< Ayubu 33 >

1 “Lakini Ayubu, sasa, sikiliza maneno yangu; zingatia kila kitu nitakachosema.
ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର।
2 Karibu nitafungua kinywa changu; maneno yangu yapo katika ncha ya ulimi wangu.
ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।
3 Maneno yangu yanatoka katika moyo mnyofu; midomo yangu hunena kwa uaminifu yale niyajuayo.
ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।
4 Roho wa Mungu ameniumba; pumzi ya Mwenyezi hunipa uhai.
ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
5 Unijibu basi, kama unaweza; jiandae kunikabili mimi.
ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ।
6 Mimi ni kama wewe mbele za Mungu; mimi pia nimetolewa kwenye udongo.
ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
7 Huna sababu ya kuniogopa, wala mkono wangu haupaswi kukulemea.
ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।
8 “Lakini umesema nikiwa ninakusikia, nami nilisikia maneno yenyewe:
ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
9 ‘Mimi ni safi na sina dhambi; mimi ni safi na sina hatia.
‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;
10 Lakini bado Mungu amepata dosari kwangu, naye ananiona kama adui yake.
ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
11 Ananifunga miguu kwa pingu, tena anaziangalia njia zangu zote kwa karibu.’
ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’
12 “Lakini mimi ninakuambia, katika jambo hili wewe una makosa, kwa maana Mungu ni mkuu kuliko mwanadamu.
ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।
13 Kwa nini unamlalamikia kwamba yeye hamjibu mwanadamu?
ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।
14 Kwa kuwa Mungu husema, wakati huu kwa njia moja, au wakati mwingine kwa njia nyingine, ingawa mwanadamu anaweza asielewe.
ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;
15 Mungu husema na mwanadamu katika ndoto, katika maono ya usiku, wakati usingizi mzito uwaangukiapo wanadamu wasinziapo vitandani mwao,
ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,
16 anaweza akasemea masikioni mwao, na kuwatia hofu kwa maonyo,
ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
17 ili kumgeuza mtu kutoka kwenye kutenda mabaya na kumwepusha na kiburi,
ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।
18 kuiokoa nafsi yake na shimo, uhai wake usiangamizwe kwa upanga.
ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି।
19 Mtu anaweza kutiwa adabu kwa maumivu kitandani mwake, kwa dhiki za mfululizo katika mifupa yake,
ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;
20 kiasi kwamba maisha yake yenyewe yanakataa chakula nayo nafsi yake ikakichukia kabisa hata chakula kizuri.
ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।
21 Nyama ya mwili wake huisha kwa kukonda, nayo mifupa yake ambayo mwanzoni ilikuwa imefichika, sasa inatokeza nje.
ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।
22 Nafsi yake inakaribia kaburi, nao uhai wake karibu na wajumbe wa kifo.
ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।
23 “Kama bado kuna malaika upande wake kama mtetezi, mmoja miongoni mwa elfu, wa kumwambia mwanadamu lililo jema kwake,
ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
24 kumwonea huruma na kusema, ‘Mwokoe asije akatumbukia shimoni; nimepata ukombozi kwa ajili yake’:
ତେବେ ସେ ତାହାକୁ କୃପା କରି କହିବେ, ‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
25 ndipo nyama ya mwili wake hufanywa mpya kama ya mtoto; hurudishwa upya kama siku za ujana wake.
ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’
26 Humwomba Mungu, akapata kibali kwake, huuona uso wa Mungu na kushangilia kwa furaha; Mungu humrudisha katika hali yake ya uadilifu.
ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।
27 Ndipo huja mbele za watu na kusema, ‘Nilitenda dhambi na kupotosha kilichokuwa haki, lakini sikuadhibiwa kama nilivyostahili.
ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
28 Alinikomboa nafsi yangu nisitumbukie shimoni, nami nitaishi ili kuufurahia mwanga.’
ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’
29 “Mungu hufanya haya yote kwa mwanadamu; mara mbili hata mara tatu,
ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
30 ili aigeuze nafsi yake toka shimoni, ili nuru ya uzima imwangazie.
ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।
31 “Ayubu, zingatia, nisikilize mimi; nyamaza, nami nitanena.
ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି।
32 Kama unalo lolote la kusema, unijibu; sema, kwa maana ninataka uonekane huna hatia.
ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।
33 Lakini kama huna la kusema, basi nisikilize mimi; nyamaza, nami nitakufundisha hekima.”
ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି।”

< Ayubu 33 >