< Joeli 2 >

1 Pigeni tarumbeta katika Sayuni; pigeni mbiu katika mlima wangu mtakatifu. Wote waishio katika nchi na watetemeke, kwa kuwa siku ya Bwana inakuja. Iko karibu,
ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
2 siku ya giza na huzuni, siku ya mawingu na utusitusi. Kama mapambazuko yasambaavyo toka upande huu wa milima hata upande mwingine jeshi kubwa na lenye nguvu linakuja. Jambo kama hili halijakuwepo tangu zamani wala halitakuwepo tena kamwe kwa vizazi vijavyo.
ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।
3 Mbele yao moto unateketeza, nyuma yao miali ya moto inawaka kwa nguvu. Mbele yao nchi iko kama bustani ya Edeni, nyuma yao ni jangwa lisilofaa: hakuna kitu kinachowaepuka.
ସେମାନଙ୍କ ଆଗରେ ଅଗ୍ନି ଗ୍ରାସ କରୁଅଛି ଓ ସେମାନଙ୍କ ପଶ୍ଚାତରେ ଅଗ୍ନିଶିଖା ଦଗ୍ଧ କରୁଅଛି; ସେମାନଙ୍କ ଆଗରେ ଦେଶ ଏଦନ ଉଦ୍ୟାନ ତୁଲ୍ୟ ଓ ସେମାନଙ୍କ ପଶ୍ଚାତରେ ତାହା ଧ୍ୱଂସିତ ପ୍ରାନ୍ତର; ଆଉ, ସେମାନଙ୍କଠାରୁ ରକ୍ଷାପ୍ରାପ୍ତ କେହି ନାହିଁ।
4 Wanaonekana kama farasi; wanakwenda mbio kama askari wapanda farasi.
ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।
5 Wanatoa sauti kama magari ya vita, wanaporukaruka juu ya vilele vya milima, kama mlio wa miali ya moto ilayo mabua, kama jeshi kubwa lililojipanga kwa ajili ya vita.
ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।
6 Wanapoonekana, mataifa yanakuwa katika maumivu makuu; kila uso unabadilika rangi.
ସେମାନଙ୍କ ସାକ୍ଷାତରେ ଗୋଷ୍ଠୀଗଣ ଯନ୍ତ୍ରଣାଯୁକ୍ତ; ସମସ୍ତଙ୍କର ମୁଖ ମଳିନ।
7 Wanashambulia kama wapiganaji wa vita; wanapanda kuta kama askari. Wote wanatembea katika safu, hawapotoshi safu zao.
ସେମାନେ ବୀରଗଣ ତୁଲ୍ୟ ଦୌଡ଼ନ୍ତି; ସେମାନେ ଯୋଦ୍ଧାଗଣ ତୁଲ୍ୟ ପ୍ରାଚୀର ଚଢ଼ନ୍ତି; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି ଓ ସେମାନେ ଆପଣା ଆପଣା ଶ୍ରେଣୀ ଭଗ୍ନ କରନ୍ତି ନାହିଁ।
8 Hakuna anayemsukuma mwenzake; kila mmoja anakwenda mbele moja kwa moja. Wanapita katika vizuizi bila kuharibu safu zao.
ଅବା ସେମାନଙ୍କର ଏକ ଜଣ ଆର ଜଣକୁ ଠେଲନ୍ତି ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ପଥରେ ଅଗ୍ରସର ହୁଅନ୍ତି; ସେମାନେ ଅସ୍ତ୍ରଶସ୍ତ୍ର ମଧ୍ୟରେ ପେଲି ହୋଇ ପଶନ୍ତି ଓ ଆପଣା ଆପଣା ଯିବାର ପଥ ଛାଡ଼ନ୍ତି ନାହିଁ।
9 Wanaenda kasi kuingia mjini; wanakimbia ukutani. Wanaingia ndani ya nyumba; kwa kuingilia madirishani kama wevi.
ସେମାନେ ନଗର ଉପରେ କୁଦନ୍ତି; ସେମାନେ ନଗରର ପ୍ରାଚୀର ଉପରେ ଦୌଡ଼ନ୍ତି; ସେମାନେ ଗୃହ ଉପରେ ଚଢ଼ନ୍ତି; ସେମାନେ ଚୋର ପରି ଝରକା ବାଟେ ପ୍ରବେଶ କରନ୍ତି।
10 Mbele yao dunia inatikisika, anga linatetemeka, jua na mwezi vinatiwa giza, na nyota hazitoi mwanga wake tena.
ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ଡଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।
11 Bwana anatoa mshindo wa ngurumo mbele ya jeshi lake; majeshi yake hayana idadi, ni wenye nguvu nyingi wale ambao hutii agizo lake. Siku ya Bwana ni kuu, ni ya kutisha. Ni nani anayeweza kuistahimili?
ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?
