< Waamuzi 2 >
1 Malaika wa Bwana akakwea kutoka Gilgali hadi Bokimu, naye akasema, “Niliwapandisha kutoka Misri na kuwaingiza katika nchi niliyoapa kuwapa baba zenu. Nikasema, ‘Kamwe sitalivunja Agano langu nanyi.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
2 Nanyi msifanye agano na watu wa nchi hii, bali mtazibomoa madhabahu yao.’ Lakini ninyi hamkunitii mimi. Kwa nini mmefanya jambo hili?
ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?
3 Sasa basi ninawaambia kuwa sitawafukuza watoke katikati yenu ila watakuwa miiba kwenu, nao miungu yao itakuwa tanzi kwenu.”
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”
4 Malaika wa Bwana alipomaliza kusema mambo haya kwa Waisraeli wote, watu wakalia kwa sauti kuu.
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
5 Wakapaita mahali pale Bokimu. Nao wakamtolea Bwana sadaka.
ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
6 Baada ya Yoshua kuwapa watu ruhusa waende zao, Waisraeli wakaenda kwenye urithi wao wenyewe ili kumiliki nchi yao.
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
7 Watu wakamtumikia Bwana siku zote za maisha ya Yoshua, na za hao wazee walioishi baada ya Yoshua kufa, waliokuwa wameona mambo makuu ambayo Bwana alikuwa ametenda kwa ajili ya Israeli.
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
8 Yoshua mwana wa Nuni, mtumishi wa Bwana, akafa akiwa na umri wa miaka 110.
ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
9 Wakamzika katika nchi ya urithi wake, huko Timnath-Heresi katika nchi ya vilima ya Efraimu, kaskazini ya Mlima Gaashi.
ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
10 Baada ya kizazi kile chote kukusanywa pamoja na baba zao, kikainuka kizazi kingine baada yao ambacho hakikumjua Bwana, wala matendo yale aliyokuwa ametenda kwa ajili ya Waisraeli.
ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
11 Kwa hiyo Waisraeli wakatenda maovu machoni pa Bwana na kuwatumikia Mabaali.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।
12 Wakamwacha Bwana, Mungu wa baba zao, aliyekuwa amewatoa katika nchi ya Misri. Wakaifuata na kuiabudu miungu mbalimbali ya mataifa yanayowazunguka. Wakamkasirisha Bwana,
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।
13 kwa sababu walimwacha na kutumikia Baali na Maashtorethi.
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍ଦେବ ଓ ଅଷ୍ଟାରୋତ୍ ଦେବୀଗଣର ସେବା କଲେ।
14 Hivyo hasira ya Bwana ikawaka juu ya Israeli, naye akawatia mikononi mwa wavamizi waliowateka nyara. Akawauza katika mikono ya adui zao pande zote, hivyo hawakuweza tena kuwazuia adui zao.
ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
15 Popote Israeli walipotoka kwenda kupigana, mkono wa Bwana ulikuwa kinyume nao ili kuwashinda, kama vile alivyokuwa amewaapia. Nao wakawa katika taabu kubwa.
ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।
16 Ndipo Bwana akawainua waamuzi, ambao waliwaokoa katika mikono ya hao watu waliowashambulia.
ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
17 Lakini hawakuwasikiliza hata waamuzi wao, bali walifanya uasherati kwa kuifuata miungu mingine na kuiabudu. Waligeuka mara na kuiacha njia ambayo baba zao waliiendea, yaani, njia ya kutii amri za Bwana.
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।
18 Kila mara Bwana alipowainulia mwamuzi, Bwana alikuwa pamoja na huyo mwamuzi, naye aliwaokoa kutoka mikononi mwa adui zao kwa kipindi chote alichoishi yule mwamuzi. Kwa kuwa Bwana aliwahurumia kwa sababu ya kilio chao cha huzuni kwa ajili ya wale waliokuwa wakiwatesa na kuwataabisha.
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
19 Lakini kila mara mwamuzi alipofariki, watu walirudia katika hali mbaya ya uovu zaidi kuliko baba zao, wakiifuata miungu mingine kuitumikia na kuiabudu. Walikataa kuacha matendo yao maovu na njia zao za ukaidi.
ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
20 Kwa hiyo Bwana akawakasirikia sana Israeli na kusema, “Kwa kuwa taifa hili limevunja Agano lile nililofanya na baba zao na hawakunisikiliza,
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
21 mimi nami sitafukuza taifa lolote ambalo Yoshua aliliacha alipofariki.
ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
22 Nitayatumia ili nipate kuwapima Israeli na kuona kama wataishika njia ya Bwana na kuenenda katika hiyo kama njia baba zao walivyofanya.”
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”
23 Bwana alikuwa ameyaacha hayo mataifa yabaki; hakuyaondoa mara moja kwa kuyatia mikononi mwa Yoshua.
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।