< Mambo ya Walawi 22 >
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Mwambie Aroni na wanawe kushughulikia kwa uangalifu sadaka takatifu Waisraeli wanazoziweka wakfu kwangu, ili wasilinajisi Jina langu takatifu. Mimi ndimi Bwana.
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
3 “Waambie: ‘Katika vizazi vijavyo, ikiwa yeyote wa wazao wako ni najisi kwa taratibu za kiibada, naye akakaribia sadaka takatifu zile Waisraeli wanazoweka wakfu kwa Bwana, mtu huyo lazima akatiliwe mbali na uso wangu. Mimi ndimi Bwana.
ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
4 “‘Ikiwa mzao wa Aroni ana ugonjwa wa ngozi unaoambukiza au anatokwa na usaha mwilini, hawezi kula sadaka takatifu mpaka atakasike. Pia atakuwa najisi ikiwa atagusa kitu chochote kilicho najisi kwa kugusa maiti au mtu aliyetokwa na shahawa,
ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;
5 au ikiwa atagusa kitu chochote kitambaacho kimfanyacho mtu najisi, au mtu yeyote awezaye kumtia unajisi, hata unajisi uwe gani.
ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,
6 Mtu anayegusa kitu chochote cha aina hiyo atakuwa najisi mpaka jioni. Kamwe hatakula sadaka yoyote takatifu mpaka yeye mwenyewe awe ameoga kwa maji.
ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
7 Wakati jua linapotua, atakuwa safi, na baadaye anaweza kula sadaka takatifu, kwa kuwa ni vyakula vyake.
ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।
8 Kamwe asile nyama ya mzoga wala iliyoraruliwa na wanyama pori, naye akatiwa unajisi kwa hilo. Mimi ndimi Bwana.
ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
9 “‘Makuhani lazima washike maagizo yangu ili wasiwe na hatia, wakafa kwa kuyadharau. Mimi ndimi Bwana ninayewafanya watakatifu.
ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
10 “‘Hakuna mtu yeyote asiye wa jamaa ya kuhani anayeruhusiwa kula sadaka takatifu, hata mgeni wa kuhani au mfanyakazi wake haruhusiwi kuila.
ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।
11 Lakini ikiwa kuhani amenunua mtumwa kwa fedha, au mtumwa amezaliwa katika nyumba ya kuhani huyo, mtumwa huyo aweza kula chakula cha huyo kuhani.
ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।
12 Ikiwa binti wa kuhani ameolewa na mtu asiye kuhani, binti huyo haruhusiwi kula chochote cha matoleo matakatifu.
ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।
13 Lakini ikiwa binti wa kuhani amekuwa mjane au amepewa talaka, naye hana watoto, na akarudi kuishi na jamaa ya baba yake kama wakati wa usichana wake, binti huyo anaweza kula chakula cha baba yake. Hata hivyo, mtu asiyeruhusiwa hawezi kula chochote katika chakula hiki.
ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
14 “‘Ikiwa mtu yeyote amekula sadaka takatifu kwa makosa, lazima atoe malipo ya sadaka hiyo kwa kuhani na kuongeza sehemu ya tano ya thamani ya sadaka hiyo.
ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।
15 Kamwe makuhani wasiinajisi sadaka takatifu ambayo Waisraeli wameitoa kwa Bwana
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।
16 kwa kuwaruhusu kuzila sadaka hizo takatifu, na hivyo kuwaletea hatia ya kudaiwa malipo. Mimi ndimi Bwana niwafanyaye watakatifu.’”
ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
17 Bwana akamwambia Mose,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
18 “Sema na Aroni na wanawe, na Waisraeli wote uwaambie: ‘Ikiwa mmoja wenu, aliye Mwisraeli au mgeni anayeishi katika nchi ya Israeli, atatoa matoleo kwa ajili ya sadaka ya kuteketezwa kwa moto kwa Bwana, iwe kutimiza nadhiri au kuwa sadaka ya hiari,
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ‘ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
19 lazima mtoe mnyama dume asiye na dosari, akiwa ngʼombe, mbuzi au kondoo, ili aweze kukubalika kwa niaba yako.
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।
20 Kamwe usitoe kitu chochote chenye dosari kwa sababu hakitakubaliwa kwa niaba yako.
ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।
21 Mtu yeyote aletapo sadaka ya amani kwa Bwana kutoka kundi la ngʼombe au mbuzi ili kutimiza nadhiri maalum au sadaka ya hiari, lazima sadaka hiyo isiwe na dosari au waa ili ikubalike.
ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।
22 Kamwe usimtolee Bwana mnyama aliye kipofu, aliyejeruhiwa wala aliye kilema, au chochote kilicho na uvimbe, au chenye upele au vidonda vinavyotoka usaha. Kamwe chochote cha aina hii kisiwekwe juu ya madhabahu kuwa sadaka iliyotolewa kwa Bwana ya kuteketezwa kwa moto.
ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।
23 Lakini waweza ukatoa ngʼombe au kondoo mwenye kilema au aliyedumaa kama sadaka ya hiari, lakini hii haitakubalika kuwa sadaka ya kutimiza nadhiri.
ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
24 Kamwe usimtolee Bwana mnyama ambaye mapumbu yake yamejeruhiwa, au kuhasiwa, au kuraruliwa au kukatwa. Kamwe usifanye hivi katika nchi yako mwenyewe,
ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।
25 na kamwe usikubali wanyama wa aina hii kutoka mkono wa mgeni ili kuwatoa wanyama hao kuwa chakula kwa Mungu wako. Wanyama hao hawatakubaliwa kwa niaba yako, kwa sababu wana vilema, nao wana dosari.’”
କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”
26 Bwana akamwambia Mose,
ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
27 “Wakati ndama, mwana-kondoo au mwana-mbuzi azaliwapo, atabaki na mama yake kwa siku saba. Kuanzia siku ya nane na kuendelea anaweza kukubaliwa kuwa sadaka iliyotolewa kwa Bwana kwa kuteketezwa kwa moto.
“ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।
28 Usimchinje ngʼombe na ndama wake, au kondoo na kitoto chake siku moja.
ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।
29 “Unapomtolea Bwana dhabihu ya shukrani, itoe kwa namna ambayo itakubalika kwa niaba yako.
ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।
30 Ni lazima iliwe siku iyo hiyo, pasipo kubakiza chochote mpaka asubuhi. Mimi ndimi Bwana.
ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
31 “Shikeni maagizo yangu na kuyafuata. Mimi ndimi Bwana.
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
32 Msilinajisi Jina langu takatifu. Lazima nikubalike kuwa mtakatifu kwa Waisraeli. Mimi ndimi Bwana ninayewafanya watakatifu,
ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
33 na niliyewatoa katika nchi ya Misri niwe Mungu wenu. Mimi ndimi Bwana.”
ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”