< Yeremia 34 >
1 Wakati Nebukadneza mfalme wa Babeli na jeshi lake lote, pamoja na falme zote na mataifa katika himaya aliyotawala walipokuwa wakipigana dhidi ya Yerusalemu pamoja na miji yote inayoizunguka, neno hili lilimjia Yeremia kutoka kwa Bwana:
ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:
2 “Hili ndilo asemalo Bwana, Mungu wa Israeli, kusema: Nenda kwa Sedekia mfalme wa Yuda umwambie, ‘Hili ndilo asemalo Bwana: Ninakaribia kuutia mji huu mikononi mwa mfalme wa Babeli, naye atauteketeza kwa moto.
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।
3 Hutaweza kuepuka mkono wake, bali hakika utatekwa na kukabidhiwa kwake. Utamwona mfalme wa Babeli kwa macho yako mwenyewe, naye atazungumza nawe ana kwa ana. Nawe utakwenda Babeli.
ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।
4 “‘Lakini sikia ahadi ya Bwana, ee Sedekia mfalme wa Yuda. Hili ndilo asemalo Bwana kukuhusu: Hutakufa kwa upanga,
ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;
5 utakufa kwa amani. Kama vile watu walivyowasha moto wa maziko kwa heshima ya baba zako, wafalme waliokutangulia, ndivyo watu watakavyowasha moto kwa heshima yako na kuomboleza, wakisema: “Ole, Ee Bwana!” Mimi mwenyewe ninaweka ahadi hii, asema Bwana.’”
ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”
6 Ndipo nabii Yeremia akamwambia Sedekia mfalme wa Yuda mambo haya yote huko Yerusalemu,
ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।
7 wakati jeshi la mfalme wa Babeli lilipokuwa likipigana dhidi ya Yerusalemu na miji mingine ya Yuda ambayo bado ilikuwa imara, yaani Lakishi na Azeka. Hii ilikuwa miji pekee yenye ngome iliyobaki katika Yuda.
ସେସମୟରେ ବାବିଲ ରାଜାର ସୈନ୍ୟ ଯିରୂଶାଲମ ବିରୁଦ୍ଧରେ ଓ ଯିହୁଦାର ଅବଶିଷ୍ଟସକଳ ନଗର ଅର୍ଥାତ୍ ଲାଖୀଶ୍ ଓ ଅସେକା ବିରୁଦ୍ଧରେ ଯୁଦ୍ଧ କରୁଥିଲେ; କାରଣ ଯିହୁଦା ଦେଶସ୍ଥ ନଗରସମୂହ ମଧ୍ୟରେ ଏହି ଦୁଇଟି ମାତ୍ର ପ୍ରାଚୀର-ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
8 Hili ndilo neno lililomjia Yeremia kutoka kwa Bwana, baada ya Mfalme Sedekia kufanya agano na watu wote huko Yerusalemu ili kutangaza uhuru kwa watumwa.
ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,
9 Kila mmoja alipaswa kuwaacha huru watumwa wake wa Kiebrania, wanawake na wanaume. Hakuna yeyote aliyeruhusiwa kumshikilia Myahudi mwenzake kama mtumwa.
ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
10 Kwa hiyo maafisa wote na watu walioingia katika agano hili wakakubali kwamba watawaacha huru watumwa wao wa kiume na wa kike, na hawatawashikilia tena kama watumwa. Wakakubali na wakawaacha huru.
ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;
11 Lakini baadaye wakabadili mawazo yao, na kuwarudisha wale watumwa waliokuwa wamewaacha huru, wakawafanya tena watumwa.
ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ।
12 Ndipo neno la Bwana likamjia Yeremia kusema:
ଏହେତୁ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
13 “Hili ndilo asemalo Bwana, Mungu wa Israeli: Nilifanya agano na baba zenu nilipowatoa Misri, kutoka nchi ya utumwa. Nilisema,
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭେ ମିସର ଦେଶରୁ ଦାସଗୃହରୁ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଏକ ନିୟମ କଲୁ, ଯଥା,
14 ‘Kila mwaka wa saba, kila mmoja wenu ni lazima amwache huru mtumwa ambaye ni Mwebrania mwenzenu aliyejiuza kwenu. Baada ya kukutumikia kwa miaka sita, ni lazima umwache huru aende zake.’ Hata hivyo baba zenu hawakunisikiliza wala kunijali.
‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।
15 Hivi karibuni tu mlitubu na kufanya yaliyo sawa machoni pangu: Kila mmoja wenu aliwatangazia uhuru Waebrania wake. Hata mlifanya agano mbele zangu ndani ya nyumba iitwayo kwa Jina langu.
ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ
16 Lakini sasa mmegeuka na kulinajisi jina langu. Kila mmoja wenu amemrudisha mtumwa wa kiume na wa kike ambao mlikuwa mmewaacha huru waende zao walikotaka. Mmewalazimisha kuwa watumwa wenu tena.
ମାତ୍ର ତୁମ୍ଭେମାନେ ଫେରି ଆମ୍ଭ ନାମ ଅପବିତ୍ର କଲ, ଆଉ ଯେଉଁମାନଙ୍କୁ ମୁକ୍ତ କରି ସେମାନଙ୍କ ଇଚ୍ଛାନୁସାରେ ବିଦାୟ କରି ଦେଇଥିଲ, ତୁମ୍ଭମାନଙ୍କର ପ୍ରତ୍ୟେକେ ଆପଣା ଆପଣା ସେହି ଦାସଦାସୀକୁ ପୁନର୍ବାର ଅଣାଇ ଆପଣାମାନଙ୍କର ଦାସଦାସୀ ହେବା ପାଇଁ ବଶୀଭୂତ କରିଅଛ।
17 “Kwa hiyo, hili ndilo asemalo Bwana: Hamkunitii mimi. Hamkutangaza uhuru kwa ndugu zenu. Hivyo sasa, ninawatangazia ninyi ‘uhuru,’ asema Bwana: ‘uhuru’ ili kuanguka kwa upanga, tauni na njaa. Nitawafanya mwe chukizo kwa falme zote za dunia.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
18 Watu waliovunja agano langu, na ambao hawakutunza masharti ya agano walilofanya mbele zangu, nitawafanya kama ndama waliyemkata vipande viwili, kisha wakatembea kati ya vile vipande vya huyo ndama.
ପୁଣି, ଯେଉଁମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି, ଯେଉଁମାନେ ଗୋବତ୍ସକୁ ଦୁଇ ଖଣ୍ଡ କରି ତନ୍ମଧ୍ୟ ଦେଇ ଗମନ କରିବା ବେଳେ ଆମ୍ଭ ସମ୍ମୁଖରେ ଯେଉଁ ନିୟମ କଲେ, ସେହି ନିୟମର କଥା ପାଳନ କରି ନାହାନ୍ତି, ସେମାନଙ୍କୁ,
19 Viongozi wa Yuda na Yerusalemu, maafisa wa mahakama, makuhani na watu wote wa nchi waliopita kati ya vile vipande vya ndama,
ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;
20 nitawatia mikononi mwa adui zao wanaotafuta uhai wao. Maiti zao zitakuwa chakula cha ndege wa angani na wanyama wa nchi.
ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
21 “Nitamtia Sedekia mfalme wa Yuda na maafisa wake mikononi mwa adui zao wanaotafuta uhai wao, kwa jeshi la mfalme wa Babeli, lililokuwa limeondoka kwenu.
ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।
22 Nitatoa amri, asema Bwana, nami nitawarudisha tena katika mji huu. Watapigana dhidi yake, wautwae na kuuteketeza kwa moto. Nami nitaiangamiza miji ya Yuda hivyo pasiwe na yeyote atakayeweza kuishi humo.”
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”