< Yeremia 39 >

1 Hivi ndivyo Yerusalemu ilivyotwaliwa: Katika mwaka wa tisa wa utawala wa Mfalme Sedekia wa Yuda, katika mwezi wa kumi, Nebukadneza mfalme wa Babeli akiwa na jeshi lake lote alifanya vita dhidi ya Yerusalemu na akauzunguka mji.
ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
2 Katika siku ya tisa ya mwezi wa nne wa mwaka wa kumi na moja wa utawala wa Sedekia, ukuta wa mji ulibomolewa.
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
3 Kisha maafisa wote wa mfalme wa Babeli wakaja na kuketi kwenye Lango la Kati, nao ni: Nergal-Shareza wa Samgari, Nebo-Sarsekimu afisa mkuu, Nergal-Shareza afisa mwenye cheo cha juu, na maafisa wengine wote wa mfalme wa Babeli.
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
4 Mfalme Sedekia wa Yuda na askari wote walipowaona, wakakimbia na kuondoka mjini usiku kwa njia ya bustani ya mfalme, kupitia lango lililokuwa kati ya kuta mbili, wakaelekea Araba.
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
5 Lakini jeshi la Wakaldayo likawafuatia na kumpata Sedekia katika sehemu tambarare za Yeriko. Wakamkamata na kumpeleka kwa Nebukadneza mfalme wa Babeli huko Ribla, katika nchi ya Hamathi, mahali ambapo alimtangazia hukumu.
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
6 Huko Ribla, mfalme wa Babeli aliwachinja wana wa Sedekia mbele ya macho yake, na pia akawaua wakuu wote wa Yuda.
ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
7 Kisha akayangʼoa macho ya Sedekia na kumfunga kwa pingu za shaba na kumpeleka Babeli.
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
8 Jeshi la Wakaldayo likachoma moto jumba la kifalme na nyumba za watu, na kuzibomoa kuta za Yerusalemu.
ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
9 Nebuzaradani kiongozi wa walinzi wa mfalme akawachukua na kuwapeleka uhamishoni Babeli watu waliokuwa wamebaki ndani ya mji, pamoja na wale waliokuwa wamejisalimisha kwake, na watu wengine wote.
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
10 Lakini Nebuzaradani kiongozi wa walinzi aliwabakiza baadhi ya watu maskini katika nchi ya Yuda, ambao hawakuwa na kitu. Naye wakati huo akawapa mashamba ya mizabibu na mashamba mengine.
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
11 Basi, Nebukadneza mfalme wa Babeli alikuwa ametoa maagizo kuhusu Yeremia kupitia Nebuzaradani kiongozi wa walinzi wa mfalme akisema:
ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,
12 “Mchukue umtunze. Usimdhuru, lakini umfanyie chochote anachotaka.”
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
13 Basi Nebuzaradani kiongozi wa walinzi, Nebushazbani afisa mkuu, Nergal-Shareza afisa wa cheo cha juu, na maafisa wengine wote wa mfalme wa Babeli
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
14 wakatuma watu kumwondoa Yeremia kutoka ua wa walinzi. Wakamkabidhi kwa Gedalia mwana wa Ahikamu mwana wa Shafani, ili amrudishe nyumbani kwake. Kwa hiyo akabaki miongoni mwa watu wake mwenyewe.
ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
15 Wakati Yeremia alipokuwa amezuiliwa katika ua wa walinzi, neno la Bwana lilimjia kusema:
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
16 “Nenda ukamwambie Ebed-Meleki Mkushi, ‘Hili ndilo Bwana Mwenye Nguvu Zote, Mungu wa Israeli, asemalo: Ninakaribia kutimiza maneno yangu dhidi ya mji huu kwa njia ya maafa, wala si kwa kuwafanikisha. Wakati huo hayo yatatimizwa mbele ya macho yako.
“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
17 Lakini siku hiyo nitakuokoa, asema Bwana; hutatiwa mikononi mwa wale unaowaogopa.
ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
18 Nitakuokoa; hutaanguka kwa upanga, lakini maisha yako yatakuwa salama, kwa sababu unanitumaini, asema Bwana.’”
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”

< Yeremia 39 >