< Yeremia 32 >

1 Hili ndilo neno lililomjia Yeremia kutoka kwa Bwana, katika mwaka wa kumi wa utawala wa Sedekia mfalme wa Yuda, ambao ulikuwa mwaka wa kumi na nane wa utawala wa Mfalme Nebukadneza.
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Wakati huo jeshi la mfalme wa Babeli lilikuwa limeuzunguka mji wa Yerusalemu, naye nabii Yeremia alikuwa amezuiliwa katika ua wa walinzi katika jumba la kifalme la Yuda.
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
3 Basi Sedekia mfalme wa Yuda alikuwa amemfunga huko akisema, “Kwa nini unatabiri hivyo? Wewe unasema, ‘Hili ndilo asemalo Bwana: Ninakaribia kuutia mji huu mkononi mwa mfalme wa Babeli, naye atauteka.
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
4 Sedekia mfalme wa Yuda hataweza kuponyoka mikononi mwa Wakaldayo, lakini kwa hakika atatiwa mikononi mwa mfalme wa Babeli, naye atazungumza naye ana kwa ana na kumwona kwa macho yake mwenyewe.
ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
5 Atamchukua Sedekia hadi Babeli, mahali atakapoishi mpaka nitakapomshughulikia, asema Bwana. Kama utapigana dhidi ya Wakaldayo, hutashinda.’”
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
6 Yeremia akasema, “Neno la Bwana lilinijia kusema:
ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
7 Hanameli mwana wa Shalumu mjomba wako atakuja kwako na kusema, ‘Nunua shamba langu huko Anathothi, kwa sababu wewe kama jamaa ya karibu ni haki na wajibu wako kulinunua.’
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
8 “Kisha, kama Bwana alivyosema, binamu yangu Hanameli alinijia katika ua wa walinzi na kusema: ‘Nunua shamba langu lililoko Anathothi katika nchi ya Benyamini. Kwa kuwa ni haki yako kulikomboa na kulimiliki, jinunulie.’ “Nilijua kwamba hili lilikuwa neno la Bwana.
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
9 Hivyo nikalinunua shamba hilo lililoko Anathothi kutoka kwa binamu yangu Hanameli, nami nikampimia shekeli kumi na saba za fedha.
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
10 Nikatia sahihi na kuweka muhuri hati ya kumiliki, nikaweka mashahidi, na kupima ile fedha kwenye mizani.
ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
11 Nikachukua ile hati ya kununulia, nakala iliyotiwa muhuri yenye makubaliano na masharti, pia pamoja na ile nakala isiyo na muhuri,
ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
12 nami nikampa Baruku mwana wa Neria, mwana wa Maaseya, hati hii mbele ya binamu yangu Hanameli, na mbele ya mashahidi waliokuwa wameweka sahihi kwenye hati hii na mbele ya Wayahudi wote waliokuwa wameketi katika ua wa walinzi.
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
13 “Nilimpa Baruku maelezo haya mbele yao:
ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
14 ‘Hili ndilo asemalo Bwana Mwenye Nguvu Zote, Mungu wa Israeli: Chukua hati hizi, yaani nakala zote zenye muhuri na zisizo na muhuri za hati ya kununulia, na uziweke kwenye gudulia la udongo wa mfinyanzi ili zidumu kwa muda mrefu.
‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
15 Kwa kuwa hili ndilo asemalo Bwana Mwenye Nguvu Zote, Mungu wa Israeli: Nyumba, mashamba na mashamba ya mizabibu yatanunuliwa tena katika nchi hii.’
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
16 “Baada ya kumkabidhi Baruku mwana wa Neria hii hati ya kununulia, nilimwomba Bwana:
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
17 “Ee Bwana Mwenyezi, umeumba mbingu na nchi kwa uwezo wako mkuu na kwa mkono ulionyooshwa. Hakuna jambo lililo gumu usiloliweza.
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
18 Wewe huonyesha upendo kwa maelfu, lakini huleta adhabu kwa ajili ya dhambi za baba mapajani mwa watoto wao baada yao. Ee Mungu mkuu na mwenye uweza, ambaye jina lako ni Bwana Mwenye Nguvu Zote,
ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
19 makusudi yako ni makuu, na matendo yako ni yenye uwezo. Macho yako yanaona njia zote za wanadamu, nawe humlipa kila mmoja kulingana na mwenendo wake, na kama yanavyostahili matendo yake.
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
20 Ulitenda ishara za miujiza na maajabu huko Misri, na umeyaendeleza mpaka leo, katika Israeli na miongoni mwa wanadamu wote, nawe umejulikana na kufahamika hivyo mpaka leo.
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
21 Uliwatoa watu wako Israeli kutoka Misri kwa ishara na maajabu, kwa mkono wenye nguvu na ulionyooshwa na kwa matisho makuu.
