< Isaya 43 >

1 Lakini sasa hili ndilo asemalo Bwana, yeye aliyekuumba, ee Yakobo, yeye aliyekuhuluku, ee Israeli: “Usiogope kwa maana nimekukomboa, nimekuita wewe kwa jina lako, wewe u wangu.
ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
2 Unapopita kwenye maji makuu, nitakuwa pamoja nawe, unapopita katika mito ya maji, hayatakugharikisha. Utakapopita katika moto, hutaungua, miali ya moto haitakuunguza.
ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
3 Kwa kuwa Mimi ndimi Bwana, Mungu wako, yeye Aliye Mtakatifu wa Israeli, Mwokozi wako. Ninaitoa Misri kuwa fidia yako, Kushi na Seba badala yako.
କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।
4 Kwa kuwa wewe ni wa thamani na wa kuheshimiwa machoni pangu, nami kwa kuwa ninakupenda, nitatoa watu badala yako na mataifa badala ya maisha yako.
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
5 Usiogope, kwa kuwa mimi nipo pamoja nawe, nitawaleta watoto wako kutoka mashariki, na kukukusanya kutoka magharibi.
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
6 Nitaiambia kaskazini, ‘Watoe!’ nayo kusini, ‘Usiwazuie.’ Walete wana wangu kutoka mbali, na binti zangu kutoka miisho ya dunia:
ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
7 kila mmoja ambaye ameitwa kwa Jina langu, niliyemuumba kwa utukufu wangu, niliyemhuluku na kumfanya.”
ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”
8 Uwaongoze wale wenye macho lakini hawaoni, wenye masikio lakini hawasikii.
ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
9 Mataifa yote yanakutanika pamoja, na makabila yanakusanyika. Ni nani miongoni mwao aliyetangulia kutuambia haya, na kututangazia mambo yaliyopita? Walete mashahidi wao ili kuwathibitisha kuwa walikuwa sahihi, ili wengine waweze kusikia, waseme, “Ni kweli.”
ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
10 “Ninyi ni mashahidi wangu,” asema Bwana, “na mtumishi wangu niliyemchagua, ili mpate kunijua na kuniamini, na kutambua kwamba Mimi ndiye. Kabla yangu hakuna mungu aliyefanyizwa, wala hatakuwepo mwingine baada yangu.
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
11 Mimi, naam mimi, ndimi Bwana, zaidi yangu hakuna mwokozi.
ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
12 Nimedhihirisha, kuokoa na kutangaza: Mimi, wala si mungu mgeni katikati yenu. Ninyi ni mashahidi wangu,” asema Bwana, “kwamba Mimi ndimi Mungu.
ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”
13 Naam, tangu siku za kale, Mimi ndiye. Hakuna hata mmoja awezaye kuokoa kutoka mkononi wangu. Mimi ninapotenda, ni nani awezaye kutangua?”
“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”
14 Hili ndilo Bwana asemalo, Mkombozi wako, yeye Aliye Mtakatifu wa Israeli: “Kwa ajili yenu nitatumana Babeli na kuwaleta Wakaldayo wote kama wakimbizi, katika meli walizozionea fahari.
ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
15 Mimi ndimi Bwana, yeye Aliye Mtakatifu wako, Muumba wa Israeli, Mfalme wako.”
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”
16 Hili ndilo asemalo Bwana, yeye aliyefanya njia baharini, mahali pa kupita kwenye maji mengi,
ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
17 aliyeyakokota magari ya vita na farasi, jeshi pamoja na askari wa msaada, nao wakalala huko, wala hawatainuka tena kamwe, wakakomeshwa, na wakazimika kama utambi:
ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ଲିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
18 “Msiyakumbuke mambo yaliyopita, wala msiyatafakari mambo ya zamani.
“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।
19 Tazama, nitafanya jambo jipya! Sasa litachipuka, je, hamtalitambua? Nitafanya njia jangwani na vijito vya maji katika nchi kame.
ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।
20 Wanyama wa mwituni wataniheshimu, mbweha na bundi, kwa sababu ninawapatia maji jangwani, na vijito katika nchi kame, ili kuwapa watu wangu maji, wale niliowachagua,
କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ;
21 watu wale niliowaumba kwa ajili yangu, ili wapate kutangaza sifa zangu.
ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
22 “Hata hivyo hukuniita mimi, ee Yakobo, hujajitaabisha kwa ajili yangu, ee Israeli.
ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
23 Hujaniletea kondoo kwa ajili ya sadaka za kuteketezwa, wala kuniheshimu kwa dhabihu zako. Sikukulemea kwa sadaka za nafaka wala kukuchosha kwa kuhitaji uvumba.
ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।
24 Hukuninunulia uvumba wowote wenye manukato, wala hukunipa kwa ukarimu mafuta ya wanyama wa dhabihu zako. Lakini umenilemea kwa dhambi zako, na kunitaabisha kwa makosa yako.
ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
25 “Mimi, naam mimi, ndimi nizifutaye dhambi zako, kwa ajili yangu mwenyewe, wala sizikumbuki dhambi zako tena.
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
26 Tafakari mambo yaliyopita, njoo na tuhojiane, leta shauri lako uweze kupewa haki yako.
ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
27 Baba yako wa kwanza alitenda dhambi, wasemaji wako wameasi dhidi yangu.
ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।
28 Kwa hiyo nitawaaibisha wakuu wa Hekalu lako, nami nitamtoa Yakobo aangamizwe, na Israeli adhihakiwe.
ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।

< Isaya 43 >