< Nahumu 3 >

1 Ole wa mji umwagao damu, uliojaa uongo, umejaa nyara, usiokosa kuwa na vitu vya kuteka nyara.
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
2 Kelele za mijeledi, vishindo vya magurudumu, farasi waendao mbio na mshtuo wa magari ya vita!
କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;
3 Wapanda farasi wanaenda mbio, panga zinameremeta, na mikuki inangʼaa! Majeruhi wengi, malundo ya maiti, idadi kubwa ya miili isiyohesabika, watu wanajikwaa juu ya mizoga:
ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;
4 yote haya kwa sababu ya wingi wa tamaa za kahaba, anayeshawishi, bibi wa mambo ya uchawi, anayewatia utumwani mataifa kwa ukahaba wake na pia jamaa za watu kwa ulozi wake.
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
5 Bwana Mwenye Nguvu Zote anasema, “Mimi ni kinyume na ninyi. Nitafunika uso wako kwa gauni lako. Nitaonyesha mataifa uchi wako na falme aibu yako.
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
6 Nitakutupia uchafu, nitakufanyia dharau na kukufanya kioja.
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
7 Wote wanaokuona watakukimbia na kusema, ‘Ninawi ipo katika kuangamia: ni nani atakayeomboleza kwa ajili yake?’ Nitampata wapi yeyote wa kukufariji?”
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?
8 Je, wewe ni bora kuliko No-Amoni, uliopo katika Mto Naili, uliozungukwa na maji? Mto ulikuwa kinga yake, nayo maji yalikuwa ukuta wake.
ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?
9 Kushi na Misri walikuwa nguvu zake zisizo na mpaka; Putu na Libia walikuwa miongoni mwa wale walioungana naye.
କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
10 Hata hivyo alichukuliwa mateka na kwenda uhamishoni. Watoto wake wachanga walivunjwa vunjwa vipande kwenye mwanzo wa kila barabara. Kura zilipigwa kwa watu wake wenye heshima, na watu wake wote wakuu walifungwa kwa minyororo.
ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
11 Wewe pia utalewa; utakwenda mafichoni na kutafuta kimbilio kutoka kwa adui.
ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।
12 Ngome zako zote ni kama mitini yenye matunda yake ya kwanza yaliyoiva; wakati inapotikiswa, tini huanguka kwenye kinywa chake alaye.
ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।
13 Tazama vikosi vyako: wote ni wanawake! Malango ya nchi yako yamekuwa wazi kwa adui zako; moto umeteketeza mapingo yake.
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
14 Teka maji kwa ajili ya kuzingirwa kwako, imarisha ulinzi wako, Ufanyie udongo wa mfinyanzi kazi, yakanyage matope, karabati tanuru la kuchomea matofali!
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
15 Huko moto utakuteketeza, huko upanga utakuangusha chini na kama vile panzi, watakumaliza. Ongezeka kama panzi, ongezeka kama nzige!
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
16 Umeongeza idadi ya wafanyabiashara wako mpaka wamekuwa wengi kuliko nyota za angani, lakini kama nzige wanaacha nchi tupu kisha huruka na kwenda zake.
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
17 Walinzi wako ni kama nzige, maafisa wako ni kama makundi ya nzige watuao kwenye kuta wakati wa siku ya baridi: lakini wakati jua linapotokea wanaruka kwenda zao, na hakuna ajuaye waendako.
ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥାʼନ୍ତି, ତାହା ଜଣାଯାଏ ନାହିଁ।
18 Ee mfalme wa Ashuru, wachungaji wako wanasinzia; wakuu wako wanalala chini mavumbini kupumzika. Watu wako wametawanyika juu ya milima bila kuwa na mtu yeyote wa kuwakusanya.
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
19 Hakuna kitu kinachoweza kuponya jeraha lako; jeraha lako ni la kukuua. Kila anayesikia habari zako, hupiga makofi kwa kuanguka kwako, kwa kuwa ni nani ambaye hajaguswa na ukatili wako usio na mwisho?
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?

< Nahumu 3 >