< Yeremia 46 >

1 Hili ni neno la Bwana lililomjia nabii Yeremia kuhusu mataifa:
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 Kuhusu Misri: Huu ni ujumbe dhidi ya jeshi la Farao Neko mfalme wa Misri, lililoshindwa huko Karkemishi kwenye Mto Frati na Nebukadneza mfalme wa Babeli, katika mwaka wa nne wa utawala wa Yehoyakimu mwana wa Yosia mfalme wa Yuda:
ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
3 “Wekeni tayari ngao zenu, kubwa na ndogo, mtoke kwa ajili ya vita!
“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।
4 Fungieni farasi lijamu, pandeni farasi! Shikeni nafasi zenu mkiwa mmevaa chapeo! Isugueni mikuki yenu, vaeni dirii vifuani!
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।
5 Je, ninaona nini? Wametiwa hofu, wanarudi nyuma, askari wao wameshindwa. Wanakimbia kwa haraka pasipo kutazama nyuma, tena kuna hofu kuu kila upande,” asema Bwana.
ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।
6 Walio wepesi na wenye mbio hawawezi kukimbia, wala wenye nguvu hawawezi kutoroka. Kaskazini, kando ya Mto Frati, wanajikwaa na kuanguka.
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି।
7 “Ni nani huyu ajiinuaye kama Mto Naili, kama mito yenye maji yanayofanya mawimbi?
ନୀଳ ନଦୀ ପରି ଯେ ଉଠୁଅଛି, ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ?
8 Misri hujiinua kama Mto Naili, kama mito yenye maji yanayofanya mawimbi. Husema, ‘Nitainuka na kufunika dunia, nitaiangamiza miji na watu wake.’
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।
9 Songeni mbele, enyi farasi! Endesheni kwa ukali, enyi magari ya farasi, Endeleeni mbele, enyi mashujaa: watu wa Kushi na Putu wachukuao ngao, watu wa Ludi wavutao upinde.
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।
10 Lakini ile siku ni ya Bwana, Bwana Mwenye Nguvu Zote, siku ya kulipiza kisasi, kisasi juu ya adui zake. Upanga utakula hata utakapotosheka, hadi utakapozima kiu yake kwa damu. Kwa maana Bwana, Bwana Mwenye Nguvu Zote, atatoa dhabihu kwenye nchi ya kaskazini, kando ya Mto Frati.
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
11 “Panda hadi Gileadi ukapate zeri, ee Bikira Binti wa Misri. Lakini umetumia dawa nyingi bila mafanikio; huwezi kupona.
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।
12 Mataifa yatasikia juu ya aibu yako, kilio chako kitaijaza dunia. Shujaa mmoja atajikwaa juu ya mwingine, nao wataanguka chini pamoja.”
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି।”
13 Huu ndio ujumbe Bwana aliomwambia nabii Yeremia kuhusu kuja kwa Nebukadneza mfalme wa Babeli ili kuishambulia Misri:
ବାବିଲର ରାଜା ନବୂଖଦ୍‍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
14 “Tangaza hili katika Misri, nawe ulihubiri katika Migdoli, hubiri pia katika Memfisi na Tahpanhesi: ‘Shikeni nafasi zenu na mwe tayari, kwa kuwa upanga unawala wale wanaokuzunguka.’
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।
15 Kwa nini mashujaa wako wamesombwa na kupelekwa mbali? Hawawezi kusimama, kwa maana Bwana atawasukuma awaangushe chini.
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।
16 Watajikwaa mara kwa mara, wataangukiana wao kwa wao. Watasema, ‘Amka, turudi kwa watu wetu na nchi yetu, mbali na upanga wa mtesi.’
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’
17 Huko watatangaza, ‘Farao mfalme wa Misri ni makelele tu, amekosa wasaa wake.’
ସେସ୍ଥାନରେ ଲୋକମାନେ ଉଚ୍ଚସ୍ୱରରେ କହିଲେ, ‘ମିସରର ରାଜା ଫାରୋ ଶବ୍ଦ ମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।’
18 “Kwa hakika kama niishivyo,” asema Mfalme, ambaye jina lake ni Bwana Mwenye Nguvu Zote, “mmoja atakuja ambaye ni kama Tabori miongoni mwa milima, kama Karmeli kando ya bahari.
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
19 Funga mizigo yako kwenda uhamishoni, wewe ukaaye Misri, kwa kuwa Memfisi utaangamizwa na kuwa magofu pasipo mkazi.
ଆଗୋ ମିସର ନିବାସିନୀ କନ୍ୟେ, ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ।
20 “Misri ni mtamba mzuri, lakini kipanga anakuja dhidi yake kutoka kaskazini.
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି।
21 Askari wake waliokodiwa katika safu zake wako kama ndama walionenepeshwa. Wao pia watageuka na kukimbia pamoja, hawataweza kuhimili vita, kwa maana siku ya msiba inakuja juu yao, wakati wao wa kuadhibiwa.
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
22 Misri atatoa sauti kama ya nyoka anayekimbia kadiri adui anavyowasogelea na majeshi, watakuja dhidi yake wakiwa na mashoka, kama watu wakatao miti.
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।
23 Wataufyeka msitu wake,” asema Bwana, “hata kama umesongamana kiasi gani. Ni wengi kuliko nzige, hawawezi kuhesabika.
ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।
24 Binti wa Misri ataaibishwa, atatiwa mikononi mwa watu wa kaskazini.”
ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”
25 Bwana Mwenye Nguvu Zote, Mungu wa Israeli, asema: “Nakaribia kuleta adhabu juu ya Amoni mungu wa Thebesi, na juu ya Farao, Misri na miungu yake, na wafalme wake, pamoja na wale wanaomtegemea Farao.
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍‍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
26 Nitawatia mikononi mwa wale wanaotafuta uhai wao, yaani Nebukadneza mfalme wa Babeli na maafisa wake. Hatimaye, hata hivyo, Misri itakaliwa kama nyakati zilizopita,” asema Bwana.
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।
27 “Usiogope, ee Yakobo mtumishi wangu, usifadhaike, ee Israeli. Hakika nitakuokoa kutoka nchi za mbali, uzao wako kutoka nchi ya uhamisho wao. Yakobo atakuwa tena na amani na salama, wala hakuna hata mmoja atakayewatia hofu.
ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
28 Usiogope, ee Yakobo mtumishi wangu, kwa maana mimi niko pamoja nawe,” asema Bwana. “Ingawa nitayaangamiza kabisa mataifa yote ambayo miongoni mwake nimekutawanya, sitakuangamiza wewe kabisa. Nitakurudi, lakini kwa haki tu, wala sitakuacha kabisa bila kukuadhibu.”
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”

< Yeremia 46 >