< Ayubu 18 >

1 Bildadi Mshuhi akajibu:
ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?
2 “Je, ni lini utafika mwisho wa maneno haya? Uwe mwenye busara, nasi ndipo tutakapoweza kuongea.
“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
3 Kwa nini sisi tunafikiriwa kama wanyama, na kuonekana wajinga machoni pako?
ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?
4 Wewe unayejirarua mwenyewe vipande vipande katika hasira yako, je, dunia iachwe kwa ajili yako wewe? Au ni lazima miamba iondolewe mahali pake?
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?
5 “Taa ya mwovu imezimwa, nao mwali wa moto wake umezimika.
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
6 Mwanga hemani mwake umekuwa giza; taa iliyo karibu naye imezimika.
ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
7 Nguvu za hatua zake zimedhoofishwa; shauri lake baya litamwangusha.
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
8 Miguu yake imemsukumia kwenye wavu, naye anatangatanga kwenye matundu ya wavu.
ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
9 Tanzi litamkamata kwenye kisigino; mtego utamshikilia kwa nguvu.
ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।
10 Kitanzi kimefichwa ardhini kwa ajili yake; mtego uko kwenye njia yake.
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
11 Vitisho vimemtia hofu kila upande, na adui zake humwandama kila hatua.
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
12 Janga linamwonea shauku; maafa yako tayari kwa ajili yake aangukapo.
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
13 Nayo yatakula sehemu ya ngozi yake; mzaliwa wa kwanza wa mauti atakula maungo yake.
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
14 Atangʼolewa kutoka usalama wa hema lake, na kupelekwa kwa mfalme wa vitisho.
ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
15 Moto utakaa katika hema lake; moto wa kiberiti utamwagwa juu ya makao yake.
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
16 Mizizi yake chini itakauka na matawi yake juu yatanyauka.
ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
17 Kumbukumbu lake litatoweka katika dunia, wala hatakuwa na jina katika nchi.
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
18 Ameondolewa nuruni na kusukumiwa gizani, naye amefukuzwa mbali atoke duniani.
ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।
19 Hana mtoto wala mzao miongoni mwa watu wake, wala aliyenusurika mahali alipoishi.
ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।
20 Watu wa magharibi watashangaa yaliyompata; watu wa mashariki watapatwa na hofu.
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
21 Hakika ndivyo yalivyo makao ya mtu mwovu; ndivyo palivyo mahali pake mtu asiyemjua Mungu.”
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”

< Ayubu 18 >