12 “Hata sasa,” asema Bwana, “nirudieni kwa mioyo yenu yote, kwa kufunga, kwa kulia na kuomboleza.”
ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
13 Rarueni mioyo yenu na siyo mavazi yenu. Mrudieni Bwana, Mungu wenu, kwa maana yeye ndiye mwenye neema na mwingi wa huruma, si mwepesi wa hasira, ni mwingi wa upendo, huona huruma, hujizuia kuleta maafa.
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
14 Ni nani ajuaye? Yeye aweza kugeuka na kuwa na huruma na kuacha baraka nyuma yake: sadaka za nafaka na sadaka za vinywaji kwa ajili ya Bwana Mungu wenu.
କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।
15 Pigeni tarumbeta katika Sayuni, tangazeni saumu takatifu, liiteni kusanyiko takatifu.
ସିୟୋନରେ ତୂରୀ ବଜାଅ ଓ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର;
16 Wakusanyeni watu, wekeni wakfu kusanyiko; waleteni pamoja wazee, wakusanyeni watoto, wale wanyonyao maziwa. Bwana arusi na atoke chumbani mwake na bibi arusi naye atoke katika chumba chake.
ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।
17 Makuhani, ambao wanahudumu mbele za Bwana, na walie katikati ya ukumbi wa Hekalu na madhabahu. Waseme, “Wahurumie watu wako, Ee Bwana. Usifanye urithi wako kitu cha kudharauliwa, neno la dhihaka kati ya mataifa. Kwa nini wasemezane miongoni mwao, ‘Yuko wapi Mungu wao?’”
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
18 Kisha Bwana atakuwa na wivu kwa ajili ya nchi yake na kuwa na huruma juu ya watu wake.
ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।
19 Bwana atawajibu: “Ninawapelekea nafaka, mvinyo mpya na mafuta, vya kuwatosha ninyi hadi mridhike kabisa; kamwe sitawafanya tena kitu cha kudharauliwa na mataifa.
ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।
20 “Nitafukuza jeshi la kaskazini likae mbali nanyi, nikilisukuma ndani ya jangwa, askari wa safu za mbele wakienda ndani ya bahari ya mashariki na wale wa safu za nyuma katika bahari ya magharibi. Uvundo wake utapaa juu; harufu yake itapanda juu.” Hakika ametenda mambo makubwa.
ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।
21 Usiogope, ee nchi; furahi na kushangilia. Hakika Bwana ametenda mambo makubwa.
ହେ ଦେଶ, ଭୟ କର ନାହିଁ, ଉଲ୍ଲସିତ ହୋଇ ଆନନ୍ଦ କର; କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
22 Msiogope, enyi wanyama pori, kwa kuwa mbuga za malisho yenu zinarudia ubichi. Miti nayo inazaa matunda, mtini na mzabibu inatoa utajiri wake.
ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।
23 Furahini, enyi watu wa Sayuni, shangilieni katika Bwana Mungu wenu, kwa kuwa amewapa mvua za vuli kwa kipimo cha haki. Anawapelekea mvua nyingi, mvua ya vuli na ya masika, kama mwanzoni.
ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
24 Sakafu za kupuria zitajaa nafaka, mapipa yatafurika mvinyo mpya na mafuta.
ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।
25 “Nitawalipa kwa ajili ya miaka ile iliyoliwa na nzige: parare, madumadu na tunutu, jeshi langu kubwa ambalo nililituma katikati yenu.
ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।
26 Mtakuwa na wingi wa vyakula mpaka mshibe, na mtalisifu jina la Bwana Mungu wenu, ambaye amefanya maajabu kwa ajili yenu; kamwe watu wangu hawataaibishwa tena.
ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
27 Ndipo mtakapojua kwamba mimi niko katika Israeli kwamba mimi ndimi Bwana Mungu wenu, na kwamba hakuna mwingine; kamwe watu wangu hawataaibika tena.
ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।
28 “Hata itakuwa, baada ya hayo, nitamimina Roho wangu juu ya wote wenye mwili. Wana wenu na binti zenu watatabiri, wazee wenu wataota ndoto, na vijana wenu wataona maono.
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
29 Hata juu ya watumishi wangu, wanaume kwa wanawake, katika siku zile nitamimina Roho wangu.
ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
30 Nami nitaonyesha maajabu katika mbingu na duniani: damu, moto na mawimbi ya moshi.
ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।
31 Jua litageuzwa kuwa giza na mwezi kuwa mwekundu kama damu, kabla ya kuja siku ya Bwana ile kuu na ya kutisha.
ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
32 Na kila mtu atakayeliitia jina la Bwana ataokolewa. Kwa maana juu ya Mlima Sayuni na katika Yerusalemu kutakuwepo wokovu, kama Bwana alivyosema, miongoni mwa walionusurika ambao Bwana awaita.
ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।

< Joeli 2 >