< Yeremia 11 >
1 Hili ndilo neno lililomjia Yeremia kutoka kwa Bwana:
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,
2 “Sikia maneno ya agano hili, nawe uwaambie watu wa Yuda na wale waishio Yerusalemu.
“ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
3 Waambie kwamba hili ndilo asemalo Bwana, Mungu wa Israeli: ‘Amelaaniwa mtu ambaye hatayatii maneno ya agano hili,
ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,
4 maneno niliyowaamuru baba zenu nilipowatoa katika nchi ya Misri, kutoka tanuru la kuyeyushia vyuma.’ Nilisema, ‘Nitiini mimi na mfanye kila kitu ninachowaamuru, nanyi mtakuwa watu wangu, nami nitakuwa Mungu wenu.
ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
5 Kisha nitatimiza kiapo nilichowaapia baba zenu, kuwapa nchi itiririkayo maziwa na asali,’ nchi ambayo mnaimiliki leo.” Nikajibu, “Amen, Bwana.”
ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
6 Bwana akaniambia, “Tangaza maneno haya yote katika miji ya Yuda na katika barabara za Yerusalemu: ‘Sikilizeni maneno ya agano hili na kuyafuata.
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।
7 Tangu wakati ule niliwapandisha baba zenu kutoka Misri mpaka leo, niliwaonya tena na tena, nikisema “Nitiini mimi.”
କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
8 Lakini hawakusikiliza wala kujali. Badala yake, walifuata ukaidi wa mioyo yao miovu. Hivyo nikaleta juu yao laana zote za agano nililokuwa nimewaamuru wao kulifuata, lakini wao hawakulishika.’”
ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”
9 Kisha Bwana akaniambia, “Kuna shauri baya linaloendelea miongoni mwa watu wa Yuda na wale wanaoishi Yerusalemu.
ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।
10 Wamerudia dhambi za baba zao, waliokataa kusikiliza maneno yangu. Wameifuata miungu mingine kuitumikia. Nyumba zote mbili za Israeli na Yuda zimelivunja agano nililofanya na baba zao.
ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।
11 Kwa hivyo, hili ndilo asemalo Bwana: ‘Nitaleta juu yao maafa ambayo hawawezi kuyakimbia. Hata kama wakinililia, sitawasikiliza.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
12 Miji ya Yuda na watu wa Yerusalemu watakwenda kuililia miungu ambayo wameifukizia uvumba, lakini haitawasaidia kamwe wakati maafa yatakapowapiga.
ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।
13 Mnayo miungu mingi kama miji mliyo nayo, ee Yuda, nazo madhabahu mlizozijenga za kufukizia uvumba huyo mungu wa aibu Baali ni nyingi kama barabara za Yerusalemu.’
କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।
14 “Wewe usiwaombee watu hawa wala kufanya maombezi yoyote au kunisihi kwa ajili yao, kwa sababu sitawasikiliza watakaponiita wakati wa taabu yao.
ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
15 “Mpenzi wangu anafanya nini hekaluni mwangu, anapofanya mashauri yake maovu na wengi? Je, nyama iliyowekwa wakfu yaweza kuondolea mbali adhabu yako? Unapojiingiza katika ubaya wako, ndipo unashangilia.”
ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
16 Bwana alikuita mti wa mzeituni uliostawi ulio na matunda mazuri kwa sura. Lakini kwa ngurumo ya mawimbi makuu atautia moto, nayo matawi yake yatavunjika.
ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
17 Bwana Mwenye Nguvu Zote, aliyekupanda, ametamka maafa kwa ajili yako, kwa sababu nyumba ya Israeli na nyumba ya Yuda mmefanya maovu na kunikasirisha kwa kumfukizia Baali uvumba.
ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
18 Kwa sababu Bwana alinifunulia hila zao mbaya, nilizifahamu, kwa kuwa wakati ule alinionyesha yale waliyokuwa wanayafanya.
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।
19 Nilikuwa kama mwana-kondoo mpole aliyeongozwa machinjoni; mimi sikutambua kwamba walikuwa wamefanya shauri baya dhidi yangu, wakisema, “Sisi na tuuangamize mti na matunda yake; nasi tumkatilie mbali kutoka nchi ya walio hai, ili jina lake lisikumbukwe tena.”
ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
20 Lakini, Ee Bwana Mwenye Nguvu Zote, wewe uhukumuye kwa haki, nawe uchunguzaye moyo na akili, wacha nione ukiwalipiza wao kisasi, kwa maana kwako nimeweka shauri langu.
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
21 “Kwa hiyo hili ndilo Bwana asemalo kuhusu watu wa Anathothi wale wanaotafuta uhai wako wakisema, ‘Usitoe unabii kwa jina la Bwana, la sivyo utakufa kwa mikono yetu’:
ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
22 kwa hiyo hili ndilo Bwana Mwenye Nguvu Zote asemalo: ‘Nitawaadhibu. Vijana wao waume watakufa kwa upanga, wana wao na binti zao kwa njaa.
ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
23 Hawatasaziwa hata mabaki kwao, kwa sababu nitaleta maafa kwa watu wa Anathothi katika mwaka wa adhabu yao.’”
ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”