< Yoshua 15 >
1 Mgawo kwa kabila la Yuda, ulienea ukoo kwa ukoo, ukishuka kufikia eneo la Edomu, hadi Jangwa la Sini mwisho kabisa upande wa kusini.
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
2 Mpaka wao wa kusini ulianzia kwenye ghuba iliyoko kwenye ncha ya kusini mwa Bahari ya Chumvi,
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
3 ukakatiza kusini mwa Akrabimu, ukaendelea hadi Sini ukaenda hadi kusini mwa Kadesh-Barnea. Tena ukapitia Hesroni ukapanda hadi Adari na ukapinda hadi Karka.
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
4 Kisha ukaendelea mpaka Azmoni na kuunganika na Kijito cha Misri, na kuishia baharini. Huu ndio mpaka wao wa upande wa kusini.
ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
5 Mpaka wa upande wa mashariki ni Bahari ya Chumvi ukienea mahali Mto Yordani unapoingilia. Mpaka wa upande wa kaskazini ulianzia penye ghuba ya bahari mahali Mto Yordani unapoingilia,
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6 ukapanda hadi Beth-Hogla, na kuendelea kaskazini mwa Beth-Araba hadi kwenye Jiwe la Bohani mwana wa Reubeni.
ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
7 Kisha mpaka ulipanda hadi Debiri kutoka Bonde la Akori na kugeuka kaskazini hadi Gilgali inayotazamana na materemko ya Adumimu, kusini mwa bonde. Ukaendelea sambamba hadi maji ya En-Shemeshi na kutokeza huko En-Rogeli.
ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ ନିକଟରେ ଥିଲା।
8 Kisha ukapanda kwa kufuata Bonde la Ben-Hinomu sambamba na mteremko wa kusini wa mji mkubwa wa Wayebusi (yaani Yerusalemu). Kutoka hapo ukapanda juu ya kilima magharibi ya Bonde la Hinomu mwisho wa ncha ya kaskazini mwa Bonde la Warefai.
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
9 Kutoka juu ya kilima mpaka ule ukaendelea hadi kwenye chemchemi ya maji ya Neftoa, ukatokea kwenye miji ya Mlima Efroni na kuteremka kuelekea Baala (yaani Kiriath-Yearimu).
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
10 Kisha ukapinda upande wa magharibi kutoka Baala hadi Mlima Seiri, ukafuatia sambamba mteremko wa kaskazini mwa Mlima Yearimu (yaani Kesaloni), ukaendelea chini hadi Beth-Shemeshi na kukatiza hadi Timna.
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11 Ukaelekea hadi kwenye mteremko wa kaskazini mwa Ekroni, ukageuka kuelekea Shikeroni, ukapita hadi Mlima Baala na kufika Yabineeli. Mpaka ule ukaishia baharini.
ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12 Mpaka wa magharibi ni pwani ya Bahari Kuu. Hii ndiyo mipaka ya watu wa Yuda kwa koo zao.
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
13 Kwa kufuata maagizo ya Bwana kwake, Yoshua alimpa Kalebu mwana wa Yefune sehemu katika Yuda: Kiriath-Arba, yaani Hebroni (Arba alikuwa baba wa zamani wa Anaki).
ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
14 Kutoka Hebroni Kalebu alifukuza hao wana watatu wa Anaki, nao ni Sheshai, Ahimani na Talmai, wazao wa Anaki.
ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
15 Kutoka hapo akaondoka kupigana dhidi ya watu walioishi Debiri (jina la Debiri hapo kwanza uliitwa Kiriath-Seferi).
ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା।
16 Kalebu akasema, “Nitamwoza binti yangu Aksa kwa mtu atakayeweza kupigana na kuteka Kiriath-Seferi.”
ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି।”
17 Basi Othnieli mwana wa Kenazi, ndugu yake Kalebu, akauteka; hivyo Kalebu akamtoa Aksa binti yake aolewe naye.
ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
18 Siku moja Aksa alipokuja kwa Othnieli, alimsihi Othnieli amwombe baba yake, Kalebu, shamba. Aksa aliposhuka kutoka juu ya punda wake, Kalebu akamuuliza, “Je, wataka nikufanyie nini?”
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
19 Akamjibu, “Naomba unifanyie jambo moja la hisani. Kwa kuwa umenipa ardhi huko Negebu, nipe pia chemchemi za maji.” Basi Kalebu akampa chemchemi za juu na za chini.
ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20 Huu ndio urithi wa kabila la Yuda, ukoo kwa ukoo:
ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21 Miji ya kusini kabisa ya kabila la Yuda katika Negebu kuelekea mpaka wa Edomu ilikuwa: Kabseeli, Ederi, Yaguri,
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର
23 Kedeshi, Hazori, Ithnani,
ଓ କେଦଶ୍ ଓ ହାସୋର ଓ ଯିତ୍ନନ୍;
24 Zifu, Telemu, Bealothi,
ସୀଫ୍ ଓ ଟେଲମ୍ ଓ ବାଲୋତ୍
25 Hazor-Hadata, Kerioth-Hezroni (yaani Hazori),
ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର
27 Hasar-Gada, Heshmoni, Beth-Peleti,
ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବେଥ୍-ପେଲଟ
28 Hasar-Shuali, Beer-Sheba, Biziothia,
ଓ ହତ୍ସର-ଶୁୟାଲ୍ ଓ ବେର୍ଶେବା ଓ ବିଷିୟୋଥିୟା;
30 Eltoladi, Kesili, Horma,
ଇଲତୋଲଦ୍ ଓ କସୀଲ ଓ ହର୍ମା
31 Siklagi, Madmana, Sansana,
ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା
32 Lebaothi, Shilhimu, Aini na Rimoni; hiyo yote ni miji ishirini na tisa, pamoja na vijiji vyake.
ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।
33 Kwenye shefela ya magharibi: Eshtaoli, Sora, Ashna,
ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍ନା
34 Zanoa, En-Ganimu, Tapua, Enamu,
ଓ ସାନୋହ ଓ ଐନ୍-ଗନ୍ନୀମ୍ ଓ ତପୂହ ଓ ଐନମ୍;
35 Yarmuthi, Adulamu, Soko, Azeka,
ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
36 Shaaraimu, Adithaimu na Gedera (au Gederothaimu); yote ni miji kumi na minne, pamoja na vijiji vyake.
ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର।
37 Senani, Hadasha, Migdal-Gadi,
ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ
38 Dileani, Mispa, Yoktheeli,
ଓ ଦିଲୀୟନ୍ ଓ ମିସ୍ପେ ଓ ଯକ୍ତେଲ;
39 Lakishi, Boskathi, Egloni,
ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;
40 Kaboni, Lamasi, Kitlishi,
କେବ୍ବୋନ୍ ଓ ଲହମମ ଓ କିତୀଶ୍
41 Gederothi, Beth-Dagoni, Naama na Makeda; yote ni miji kumi na sita pamoja na vijiji vyake.
ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
42 Libna, Etheri, Ashani,
ଲିବ୍ନା ଓ ଏଥର୍ ଓ ଆଶନ୍
ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;
44 Keila, Akzibu na Maresha; yote ni miji tisa pamoja na vijiji vyake.
କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
45 Ekroni, pamoja na viunga vyake na vijiji vyake;
ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46 magharibi ya Ekroni, maeneo yote yaliyokuwa karibu na Ashdodi, pamoja na vijiji vyake;
ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
47 Ashdodi, miji yake na vijiji vyake na Gaza viunga vyake na vijiji vyake, hadi kufikia Kijito cha Misri na Pwani ya Bahari Kuu.
ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
48 Katika nchi ya vilima: Shamiri, Yatiri, Soko,
ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;
49 Dana, Kiriath-Sana (yaani Debiri),
ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)
50 Anabu, Eshtemoa, Animu,
ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍
51 Gosheni, Holoni na Gilo; miji kumi na mmoja pamoja na vijiji vyake.
ଓ ଗୋଶନ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
53 Yanimu, Beth-Tapua, Afeka,
ଓ ଯାନୁମ୍ ଓ ବେଥ୍-ତ୍ତପୂହ ଓ ଅଫେକା
54 Humta, Kiriath-Arba (yaani Hebroni), na Siori; miji tisa pamoja na vijiji vyake.
ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
55 Maoni, Karmeli, Zifu, Yuta,
ମାୟୋନ୍, କର୍ମିଲ ଓ ସୀଫ୍ ଓ ଯୁଟା
56 Yezreeli, Yokdeamu, Zanoa,
ଓ ଯିଷ୍ରିୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;
57 Kaini, Gibea na Timna; miji kumi pamoja na vijiji vyake.
କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।
58 Halhuli, Beth-Suri, Gedori,
ହଲହୁଲ ଓ ବେଥ୍-ସୁର ଓ ଗଦୋର
59 Maarathi, Beth-Anothi na Eltekoni; miji sita pamoja na vijiji vyake.
ଓ ମାରତ୍ ଓ ବେଥ୍-ଅନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
60 Kiriath-Baali (yaani Kiriath-Yearimu) na Raba; miji miwili pamoja na vijiji vyake.
କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ୍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
61 Huko jangwani: Beth-Araba, Midini, Sekaka,
ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍ ଓ ସକାଖା
62 Nibshani, Mji wa Chumvi, na En-Gedi; miji sita pamoja na vijiji vyake.
ଓ ନିବ୍ଶନ୍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
63 Yuda hakuweza kuwafukuza Wayebusi, waliokuwa wakiishi Yerusalemu; hadi leo Wayebusi huishi huko pamoja na watu wa Yuda.
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।