< Yeremia 33 >
1 Wakati Yeremia alipokuwa angali amefungwa kwenye ua wa walinzi, neno la Bwana lilimjia mara ya pili kusema:
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
2 “Hili ndilo Bwana asemalo, yeye aliyeumba dunia, Bwana aliyeifanya na kuithibitisha, Bwana ndilo jina lake:
“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
3 ‘Niite nami nitakuitika na kukuambia mambo makuu na yasiyochunguzika, usiyoyajua.’
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
4 Kwa maana hili ndilo Bwana, Mungu wa Israeli, asemalo kuhusu nyumba katika mji huu na majumba ya kifalme ya Yuda yaliyobomolewa ili yatumiwe dhidi ya kule kuzungukwa na jeshi na upanga
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
5 katika kupigana na Wakaldayo: ‘Zitajazwa na maiti za watu nitakaowachinja katika hasira na ghadhabu yangu. Nitauficha uso wangu kwa sababu ya maovu yake yote.
ଲୋକମାନେ କଲ୍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ।
6 “‘Hata hivyo, nitauletea afya na uponyaji, nitawaponya watu wangu na kuwafanya wafurahie amani tele na salama.
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
7 Nitawarudisha Yuda na Israeli kutoka nchi ya kutekwa kwao, na kuwajenga tena kama walivyokuwa hapo awali.
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।
8 Nitawatakasa dhambi zote walizofanya dhidi yangu, na nitawasamehe dhambi zote za uasi dhidi yangu.
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।
9 Kisha mji huu utaniletea utukufu, furaha, sifa na heshima mbele ya mataifa yote ya dunia yatakayosikia mambo yote mazuri ninayoufanyia. Nao watashangaa na kutetemeka kwa ajili ya wingi wa mafanikio na amani nitakayoupatia.’
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
10 “Hili ndilo asemalo Bwana: ‘Mnasema kuhusu mahali hapa kwamba, “Ni mahali palipoachwa ukiwa, pasipo na wanadamu wala wanyama.” Lakini katika miji ya Yuda na barabara za Yerusalemu ambazo zimeachwa, ambazo hazikaliwi na wanadamu wala wanyama, huko kutasikika kwa mara nyingine
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ୱଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
11 sauti za shangwe na furaha, sauti za bibi na bwana arusi, na sauti za wale waletao sadaka za shukrani katika nyumba ya Bwana, wakisema, “‘“Mshukuruni Bwana Mwenye Nguvu Zote, kwa maana Bwana ni mwema; upendo wake wadumu milele.” Kwa kuwa nitairudishia nchi baraka kama zilivyokuwa hapo awali,’ asema Bwana.
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
12 “Hili ndilo asemalo Bwana Mwenye Nguvu Zote: ‘Mahali hapa, ambapo ni ukiwa, pasipo na wanadamu wala wanyama: katika miji yake, patakuwepo tena malisho kwa ajili ya wachungaji kupumzisha makundi yao ya kondoo.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।
13 Katika miji ya nchi ya vilima, ya vilima vya magharibi na ya Negebu, katika nchi ya Benyamini, katika vijiji vinavyoizunguka Yerusalemu na katika miji ya Yuda, makundi ya kondoo yatapita tena chini ya mkono wa yeye ayahesabuye,’ asema Bwana.
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।
14 “‘Siku zinakuja,’ asema Bwana, ‘wakati nitakapotimiza ahadi yangu ya rehema niliyoifanya kwa nyumba ya Israeli na kwa nyumba ya Yuda.
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
15 “‘Katika siku hizo na wakati huo nitalifanya Tawi la haki lichipuke kutoka ukoo wa Daudi, naye atafanya lile lililo haki na sawa katika nchi.
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟବିଚାର ଓ ଧର୍ମ ପ୍ରଚଳିତ କରିବେ।
16 Katika siku hizo, Yuda ataokolewa na Yerusalemu ataishi salama. Hili ndilo jina atakaloitwa: Bwana Haki Yetu.’
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।
17 Kwa maana hili ndilo asemalo Bwana: ‘Daudi kamwe hatakosa mtu wa kukalia kiti cha enzi cha nyumba ya Israeli,
କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
18 wala hata makuhani, ambao ni Walawi, kamwe hawatakosa mtu wa kusimama mbele zangu daima ili kutoa sadaka za kuteketezwa, ili kuteketeza sadaka ya nafaka na kutoa dhabihu.’”
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
19 Neno la Bwana likamjia Yeremia kusema:
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
20 “Hili ndilo asemalo Bwana: ‘Ikiwa mtaweza kuvunja agano langu kuhusu usiku na mchana, ili usiku na mchana visiwepo kwa nyakati zake,
“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
21 basi agano langu na Daudi mtumishi wangu, na agano langu na Walawi ambao ni makuhani wanaohudumu mbele zangu, linaweza kuvunjwa, na Daudi hatakuwa tena na mzao wa kutawala katika kiti chake cha enzi.
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
22 Nitawafanya wazao wa Daudi mtumishi wangu na Walawi wanaohudumu mbele zangu wengi, wasioweza kuhesabika kama nyota za angani, tena wasiopimika kama mchanga wa ufuoni mwa bahari.’”
ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”
23 Neno la Bwana likamjia Yeremia kusema:
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
24 “Je, hujasikia kwamba watu hawa wanasema, ‘Bwana amezikataa zile falme mbili alizozichagua?’ Kwa hiyo wamewadharau watu wangu, na hawawaoni tena kama taifa.
“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।
25 Hili ndilo asemalo Bwana: ‘Kama sijathibitisha agano langu na usiku na mchana, na kuziweka wakfu sheria za mbingu na nchi,
ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
26 basi nitawakataa wazao wa Yakobo na Daudi mtumishi wangu, na sitachagua mmoja wa wanawe kutawala juu ya wazao wa Abrahamu, Isaki na Yakobo. Kwa maana nitawarudisha kutoka nchi ya kutekwa kwao na kuwaonea huruma.’”
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”