< Yoshua 14 >

1 Basi haya ndiyo maeneo Waisraeli waliyopokea kama urithi katika nchi ya Kanaani, ambayo kuhani Eleazari, Yoshua mwana wa Nuni na viongozi wa koo za kabila za Israeli waliwagawia.
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
2 Urithi wao uligawanywa kwa kura kwa yale makabila tisa na nusu, kama Bwana alivyoamuru Mose.
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
3 Mose alikuwa amewapa yale makabila mawili na nusu urithi wao upande wa mashariki mwa Yordani, lakini Walawi hawakupewa urithi miongoni mwa hao wengine,
କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
4 kwa kuwa wana wa Yosefu walikuwa makabila mawili; Manase na Efraimu. Walawi hawakupata mgawo wa ardhi, bali walipewa miji tu kwa ajili ya kuishi, pamoja na maeneo ya malisho kwa ajili ya makundi yao ya kondoo, mbuzi na ngʼombe wao.
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
5 Kwa hiyo Waisraeli wakagawana ile nchi, kama vile Bwana alivyomwagiza Mose.
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
6 Kisha watu wa Yuda wakamwendea Yoshua huko Gilgali, naye Kalebu mwana wa Yefune yule Mkenizi, akamwambia, “Unajua jambo ambalo Bwana alimwambia Mose mtu wa Mungu huko Kadesh-Barnea kukuhusu wewe na mimi.
ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
7 Nilikuwa na umri wa miaka arobaini, wakati Mose mtumishi wa Bwana, aliponituma kutoka Kadesh-Barnea kuipeleleza hiyo nchi. Nami nikamletea taarifa kama kulingana na nilivyosadiki moyoni.
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
8 Lakini ndugu zangu tuliopanda nao waliifanya mioyo ya watu iyeyuke kwa hofu. Bali mimi, nilimfuata Bwana Mungu wangu kwa moyo wote.
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
9 Hivyo katika siku ile, Mose akaniapia, ‘Nchi ambayo umeikanyaga kwa miguu yako itakuwa urithi wako na wa watoto wako milele, kwa sababu umemfuata Bwana Mungu wangu kwa moyo wote.’
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
10 “Sasa basi, kama vile Bwana alivyoahidi, ameniweka hai kwa miaka arobaini na mitano tangu wakati alipomwambia Mose jambo hili, wakati Waisraeli wakiwa wanazunguka jangwani. Hivyo mimi hapa leo, nina umri wa miaka themanini na mitano!
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
11 Bado ninazo nguvu kama siku ile Mose aliponituma. Bado ninazo nguvu za kwenda vitani sasa kama vile nilivyokuwa wakati ule.
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
12 Basi nipe nchi hii ya vilima, ambayo Bwana aliniahidi siku ile. Wewe mwenyewe ulisikia wakati ule kwamba Waanaki walikuwako huko na miji yao ilikuwa mikubwa na yenye maboma, lakini, kwa msaada wa Bwana, nitawafukuza watoke huko kama vile alivyonena.”
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”
13 Ndipo Yoshua akambariki Kalebu mwana wa Yefune, na akampa Hebroni kama urithi wake.
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।
14 Hivyo Hebroni imekuwa mali ya Kalebu mwana wa Yefune Mkenizi tangu wakati ule, kwa sababu alimwandama Bwana, Mungu wa Israeli, kwa moyo wote.
ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।
15 (Hebroni uliitwa Kiriath-Arba hapo mwanzo, kutokana na huyo Arba ambaye alikuwa mtu mkuu kupita wote miongoni mwa Waanaki.) Kisha nchi ikawa na amani bila vita.
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।

< Yoshua 14 >