< Mathayo 6 >
1 “Angalieni msitende wema wenu mbele ya watu ili wawaone. Kwa maana mkifanya hivyo, hamna thawabu kutoka kwa Baba yenu aliye mbinguni.
ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
2 “Hivyo mnapowapa wahitaji, msipige panda mbele yenu kama wafanyavyo wanafiki katika masinagogi na mitaani, ili wasifiwe na watu. Amin nawaambia wao wamekwisha kupokea thawabu yao.
ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
3 Lakini ninyi mtoapo sadaka, fanyeni kwa siri, hata mkono wako wa kushoto usijue mkono wako wa kuume unachofanya,
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
4 ili sadaka yako iwe ni siri. Ndipo Baba yako wa mbinguni, yeye aonaye sirini atakupa thawabu kwa wazi.
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
5 “Nanyi msalipo, msiwe kama wanafiki, maana wao hupenda kusali wakiwa wamesimama katika masinagogi na kando ya barabara ili waonekane na watu. Amin nawaambia, wao wamekwisha kupata thawabu yao.
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
6 Lakini wewe unaposali, ingia chumbani mwako, funga mlango na umwombe Baba yako aliye sirini. Naye Baba yako aonaye sirini atakupa thawabu yako.
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
7 Nanyi mnaposali msiseme maneno kama wafanyavyo watu wasiomjua Mungu. Kwa maana wao hudhani kwamba watasikiwa kwa sababu ya wingi wa maneno yao.
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
8 Msiwe kama wao, kwa sababu Baba yenu anajua kile mnachohitaji kabla hamjamwomba.
ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।
9 “Hivi basi, ndivyo iwapasavyo kuomba: “‘Baba yetu uliye mbinguni, Jina lako litukuzwe.
ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
10 Ufalme wako uje. Mapenzi yako yafanyike hapa duniani kama huko mbinguni.
ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
11 Utupatie riziki yetu ya kila siku.
ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
12 Utusamehe deni zetu, kama sisi nasi tulivyokwisha kuwasamehe wadeni wetu.
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
13 Usitutie majaribuni, bali utuokoe kutoka kwa yule mwovu [kwa kuwa Ufalme ni wako, na nguvu, na utukufu, hata milele. Amen].’
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
14 Kwa kuwa kama mkiwasamehe watu wengine wanapowakosea, Baba yenu wa mbinguni atawasamehe ninyi pia.
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
15 Lakini msipowasamehe watu wengine makosa yao, naye Baba yenu hatawasamehe ninyi makosa yenu.
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
16 “Mnapofunga, msiwe wenye huzuni kama wafanyavyo wanafiki. Maana wao hukunja nyuso zao ili kuwaonyesha wengine kwamba wamefunga. Amin, amin nawaambia wao wamekwisha kupata thawabu yao kamilifu.
ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
17 Lakini mnapofunga, jipakeni mafuta kichwani na kunawa nyuso zenu
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
18 ili kufunga kwenu kusionekane na watu wengine ila Baba yenu aketiye mahali pa siri; naye Baba yenu aonaye sirini atawapa thawabu yenu kwa wazi.
ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
19 “Msijiwekee hazina duniani, mahali ambapo nondo na kutu huharibu, nao wevi huvunja na kuiba.
ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
20 Lakini jiwekeeni hazina mbinguni, mahali ambapo nondo na kutu haviharibu, wala wevi hawavunji na kuiba.
ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
21 Kwa sababu mahali hazina yako ilipo, hapo ndipo pia moyo wako utakapokuwa.
କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
22 “Jicho ni taa ya mwili. Kama jicho lako ni nyofu, mwili wako wote utajaa nuru.
ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
23 Lakini kama jicho lako ni ovu, mwili wako wote utajawa na giza. Kwa hiyo basi, kama nuru iliyomo ndani yako ni giza, hilo ni giza kuu namna gani!
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
24 “Hakuna mtu awezaye kuwatumikia mabwana wawili. Kwa kuwa atamchukia huyu na kumpenda yule mwingine, au atashikamana sana na huyu na kumdharau yule mwingine. Hamwezi kumtumikia Mungu pamoja na Mali.
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
25 “Kwa hiyo nawaambia, msisumbukie maisha yenu kwamba mtakula nini au mtakunywa nini; au msumbukie miili yenu kwamba mtavaa nini. Je, maisha si zaidi ya chakula, na mwili zaidi ya mavazi?
ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
26 Waangalieni ndege wa angani; wao hawapandi wala hawavuni au kuweka ghalani, lakini Baba yenu wa mbinguni huwalisha. Je, ninyi si wa thamani zaidi kuliko hao ndege?
ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
27 Ni nani miongoni mwenu ambaye kwa kujitaabisha kwake anaweza kujiongezea hata saa moja zaidi katika maisha yake?
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?
28 “Nanyi kwa nini mnajitaabisha kwa ajili ya mavazi? Fikirini maua ya shambani yameavyo. Hayafanyi kazi wala hayafumi.
ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
29 Lakini nawaambia, hata Solomoni katika fahari yake yote hakuvikwa vizuri kama mojawapo ya hayo maua.
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
30 Basi ikiwa Mungu huyavika hivi majani ya shambani, ambayo leo yapo na kesho yanatupwa motoni, je, hatawavika ninyi vizuri zaidi, enyi wa imani haba?
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
31 Kwa hiyo msiwe na wasiwasi, mkisema, ‘Tutakula nini?’ au ‘Tutakunywa nini?’ au ‘Tutavaa nini?’
ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
32 Watu wasiomjua Mungu ndio wanaoshindania hayo, lakini Baba yenu wa mbinguni anafahamu kuwa mnahitaji haya yote.
କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।
33 Lakini utafuteni kwanza Ufalme wa Mungu na haki yake, na haya yote atawapa pia.
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
34 Kwa hiyo msiwe na wasiwasi kuhusu kesho, kwa sababu kesho itajitaabikia yenyewe. Yatosha kwa siku masumbufu yake.
ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।