< Nehemia 5 >

1 Wakati huu wanaume na wake zao wakalia kilio kikuu dhidi ya ndugu zao Wayahudi.
ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।
2 Baadhi yao walikuwa wakisema, “Sisi na wana wetu na binti zetu tuko wengi. Ili tuweze kula na kuishi, ni lazima tupate nafaka.”
କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”
3 Wengine walikuwa wakisema, “Tunaweka rehani mashamba yetu, mashamba ya mizabibu, na nyumba zetu ili tupate nafaka wakati wa njaa.”
ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”
4 Bado kukawa na wengine waliokuwa wakisema, “Ilitubidi tukope fedha ili kulipa kodi ya mfalme kwa ajili ya mashamba yetu na mashamba yetu ya mizabibu.
ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।
5 Ingawa sisi ni mwili na damu moja sawa na watu wa nchi yetu, na ijapo wana wetu ni wazuri kama wana wao, bado inatupasa kuwatoa wana wetu na binti zetu kwenye utumwa. Baadhi ya binti zetu wameshakuwa watumwa tayari, lakini hatuna uwezo wa kuwakomboa, kwa sababu mashamba yetu na mashamba ya mizabibu yetu ni mali ya wengine.”
ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”
6 Niliposikia kilio chao na malalamiko haya, nilikasirika sana.
ସେତେବେଳେ ମୁଁ ସେମାନଙ୍କର କ୍ରନ୍ଦନ ଓ ଏହି କଥାସବୁ ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲି।
7 Nikayatafakari katika akili yangu, nikiwalaumu wakuu na maafisa. Nikawaambia, “Mnawaonea ndugu zenu kwa kuwatoza riba!” Basi nikaitisha mkutano mkubwa ili kuwashughulikia
ପୁଣି, ମୁଁ ଆପଣା ମନରେ ବିବେଚନା କଲି, ପୁଣି କୁଳୀନମାନଙ୍କର ଓ ଅଧ୍ୟକ୍ଷମାନଙ୍କର ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇଠାରୁ ସୁଧ ନେଉଅଛ।” ତହୁଁ ମୁଁ ସେମାନଙ୍କ ବିରୁଦ୍ଧରେ ଅଭିଯୋଗ କଲି।
8 na kusema: “Kulingana na uwezo wetu, tumewakomboa ndugu zetu Wayahudi waliokuwa wameuzwa kwa watu wasioamini. Sasa mnawauza ndugu zenu, ili wauzwe tena kwetu!” Walinyamaza kimya, kwa sababu hawakupata chochote cha kusema.
ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
9 Basi nikaendelea kusema, “Mnachokifanya si sawa. Je, haikuwapasa kutembea katika hofu ya Mungu wetu ili tuepukane na shutuma za adui zetu wasioamini?
ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କʼଣ ତୁମ୍ଭମାନଙ୍କର ଉଚିତ ନୁହେଁ?
10 Mimi na ndugu zangu na watu wangu tunawakopesha watu fedha na nafaka. Lakini jambo hili la kutoza riba likome!
ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।
11 Warudishieni mara moja mashamba yao, mashamba yao ya mizabibu, mashamba yao ya mizeituni, na nyumba zao, pia riba yao mnayowatoza na sehemu ya fungu la mia la fedha, nafaka, divai mpya na mafuta.”
ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”
12 Wakasema, “Tutawarudishia na hatutataka kitu chochote zaidi kutoka kwao. Tutafanya kama ulivyosema.” Kisha nikawaita makuhani na kuwafanya wakuu na maafisa kuapa kufanya kile walichoahidi.
ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।
13 Pia nikakungʼuta makunjo ya vazi langu na kusema, “Kila mtu ambaye hatatimiza ahadi hii, Mungu na amkungʼute hivi kutoka nyumba yake na katika mali zake. Basi mtu wa namna hiyo akungʼutiwe nje na aachwe bila kitu!” Waliposikia hili, mkutano wote ukasema, “Amen,” na wakamtukuza Bwana. Nao watu wakafanya kama walivyokuwa wameahidi.
ମଧ୍ୟ ମୁଁ ଆପଣା ଅଣ୍ଟି ଝାଡ଼ି ଦେଇ କହିଲି, “ଯେକେହି ଏହି ପ୍ରତିଜ୍ଞା ପ୍ରତିପାଳନ କରିବ ନାହିଁ, ପରମେଶ୍ୱର ତାହାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏହିପରି ଝାଡ଼ି ଦେଉନ୍ତୁ; ସେ ଏହିରୂପେ ଝଡ଼ା ଯାଉ ଓ ଶୂନ୍ୟ ହେଉ।” ତହିଁରେ ସମସ୍ତ ସମାଜ କହିଲେ “ଆମେନ୍‍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏଥିଉତ୍ତାରେ ଲୋକମାନେ ଏହି ପ୍ରତିଜ୍ଞାନୁସାରେ କର୍ମ କଲେ।
14 Zaidi ya hayo, kutoka mwaka wa ishirini wa Mfalme Artashasta, wakati nilipoteuliwa kuwa mtawala wao katika nchi ya Yuda, mpaka mwaka wake wa thelathini na mbili, yaani miaka kumi na miwili, mimi wala ndugu zangu hatukula chakula ambacho kwa kawaida hupewa watawala.
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।
15 Lakini watawala wa mwanzoni, wale walionitangulia, waliwalemea watu na kuchukua kutoka kwao shekeli arobaini za fedha, pamoja na chakula na mvinyo. Wasaidizi wao pia walijifanya wakuu juu ya watu. Lakini kwa kumheshimu Mungu sikufanya hivyo.
ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
16 Badala yake, nilijitoa kwa bidii katika kazi ya ukuta huu. Watu wangu wote walikutanika pale kwa ajili ya kazi. Hatukujipatia shamba lolote.
ଆହୁରି, ମୁଁ ଏହି ପ୍ରାଚୀର-କର୍ମରେ ଲାଗି ରହିଲି ଓ ଆମ୍ଭେମାନେ କୌଣସି ଭୂମି କିଣିଲୁ ନାହିଁ; ପୁଣି, ମୋହର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ଏକତ୍ରିତ ହେଲେ।
17 Zaidi ya hayo, Wayahudi na maafisa 150 walikula mezani pangu, pamoja na wale waliotujia kutoka mataifa jirani.
ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
18 Kila siku niliandaliwa maksai mmoja, kondoo sita wazuri, na kuku, na mvinyo wa kila aina kwa wingi kila baada ya siku kumi. Licha ya mambo haya yote, sikudai chakula kilichokuwa fungu la mtawala, kwa sababu madai yalikuwa mazito sana kwa watu hawa.
ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।
19 Unikumbuke kwa fadhili, Ee Mungu wangu, kwa yote niliyofanya kwa ajili ya watu hawa.
ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।

< Nehemia 5 >