< Marko 11 >

1 Walipokaribia Yerusalemu, wakafika Bethfage na Bethania katika Mlima wa Mizeituni. Yesu akawatuma wawili wa wanafunzi wake,
ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ଜୀତପର୍ବତ ପାର୍ଶ୍ୱସ୍ଥ ବୈଥ୍‌ଫାଗୀ ଓ ବେଥନୀୟା ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,
2 akawaambia, “Nendeni katika kijiji kilichoko mbele yenu. Na hapo mtakapoingia kijijini, mtamkuta mwana-punda amefungwa hapo, ambaye hajapandwa na mtu bado. Mfungueni, mkamlete hapa.
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।
3 Kama mtu yeyote akiwauliza, ‘Mbona mnamfungua?’ Mwambieni, ‘Bwana anamhitaji, na atamrudisha hapa baada ya muda mfupi.’”
ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”
4 Wakaenda, wakamkuta mwana-punda amefungwa kando ya barabara, karibu na mlango wa nyumba.
ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।
5 Walipokuwa wanamfungua, watu waliokuwa wamesimama karibu wakawauliza, “Mna maana gani mnapomfungua huyo mwana-punda?”
ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?
6 Wakawajibu kama vile Yesu alivyokuwa amewaagiza, nao wale watu wakawaruhusu.
ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ।
7 Kisha wakamleta huyo mwana-punda kwa Yesu na kutandika mavazi yao juu yake, naye akampanda.
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।
8 Watu wengi wakatandaza mavazi yao barabarani, na wengine wakatandaza matawi waliyokuwa wamekata mashambani.
ପୁଣି, ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ।
9 Kisha wale waliokuwa wametangulia mbele na wale waliokuwa wakifuata nyuma wakapaza sauti, wakisema, “Hosana!” “Amebarikiwa yeye ajaye kwa Jina la Bwana!”
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ!
10 “Umebarikiwa Ufalme unaokuja wa baba yetu Daudi!” “Hosana kwake yeye aliye juu!”
ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା!
11 Yesu akaingia Yerusalemu na kwenda Hekaluni. Akaangalia kila kitu kilichokuwamo, lakini kwa kuwa ilishakuwa jioni, akaenda zake Bethania pamoja na wale kumi na wawili.
ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ।
12 Kesho yake walipokuwa wakitoka Bethania, Yesu alikuwa na njaa.
ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;
13 Akauona mtini kwa mbali, naye akaenda ili aone kama ulikuwa na matunda. Alipoufikia, akakuta una majani tu, kwa kuwa hayakuwa majira ya tini.
ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।
14 Akauambia ule mti, “Tangu leo mtu yeyote asile kamwe matunda kutoka kwako.” Wanafunzi wake walimsikia akisema hayo. (aiōn g165)
ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। (aiōn g165)
15 Walipofika Yerusalemu, Yesu akaingia katika eneo la Hekalu, akaanza kuwafukuza wale waliokuwa wakinunua na kuuza humo ndani. Akazipindua meza za wale waliokuwa wakibadilisha fedha, na pia viti vya wale waliokuwa wakiuza njiwa,
ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
16 wala hakumruhusu mtu yeyote kuchukua bidhaa kupitia ukumbi wa Hekalu.
ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ,
17 Naye alipokuwa akiwafundisha, akasema, “Je, haikuandikwa kuwa: “‘Nyumba yangu itaitwa nyumba ya sala kwa mataifa yote’? Lakini ninyi mmeifanya kuwa ‘pango la wanyangʼanyi.’”
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।”
18 Viongozi wa makuhani na walimu wa sheria wakapata habari hizi, nao wakaanza kutafuta njia ya kumuua, kwa kuwa walikuwa wakimwogopa, kwa sababu umati wote ulikuwa unashangazwa na mafundisho yake.
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ।
19 Ilipofika jioni, Yesu na wanafunzi wake wakatoka nje ya mji.
ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ।
20 Asubuhi yake walipokuwa wakipita, wakauona ule mtini umenyauka kutoka juu hadi kwenye mizizi yake.
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।
21 Petro akakumbuka na kumwambia Yesu, “Rabi, tazama! Ule mtini ulioulaani umenyauka!”
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
22 Yesu akawajibu, “Mwaminini Mungu.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ।
23 Amin, nawaambia, mtu yeyote atakayeuambia mlima huu, ‘Ngʼoka ukatupwe baharini,’ wala asione shaka moyoni mwake, bali aamini kwamba hayo asemayo yametukia, atatimiziwa.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।
24 Kwa sababu hiyo nawaambia, yoyote mtakayoyaomba mkisali, aminini ya kwamba mmeyapokea, nayo yatakuwa yenu.
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
25 Nanyi kila msimamapo kusali, sameheni mkiwa na neno na mtu, ili naye Baba yenu aliye mbinguni awasamehe ninyi makosa yenu. [
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
26 Lakini kama ninyi msiposamehe, wala Baba yenu aliye mbinguni hatawasamehe ninyi makosa yenu.]”
[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
27 Wakafika tena Yerusalemu, na Yesu alipokuwa akitembea Hekaluni, viongozi wa makuhani, walimu wa sheria pamoja na wazee wa watu wakamjia.
ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
28 Wakamuuliza, “Unafanya mambo haya kwa mamlaka gani? Na ni nani aliyekupa mamlaka ya kufanya hayo?”
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?
29 Yesu akawajibu, “Nitawauliza swali moja. Nijibuni, nami nitawaambia ni kwa mamlaka gani ninafanya mambo haya.
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।
30 Niambieni, je, ubatizo wa Yohana ulitoka mbinguni au kwa wanadamu?”
ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”
31 Wakahojiana wao kwa wao, wakisema, “Kama tukisema, ‘Ulitoka mbinguni,’ atatuuliza, ‘Mbona hamkumwamini?’
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
32 Lakini tukisema, ‘Ulitoka kwa wanadamu,’…” (Waliwaogopa watu, kwa sababu kila mtu aliamini kwamba Yohana alikuwa nabii wa kweli.)
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।
33 Kwa hiyo wakamjibu Yesu, “Hatujui.” Naye Yesu akawaambia, “Wala mimi sitawaambia ni kwa mamlaka gani ninatenda mambo haya.”
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

< Marko 11 >