< Ayubu 12 >

1 Ndipo Ayubu akajibu:
ତହୁଁ ଆୟୁବ ଉତ୍ତର କରି କହିଲା,
2 “Bila shaka ninyi ndio watu, nayo hekima itakoma mtakapokufa!
“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
3 Lakini mimi ninao ufahamu kama ninyi; mimi si duni kwenu. Ni nani asiyejua mambo haya yote?
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
4 “Nimekuwa mtu wa kuchekwa na rafiki zangu, ingawa nilimwita Mungu naye akanijibu: mimi ni mtu wa kuchekwa tu, ingawa ni mwadilifu na nisiye na hatia!
ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
5 Wanadamu wakiwa katika utulivu huwa na dharau kwa wale wenye msiba kana kwamba ndiyo haki ya wale ambao miguu yao inateleza.
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
6 Hema za wanyangʼanyi hazisumbuliwi, wale wanaomghadhibisha Mungu wako salama: wale wamchukuao mungu wao mikononi mwao.
ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
7 “Lakini ulizeni wanyama, nao watawafundisha, au ndege wa angani, nao watawaambia;
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
8 au zungumzeni na dunia, nayo itawafundisha, au acheni samaki wa baharini wawape taarifa.
ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
9 Ni nani miongoni mwa hawa wote asiyejua kwamba mkono wa Bwana ndio uliofanya hili?
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
10 Mkononi mwake kuna uhai wa kila kiumbe, na pumzi ya wanadamu wote.
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
11 Je, sikio haliyajaribu maneno kama vile ulimi uonjavyo chakula?
ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
12 Je, hekima haipatikani katikati ya wazee? Je, maisha marefu hayaleti ufahamu?
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
13 “Hekima na nguvu ni vya Mungu; shauri na ufahamu ni vyake yeye.
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
14 Kile anachokibomoa hakiwezi kujengeka tena; mtu aliyefungiwa naye hawezi kufunguliwa.
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
15 Akizuia maji, huwa pana ukame; akiyaachia maji, huharibu nchi.
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
16 Kwake kuna nguvu na ushindi; adanganywaye na adanganyaye, wote wawili ni wake.
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
17 Yeye huwaondoa washauri wakiwa wametekwa nyara, naye huwapumbaza wanaotoa maamuzi.
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
18 Huondoa pingu zilizofungwa na wafalme, na kuwafunga mishipi ya kiunoni.
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
19 Huwaondoa makuhani wakiwa wametekwa nyara, na kuwaangusha waliojiimarisha muda mrefu.
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
20 Hunyamazisha midomo ya washauri wanaoaminika, na kuondoa busara ya wazee.
ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
21 Huwamwagia dharau wanaoheshimika, na kuwavua silaha wenye nguvu.
ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
22 Hufunua mambo ya ndani ya gizani, na kuyaleta nuruni yale yaliyositirika sana.
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
23 Huyafanya mataifa yatukuke na kuyaangamiza; hufanya mataifa kuwa makubwa, naye huyatawanya.
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
24 Huwaondolea viongozi wa nchi akili zao; huwapeleka watangetange nyikani pasipo na njia.
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
25 Hupapasa gizani pasipokuwa na mwanga; huwafanya wapepesuke kama walevi.
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।

< Ayubu 12 >