< Maombolezo 2 >

1 Tazama jinsi Bwana alivyomfunika Binti Sayuni kwa wingu la hasira yake! Ameitupa chini fahari ya Israeli kutoka mbinguni mpaka duniani, hakukumbuka kiti chake cha kuwekea miguu katika siku ya hasira yake.
ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
2 Bila huruma Bwana ameyameza makao yote ya Yakobo; katika ghadhabu yake amebomoa ngome za Binti Yuda. Ameuangusha ufalme wake na wakuu wake chini kwa aibu.
ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
3 Katika hasira kali amevunja kila pembe ya Israeli. Ameuondoa mkono wake wa kuume alipokaribia adui. Amemteketeza Yakobo kama moto uwakao ule uteketezao kila kitu kinachouzunguka.
ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
4 Ameupinda upinde wake kama adui, mkono wake wa kuume uko tayari. Kama vile adui amewachinja wote waliokuwa wanapendeza jicho, amemwaga ghadhabu yake kama moto juu ya hema la Binti Sayuni.
ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
5 Bwana ni kama adui; amemmeza Israeli. Amemeza majumba yake yote ya kifalme na kuangamiza ngome zake. Ameongeza huzuni na maombolezo kwa ajili ya Binti Yuda.
ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
6 Ameharibu maskani yake kama bustani, ameharibu mahali pake pa mkutano. Bwana amemfanya Sayuni kusahau sikukuu zake zilizoamriwa na Sabato zake; katika hasira yake kali amewadharau mfalme na kuhani.
ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
7 Bwana amekataa madhabahu yake na kuacha mahali patakatifu pake. Amemkabidhi adui kuta za majumba yake ya kifalme; wamepiga kelele katika nyumba ya Bwana kama katika siku ya sikukuu iliyoamriwa.
ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
8 Bwana alikusudia kuangusha ukuta uliomzunguka Binti Sayuni. Ameinyoosha kamba ya kupimia na hakuuzuia mkono wake usiangamize. Alifanya maboma na kuta ziomboleze, vyote vikaharibika pamoja.
ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକ ସମୟରେ ନିସ୍ତେଜ ହୋଇଅଛନ୍ତି।
9 Malango yake yamezama ardhini, makomeo yake ameyavunja na kuyaharibu. Mfalme wake na wakuu wake wamepelekwa uhamishoni miongoni mwa mataifa, sheria haipo tena, na manabii wake hawapati tena maono kutoka kwa Bwana.
ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।
10 Wazee wa Binti Sayuni wanaketi chini kimya, wamenyunyiza mavumbi kwenye vichwa vyao na kuvaa nguo za gunia. Wanawali wa Yerusalemu wamesujudu hadi ardhini.
ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
11 Macho yangu yamedhoofika kwa kulia, nina maumivu makali ndani, moyo wangu umemiminwa ardhini kwa sababu watu wangu wameangamizwa, kwa sababu watoto na wanyonyao wanazimia kwenye barabara za mji.
ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
12 Wanawaambia mama zao, “Wapi mkate na divai?” wazimiapo kama watu waliojeruhiwa katika barabara za mji, maisha yao yadhoofikavyo mikononi mwa mama zao.
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।
13 Ninaweza kusema nini kwa ajili yako? Nikulinganishe na nini, ee Binti Yerusalemu? Nitakufananisha na nini, ili nipate kukufariji, ee Bikira Binti Sayuni? Jeraha lako lina kina kama bahari. Ni nani awezaye kukuponya?
ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?
14 Maono ya manabii wako yalikuwa ya uongo na yasiyofaa kitu, hawakuifunua dhambi yako ili kukuzuilia kwenda utumwani. Maneno waliyokupa yalikuwa ya uongo na ya kupotosha.
ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
15 Wote wapitiao njia yako wanakupigia makofi, wanakudhihaki na kutikisa vichwa vyao kwa Binti Yerusalemu: “Huu ndio ule mji ulioitwa mkamilifu wa uzuri, furaha ya dunia yote?”
ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?
16 Adui zako wote wanapanua vinywa vyao dhidi yako, wanadhihaki na kusaga meno yao na kusema, “Tumemmeza. Hii ndiyo siku tuliyoingojea, tumeishi na kuiona.”
ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍‍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
17 Bwana amefanya lile alilolipanga; ametimiza neno lake aliloliamuru siku za kale. Amekuangusha bila huruma, amewaacha adui wakusimange, ametukuza pembe ya adui yako.
ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
18 Mioyo ya watu inamlilia Bwana. Ee ukuta wa Binti Sayuni, machozi yako na yatiririke kama mto usiku na mchana; usijipe nafuu, macho yako yasipumzike.
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
19 Inuka, lia usiku, zamu za usiku zianzapo; mimina moyo wako kama maji mbele za Bwana. Mwinulie yeye mikono yako kwa ajili ya maisha ya watoto wako, ambao wanazimia kwa njaa kwenye kila mwanzo wa barabara.
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
20 “Tazama, Ee Bwana, ufikirie: Ni nani ambaye umepata kumtendea namna hii? Je, wanawake wakule wazao wao, watoto waliowalea? Je, kuhani na nabii auawe mahali patakatifu pa Bwana?
ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?
21 “Vijana na wazee hujilaza pamoja katika mavumbi ya barabarani, wavulana wangu na wasichana wameanguka kwa upanga. Umewaua katika siku ya hasira yako, umewachinja bila huruma.
ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
22 “Kama ulivyoita siku ya karamu, ndivyo ulivyoagiza hofu kuu dhidi yangu kila upande. Katika siku ya hasira ya Bwana hakuna yeyote aliyekwepa au kupona; wale niliowatunza na kuwalea, adui yangu amewaangamiza.”
ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

< Maombolezo 2 >