< Mathayo 16 >
1 Mafarisayo na Masadukayo wakamjia Yesu na kumjaribu kwa kumwomba awaonyeshe ishara kutoka mbinguni.
ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
2 Yesu akawajibu, “Ifikapo jioni, mnasema, ‘Hali ya hewa itakuwa nzuri, kwa kuwa anga ni nyekundu.’
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’
3 Nanyi wakati wa asubuhi mnasema, ‘Leo kutakuwa na dhoruba, kwa sababu anga ni nyekundu na mawingu yametanda.’ Mnajua jinsi ya kupambanua kule kuonekana kwa anga, lakini hamwezi kupambanua dalili za nyakati.
ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?
4 Kizazi kiovu na cha uzinzi kinatafuta ishara, lakini hakitapewa ishara yoyote isipokuwa ishara ya Yona.” Yesu akawaacha, akaenda zake.
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
5 Wanafunzi wake walipofika ngʼambo ya bahari, walikuwa wamesahau kuchukua mikate.
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।
6 Yesu akawaambia, “Jihadharini. Jilindeni na chachu ya Mafarisayo na ya Masadukayo.”
ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
7 Wakajadiliana wao kwa wao, wakisema, “Ni kwa sababu hatukuleta mikate.”
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।
8 Yesu, akifahamu majadiliano yao, akauliza, “Enyi wa imani haba! Mbona mnajadiliana miongoni mwenu kuhusu kutokuwa na mikate?
କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
9 Je, bado hamwelewi? Je, hamkumbuki ile mikate mitano iliyolisha watu 5,000 na idadi ya vikapu vingapi vya mabaki mlivyokusanya?
ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,
10 Au ile mikate saba iliyolisha watu 4,000 na idadi ya vikapu vingapi vya mabaki mlivyokusanya?
କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ?
11 Inakuwaje mnashindwa kuelewa kwamba nilikuwa sisemi nanyi habari za mikate? Jilindeni na chachu ya Mafarisayo na Masadukayo.”
ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”
12 Ndipo wakaelewa kwamba alikuwa hasemi juu ya chachu ya kutengeneza mikate, bali juu ya mafundisho ya Mafarisayo na Masadukayo.
ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
13 Basi Yesu alipofika katika eneo la Kaisaria-Filipi, akawauliza wanafunzi wake, “Watu husema kwamba mimi Mwana wa Adamu ni nani?”
ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”
14 Wakamjibu, “Baadhi husema ni Yohana Mbatizaji; wengine husema ni Eliya; na bado wengine husema ni Yeremia au mmojawapo wa manabii.”
ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
15 Akawauliza, “Je, ninyi mnasema mimi ni nani?”
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”
16 Simoni Petro akamjibu, “Wewe ndiwe Kristo, Mwana wa Mungu aliye hai.”
ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
17 Naye Yesu akamwambia, “Heri wewe, Simoni Bar-Yona, kwa maana hili halikufunuliwa kwako na mwanadamu, bali na Baba yangu aliye mbinguni.
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
18 Nami nakuambia, wewe ndiwe Petro na juu ya mwamba huu nitalijenga kanisa langu, hata malango ya Kuzimu hayataweza kulishinda. (Hadēs )
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। (Hadēs )
19 Nitakupa funguo za Ufalme wa mbinguni, na lolote utakalolifunga duniani litakuwa limefungwa Mbinguni, nalo lolote utakalofungua duniani litakuwa limefunguliwa mbinguni.”
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
20 Kisha akawakataza wanafunzi wake wasimwambie mtu yeyote kwamba yeye ndiye Kristo.
ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।
21 Tangu wakati huo, Yesu alianza kuwaeleza wanafunzi wake kwamba hana budi kwenda Yerusalemu na kupata mateso mengi mikononi mwa wazee, viongozi wa makuhani, na walimu wa sheria, na kwamba itampasa auawe lakini siku ya tatu kufufuliwa.
ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
22 Petro akamchukua kando, akaanza kumkemea akisema, “Haiwezekani, Bwana! Jambo hili kamwe halitakupata!”
ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
23 Lakini Yesu akageuka na kumwambia Petro, “Rudi nyuma yangu, Shetani! Wewe ni kikwazo kwangu. Moyo wako hauwazi yaliyo ya Mungu, bali ya wanadamu.”
କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
24 Ndipo Yesu akawaambia wanafunzi wake, “Mtu yeyote akitaka kunifuata, ni lazima ajikane mwenyewe, auchukue msalaba wake, anifuate.
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
25 Kwa maana yeyote anayetaka kuyaokoa maisha yake atayapoteza, lakini yeyote atakayeyapoteza maisha yake kwa ajili yangu atayapata.
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
26 Kwa maana, je, itamfaidi nini mtu kuupata ulimwengu wote, lakini akayapoteza maisha yake? Au mtu atatoa nini badala ya nafsi yake?
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
27 Kwa maana Mwana wa Adamu atakuja katika utukufu wa Baba yake pamoja na malaika zake, naye ndipo atakapomlipa kila mtu kwa kadiri ya matendo yake.
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
28 Nawaambia kweli, baadhi yenu hapa hawataonja mauti kabla ya kumwona Mwana wa Adamu akija katika Ufalme wake.”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”