< Malaki 4 >

1 “Hakika siku inakuja, itawaka kama tanuru. Wote wenye kiburi na kila mtenda mabaya watakuwa mabua makavu, na siku ile inayokuja itawawasha moto,” asema Bwana Mwenye Nguvu Zote. “Hakuna mzizi wala tawi litakalosalia kwao.
କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
2 Bali kwenu ninyi mnaoliheshimu Jina langu, jua la haki litawazukia, lenye kuponya katika mabawa yake. Nanyi mtatoka nje na kurukaruka kama ndama aliyeachiwa kutoka zizini.
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
3 Kisha ninyi mtawakanyaga waovu, nao watakuwa majivu chini ya nyayo za miguu yenu siku ile nitakayofanya mambo haya,” asema Bwana Mwenye Nguvu Zote.
ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
4 “Kumbukeni sheria ya mtumishi wangu Mose, amri na sheria nilizompa huko Horebu kwa ajili ya Israeli wote.
ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।
5 “Tazama, nitawapelekea nabii Eliya kabla ya kuja siku ile iliyo kuu na ya kutisha ya Bwana.
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।
6 Ataigeuza mioyo ya baba iwaelekee watoto wao, na mioyo ya watoto iwaelekee baba zao, la sivyo nitakuja na kuipiga nchi kwa laana.”
ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”

< Malaki 4 >