< Mambo ya Walawi 21 >

1 Bwana akamwambia Mose, “Sema na makuhani, wana wa Aroni, uwaambie: ‘Kamwe kuhani asijitie unajisi kwa utaratibu wa kiibada kwa ajili ya mtu wake yeyote anayekufa,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
2 isipokuwa jamaa wake wa karibu, kama vile mama yake au baba yake, mwanawe au binti yake, ndugu yake,
କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
3 au dada yake asiyeolewa ambaye anamtegemea kwa kuwa hana mume, kwa ajili ya hao aweza kujitia unajisi.
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
4 Kamwe asijitie unajisi mwenyewe kutokana na wale watu ambao anahusiana nao kwa kuoana, na hivyo kujitia unajisi.
ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
5 “‘Kamwe makuhani wasinyoe nywele za vichwa vyao wala wasinyoe pembeni mwa ndevu zao, au kuweka chale kwenye miili yao.
ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
6 Lazima wawe watakatifu kwa Mungu wao, na kamwe wasilinajisi jina la Mungu wao. Kwa sababu ndio wanaotoa sadaka za kuteketezwa kwa moto kwa Bwana, chakula cha Mungu wao, hivyo lazima wawe watakatifu.
ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
7 “‘Kamwe wasioe wanawake waliojinajisi kwa ukahaba, au waliopewa talaka na waume wao, kwa sababu makuhani ni watakatifu kwa Mungu wao.
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
8 Waoneni kuwa watakatifu, kwa sababu ndio wanaotoa chakula cha Mungu wenu. Kumbukeni kuwa ni watakatifu, kwa sababu Mimi Bwana ni mtakatifu, Mimi niwafanyaye ninyi kuwa watakatifu.
ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
9 “‘Ikiwa binti wa kuhani anajitia unajisi kwa kufanya ukahaba, anamwaibisha baba yake; lazima achomwe kwa moto.
ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
10 “‘Kuhani mkuu, yule miongoni mwa ndugu zake ambaye amekwisha kutiwa mafuta kwa kumiminiwa juu ya kichwa chake, na ambaye amewekwa wakfu kuvaa mavazi ya ukuhani, kamwe asiache nywele zake bila kufunikwa, wala asirarue nguo zake.
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
11 Kamwe asiingie mahali palipo maiti ndani. Kamwe asijitie unajisi, hata kwa ajili ya baba yake au mama yake,
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
12 wala asiondoke mahali patakatifu pa Mungu wake au kupanajisi, kwa sababu amewekwa wakfu kwa mafuta ya Mungu wake. Mimi ndimi Bwana.
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13 “‘Mwanamke kuhani atakayemwoa lazima awe bikira.
ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14 Kamwe asimwoe mjane, au mwanamke aliyepewa talaka, wala mwanamke aliyejinajisi kwa ukahaba, bali atamwoa tu bikira kutoka miongoni mwa watu wake,
ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15 na hivyo hatawatia unajisi watoto wake miongoni mwa watu wake. Mimi ndimi Bwana, nimfanyaye mtakatifu.’”
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16 Bwana akamwambia Mose,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17 “Mwambie Aroni: ‘Kwa vizazi vijavyo, hakuna mzao wako mwenye dosari atakayekaribia kutoa chakula cha Mungu wake.
“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18 Hakuna mtu mwenye dosari yoyote awezaye kukaribia: hakuna mtu aliye kipofu au kiwete, au aliyeharibika uso au asiye na viungo kamili,
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19 hakuna mtu mwenye mguu au mkono uliolemaa,
ଭଗ୍ନପାଦ, ଭଗ୍ନହସ୍ତ,
20 au mwenye kibiongo au aliyedumaa, au aliye na tatizo la macho, au aliye na uvimbe wenye usaha au majipu, au aliyehasiwa.
କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
21 Hakuna mzao wa kuhani Aroni mwenye kilema chochote atakayekaribia kutoa sadaka kwa Bwana ya kuteketezwa kwa moto. Kama ana kilema, kamwe asikaribie kutoa chakula cha Mungu wake.
ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
22 Anaweza kula chakula kitakatifu sana cha Mungu wake, pia hata chakula kitakatifu.
ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।
23 Lakini kwa sababu ya kilema chake, kamwe asikaribie karibu na pazia wala kukaribia madhabahu, asije akanajisi mahali patakatifu pangu. Mimi ndimi Bwana, niwafanyaye watakatifu.’”
ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
24 Basi Mose akamwambia Aroni jambo hili na wanawe, pamoja na Waisraeli wote.
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।

< Mambo ya Walawi 21 >