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
22 Uliwapa nchi hii uliyokuwa umeapa kuwapa baba zao, nchi inayotiririka maziwa na asali.
ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
23 Waliingia na kuimiliki, lakini hawakukutii wala kuifuata sheria yako. Hawakufanya kile ulichowaamuru kufanya. Hivyo ukaleta maafa haya yote juu yao.
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
24 “Tazama jinsi tumezungukwa na jeshi ili kuuteka mji huu. Kwa sababu ya upanga, njaa na tauni, mji utatiwa mikononi mwa Wakaldayo ambao wanaushambulia. Ulilosema limetokea kama vile unavyoona sasa.
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
25 Ingawa mji utatiwa mikononi mwa Wakaldayo, wewe, Ee Bwana Mwenyezi, uliniambia, ‘Nunua shamba kwa fedha, na jambo hilo lishuhudiwe.’”
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
26 Ndipo neno la Bwana likamjia Yeremia kusema:
ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
27 “Mimi ndimi Bwana, Mungu wa wote wenye mwili. Je, kuna jambo lolote lililo gumu nisiloliweza?
“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
28 Kwa hiyo, hili ndilo asemalo Bwana: Ninakaribia kuutia mji huu mikononi mwa Wakaldayo, na mwa Nebukadneza mfalme wa Babeli ambaye atauteka.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍‍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
29 Wakaldayo ambao wanaushambulia mji huu watakuja na kuuchoma moto na kuuteketeza, pamoja na nyumba ambamo watu wamenikasirisha kwa kumfukizia Baali uvumba katika mapaa na kumimina sadaka za vinywaji kwa miungu mingine.
ଆଉ, ଯେଉଁ କଲ୍‍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
30 “Watu wa Israeli na wa Yuda hawakufanya kitu kingine ila uovu mbele zangu tangu ujana wao. Naam, watu wa Israeli hawakufanya kitu kingine ila kunikasirisha kwa kazi ambazo mikono yao imetengeneza, asema Bwana.
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
31 Tangu siku ulipojengwa hadi sasa, mji huu umenikasirisha na kunighadhibisha kiasi kwamba ni lazima niuondoe machoni pangu.
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
32 Watu wa Israeli na wa Yuda wamenikasirisha kwa uovu wote waliofanya: wao, wafalme wao na maafisa wao, makuhani wao na manabii wao, watu wa Yuda na wakazi wa Yerusalemu.
କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍‍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍‍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
33 Walinigeuzia visogo vyao, wala si nyuso zao. Ingawa niliwafundisha tena na tena, hawakupenda kusikiliza wala kuitikia adhabu.
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
34 Waliweka miungu yao ya kuchukiza sana katika nyumba iitwayo kwa Jina langu na kuinajisi.
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
35 Wakajenga mahali pa juu pa kuabudia miungu kwa ajili ya Baali katika Bonde la Ben-Hinomu, ambapo walitoa wana wao na binti zao kafara kwa Moleki, ingawa kamwe sikuamuru, wala halikuingia akilini mwangu, kwamba watafanya chukizo kama hilo na kumfanya Yuda atende dhambi.
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
36 “Mnasema kuhusu mji huu, ‘Kwa upanga, njaa na tauni, mji utatiwa mkononi mwa mfalme wa Babeli,’ lakini hili ndilo Bwana, Mungu wa Israeli asemalo:
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
37 Hakika nitawakusanya kutoka nchi zote nilizowafukuzia katika hasira yangu kali na ghadhabu yangu kuu, nitawarudisha mahali hapa na kuwaruhusu waishi kwa salama.
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
38 Watakuwa watu wangu, nami nitakuwa Mungu wao.
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
39 Nitawapa moyo mmoja na kutenda pamoja, ili kwamba waniche daima kwa mema yao wenyewe na kwa mema ya watoto wao baada yao.
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
40 Nitafanya nao agano la milele: Kamwe sitaacha kuwatendea mema, nami nitawavuvia kunicha mimi, ili kamwe wasigeukie mbali nami.
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
41 Nitafurahia kuwatendea mema, na kwa hakika nitawapanda katika nchi hii kwa moyo wangu wote na roho yangu yote.
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
42 “Hili ndilo asemalo Bwana: Kama nilivyoleta maafa haya makubwa kwa watu hawa, ndivyo nitakavyowapa mafanikio niliyowaahidi.
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
43 Kwa mara nyingine tena mashamba yatanunuliwa katika nchi hii ambayo mlisema, ‘Imekuwa ukiwa, isiyofaa, isiyo na watu wala wanyama, kwa sababu imetiwa mikononi mwa Wakaldayo.’
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
44 Mashamba yatanunuliwa kwa fedha, na hati zitatiwa sahihi, zitatiwa muhuri na kushuhudiwa katika nchi ya Benyamini, katika vijiji vinavyoizunguka Yerusalemu, katika miji ya Yuda na katika miji ya nchi ya vilima, sehemu za magharibi katika miji ya tambarare na katika Negebu, kwa sababu nitarudisha tena mafanikio yao, asema Bwana.”
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”

< Yeremia 32 >