< Isaya 8 >

1 Bwana akaniambia, “Chukua gombo kubwa, uandike juu yake kwa kalamu ya kawaida jina: Maher-Shalal-Hash-Bazi.
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”
2 Nami nitawaita kuhani Uria, na Zekaria mwana wa Yeberekia kama mashahidi wangu waaminifu.”
ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
3 Kisha nikaenda kwa nabii mke, naye akapata mimba, akazaa mwana. Kisha Bwana akaniambia, “Mwite huyo mtoto Maher-Shalal-Hash-Bazi.
ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
4 Kabla mtoto hajaweza kusema ‘Baba yangu’ au ‘Mama yangu,’ utajiri wa Dameski na nyara za Samaria zitachukuliwa na mfalme wa Ashuru.”
କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5 Bwana akasema nami tena:
ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6 “Kwa sababu watu hawa wamekataa maji ya Shilo yatiririkayo taratibu wakamfurahia Resini na mwana wa Remalia,
“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7 kwa hiyo Bwana yu karibu kuleta dhidi yao mafuriko makubwa ya Mto: yaani mfalme wa Ashuru na fahari yake yote. Yatafurika juu ya mifereji yake yote, yatamwagikia juu ya kingo zake zote,
ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8 na kufika hadi Yuda, yakizunguka kwa kasi juu yake, yakipita katikati na yakifika hadi shingoni. Mabawa yake yaliyokunjuliwa yatafunika upana wa nchi yako, Ee Imanueli!”
ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
9 Inueni kilio cha vita, enyi mataifa, na mkavunjwevunjwe! Sikilizeni, enyi nyote nchi za mbali. Jiandaeni kwa vita, nanyi mkavunjwevunjwe! Jiandaeni kwa vita, nanyi mkavunjwevunjwe!
ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।
10 Wekeni mikakati yenu, lakini itashindwa; fanyeni mipango yenu, lakini haitafanikiwa, kwa maana Mungu yu pamoja nasi.
ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
11 Bwana alisema nami mkono wake wenye nguvu ukiwa juu yangu, akinionya nisifuate njia za taifa hili. Akasema:
କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12 “Usiite fitina kila kitu ambacho watu hawa hukiita fitina, usiogope kile wanachokiogopa, wala usikihofu.
ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
13 Bwana Mwenye Nguvu Zote ndiye peke yake ikupasaye kumheshimu kuwa mtakatifu, ndiye peke yake utakayemwogopa, ndiye peke yake utakayemhofu,
ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14 naye atakuwa mahali patakatifu; lakini kwa nyumba zote mbili za Israeli atakuwa jiwe lile linalosababisha watu kujikwaa na mwamba wa kuwaangusha. Kwa watu wa Yerusalemu, atakuwa mtego na tanzi.
ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
15 Wengi wao watajikwaa; wataanguka na kuvunjika, watategwa na kunaswa.”
ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
16 Funga ushuhuda na kutia muhuri sheria miongoni mwa wanafunzi wangu.
ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
17 Nitamngojea Bwana, ambaye ameificha nyumba ya Yakobo uso wake. Nitaliweka tumaini langu kwake.
ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
18 Niko hapa, pamoja na watoto ambao Bwana amenipa. Sisi ni ishara na mfano wake katika Israeli, kutoka kwa Bwana Mwenye Nguvu Zote, anayeishi juu ya Mlima Sayuni.
ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
19 Wakati watu wanapowaambia ninyi kutafuta ushauri kwa waaguzi na wenye kuongea na mizimu, ambao hunongʼona na kunungʼunika, je, watu wasingeuliza kwa Mungu wao? Kwa nini watake shauri kwa wafu kwa ajili ya walio hai?
ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
20 Kwa sheria na kwa ushuhuda! Kama hawatasema sawasawa na neno hili, hawana mwanga wa mapambazuko.
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21 Watazunguka katika nchi yote, wakiwa na dhiki na njaa. Watakapotaabika kwa njaa, watapatwa na hasira kali, nao, wakiwa wanatazama juu, watamlaani mfalme wao na Mungu wao.
ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
22 Kisha wataangalia duniani na kuona tu dhiki na giza, hofu na huzuni tupu, nao watasukumiwa kwenye giza nene kabisa.
ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।

< Isaya 8 >