< Ayubu 40 >

1 Bwana akamwambia Ayubu:
ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ,
2 “Je, mwenye kushindana na Mwenyezi aweza kumsahihisha? Mwenye kumlaumu Mungu na ajibu.”
“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”
3 Ndipo Ayubu akamjibu Bwana:
ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
4 “Mimi sistahili kabisa: ninawezaje kukujibu wewe? Nauweka mkono wangu juu ya kinywa changu.
“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
5 Nimesema mara moja, lakini sina jibu; naam, nimesema mara mbili, lakini sitasema tena.”
ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
6 Ndipo Bwana akasema na Ayubu kutoka upepo wa kisulisuli:
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
7 “Jikaze kama mwanaume; nitakuuliza maswali, nawe yakupasa unijibu.
“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
8 “Je, utabatilisha hukumu yangu? Utanilaumu mimi ili kujihesabia haki mwenyewe?
ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?
9 Je, una mkono kama wa Mungu, nawe waweza kutoa sauti ya ngurumo kama yake?
ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?
10 Basi jivike mwenyewe utukufu na fahari, nawe uvae heshima na enzi.
ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
11 Fungulia ukali wa ghadhabu yako, mtafute kila mwenye kiburi umshushe,
ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।
12 mwangalie kila mtu mwenye kiburi na umnyenyekeze, waponde waovu mahali wasimamapo.
ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।
13 Wazike wote mavumbini pamoja; wafunge nyuso zao kaburini.
ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।
14 Ndipo mimi mwenyewe nitakukubalia kuwa mkono wako mwenyewe wa kuume unaweza kukuokoa.
ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।
15 “Mwangalie mnyama aitwaye Behemothi, niliyemuumba kama nilivyokuumba wewe, anayekula majani kama ngʼombe.
ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
16 Tazama basi nguvu alizo nazo kwenye viuno vyake, uwezo alio nao kwenye misuli ya tumbo lake!
ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।
17 Mkia wake hutikisika kama mwerezi; mishipa ya mapaja yake imesukwa pamoja.
ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।
18 Mifupa yake ni bomba za shaba, maungo yake ni kama fito za chuma.
ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।
19 Yeye ni wa kwanza miongoni mwa kazi za Mungu, lakini Muumba wake anaweza kumsogelea kwa upanga wake.
ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ୍ଗ ତାହାକୁ ସ୍ପର୍ଶ କରିପାରେ।
20 Vilima humletea yeye mazao yake, nao wanyama wote wa porini hucheza karibu naye.
ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।
21 Hulala chini ya mimea ya yungiyungi, katika maficho ya matete kwenye matope.
ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ।
22 Hiyo mimea ya yungiyungi humficha kwenye vivuli vyake; miti mirefu karibu na kijito humzunguka.
ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।
23 Wakati mto ufurikapo, yeye hapati mshtuko wa hofu; yeye yu salama, hata kama Yordani ingefurika hadi kwenye kinywa chake.
ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।
24 Je, mtu yeyote anaweza kumkamata yeye akiwa macho, au kumnasa kwa mtego na kutoboa pua yake?
ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ?

< Ayubu 40 >