦନକର୍ତ୍ତା ଆମ୍ଭମାନଙ୍କ ପ୍ରତିକୂଳରେ ଆସି ନାହିଁ।’
9 Kuzimu kote kumetaharuki kukulaki unapokuja, kunaamsha roho za waliokufa ili kukupokea, wote waliokuwa viongozi katika ulimwengu, kunawafanya wainuke kwenye viti vyao vya kifalme: wale wote waliokuwa wafalme juu ya mataifa. (Sheol )
ତୁମ୍ଭ ଆଗମନ ସମୟରେ ତୁମ୍ଭ ସଙ୍ଗେ ସାକ୍ଷାତ କରିବା ପାଇଁ ଅଧଃସ୍ଥ ପାତାଳ ଚାଳିତ ହୁଏ; ତାହା ତୁମ୍ଭ ନିମନ୍ତେ ମୃତମାନଙ୍କୁ, ପୃଥିବୀର ପ୍ରଧାନମାନଙ୍କୁ ହିଁ ଜଗାଏ; ତାହା ଗୋଷ୍ଠୀବର୍ଗର ରାଜାସକଳକୁ ସେମାନଙ୍କ ସିଂହାସନରୁ ଉଠାଇଅଛି। (Sheol )
10 Wote wataitikia, watakuambia, “Wewe pia umekuwa dhaifu, kama sisi tulivyo; wewe umekuwa kama sisi.”
ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’
11 Majivuno yako yote yameshushwa mpaka kuzimu, pamoja na kelele ya vinubi vyako, mafunza yametanda chini yako, na minyoo imekufunika. (Sheol )
ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି। (Sheol )
12 Tazama jinsi ulivyoanguka kutoka mbinguni, ewe nyota ya asubuhi, mwana wa mapambazuko! Umetupwa chini duniani, wewe uliyepata kuangusha mataifa!
ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ!
13 Ulisema moyoni mwako, “Nitapanda juu hadi mbinguni, nitakiinua kiti changu cha enzi juu ya nyota za Mungu, nitaketi nimetawazwa juu ya mlima wa kusanyiko, kwenye vimo vya juu sana vya Mlima Mtakatifu.
ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
14 Nitapaa juu kupita mawingu, nitajifanya kama Yeye Aliye Juu Sana.”
ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ୱକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା।’
15 Lakini umeshushwa chini hadi kuzimu, hadi kwenye vina vya shimo. (Sheol )
ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରାନ୍ତ ସୀମାକୁ ଅବରୋହିତ ହେବ। (Sheol )
16 Wale wanaokuona wanakukazia macho, wanatafakari hatima yako: “Je, huyu ndiye yule aliyetikisa dunia na kufanya falme zitetemeke,
ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା;
17 yule aliyeifanya dunia kuwa jangwa, aliyeipindua miji yake, na ambaye hakuwaachia mateka wake waende nyumbani?”
ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’
18 Wafalme wote wa mataifa wamelala kwa heshima kila mmoja katika kaburi lake.
ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
19 Lakini wewe umetupwa nje ya kaburi lako kama tawi lililokataliwa, umefunikwa na waliouawa pamoja na wale waliochomwa kwa upanga, wale washukao mpaka kwenye mawe ya shimo. Kama mzoga uliokanyagwa chini ya nyayo,
ମାତ୍ର ତୁମ୍ଭେ ଘୃଣିତ ଶାଖା ତୁଲ୍ୟ, ଖଡ୍ଗବିଦ୍ଧ ଓ ଗର୍ତ୍ତର ପ୍ରସ୍ତର ମଧ୍ୟରେ ନିକ୍ଷିପ୍ତ ହତ ଲୋକ ଦ୍ୱାରା ଆଚ୍ଛାଦିତ ହୋଇ, ଆପଣା କବରଠାରୁ ଦୂରରେ ନିକ୍ଷିପ୍ତ ହୋଇଅଛ; ତୁମ୍ଭେ ପଦଦଳିତ ଶବ ତୁଲ୍ୟ ହୋଇଅଛ।
20 Hutajumuika nao kwenye mazishi, kwa kuwa umeharibu nchi yako na kuwaua watu wako. Mzao wa mwovu hatatajwa tena kamwe.
ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତକାଳ ଉଲ୍ଲିଖିତ ହେବ ନାହିଁ।
21 Andaa mahali pa kuwachinjia wanawe kwa ajili ya dhambi za baba zao, wasije wakainuka ili kuirithi nchi na kuijaza dunia kwa miji yao.
ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।”
22 Bwana Mwenye Nguvu Zote asema, “Nitainuka dhidi yao, nitalikatilia mbali jina lake kutoka Babeli pamoja na watu wake walionusurika, watoto wake na wazao wake,” asema Bwana.
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଉଠିବା, ସଦାପ୍ରଭୁ କହନ୍ତି, ଆମ୍ଭେ ବାବିଲରୁ ନାମ ଓ ଅବଶିଷ୍ଟାଂଶ, ପୁତ୍ର ଓ ପୌତ୍ର, ଉଚ୍ଛିନ୍ନ କରିବା,”
23 “Nitaifanya kuwa mahali pa bundi, na kuwa nchi ya matope; nitaifagia kwa ufagio wa maangamizi,” asema Bwana Mwenye Nguvu Zote.
ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”
24 Bwana Mwenye Nguvu Zote ameapa, “Hakika, kama vile nilivyopanga, ndivyo itakavyokuwa, nami kama nilivyokusudia, ndivyo itakavyosimama.
ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;
25 Nitamponda Mwashuru katika nchi yangu, juu ya milima yangu nitawakanyagia chini. Nira yake itaondolewa kutoka kwa watu wangu, nao mzigo wake utaondolewa kutoka mabegani mwao.”
ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”
26 Huu ndio mpango uliokusudiwa kwa ajili ya ulimwengu wote, huu ni mkono ulionyooshwa juu ya mataifa yote.
ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।
27 Kwa kuwa Bwana Mwenye Nguvu Zote amekusudia, ni nani awezaye kumzuia? Mkono wake umenyooshwa, ni nani awezaye kuurudisha?
କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?
28 Neno hili lilikuja mwaka ule Mfalme Ahazi alipofariki:
ଯେଉଁ ବର୍ଷରେ ଆହସ୍ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।
29 Msifurahi, enyi Wafilisti wote, kwamba fimbo iliyowapiga imevunjika; kutoka mzizi wa huyo nyoka atachipuka nyoka mwenye sumu kali, uzao wake utakuwa joka lirukalo, lenye sumu kali.
“ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।
30 Maskini kuliko maskini wote watapata malisho, nao wahitaji watalala salama. Lakini mzizi wako nitauangamiza kwa njaa, nayo njaa itawaua walionusurika.
ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।
31 Piga yowe, ee lango! Bweka, ee mji! Yeyukeni, enyi Wafilisti wote! Wingu la moshi linakuja toka kaskazini, wala hakuna atakayechelewa katika safu zake.
ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”
32 Ni jibu gani litakalotolewa kwa wajumbe wa taifa hilo? “Bwana ameifanya imara Sayuni, nako ndani yake watu wake walioonewa watapata kimbilio.”
ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”