< Hesabu 30 >

1 Mose akawaambia viongozi wa makabila ya Israeli: “Hili ndilo Bwana analoagiza:
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
2 Mwanaume awekapo nadhiri kwa Bwana, au anapoapa kujifunga kwa ahadi, kamwe asitangue neno lake, bali ni lazima afanye kila kitu alichosema.
କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
3 “Wakati mwanamwali anayeishi bado nyumbani kwa baba yake atakapoweka nadhiri kwa Bwana, ama amejifunga mwenyewe kwa ahadi,
ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
4 na baba yake akasikia kuhusu nadhiri au ahadi yake lakini asimwambie lolote, ndipo nadhiri zake zote na kila ahadi aliyoiweka na kujifunga kwayo itathibitika.
ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
5 Lakini kama baba yake akimkataza wakati anapoisikia, hakuna nadhiri wala ahadi yake yoyote aliyojifunga kwayo itakayosimama; Bwana atamweka huru huyo mwanamwali kwa sababu baba yake amemkataza.
ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
6 “Ikiwa ataolewa baada ya kuweka nadhiri au baada ya midomo yake kutamka ahadi fulani bila kufikiri akawa amejifunga hivyo,
ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
7 na mume wake akasikia habari hiyo asimwambie neno lolote, ndipo nadhiri zake ama ahadi zake ambazo alikuwa amejifunga nazo zitathibitika.
ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8 Lakini ikiwa mume wake atamkataza atakaposikia kuhusu hilo, atakuwa ametangua nadhiri ambazo zilikuwa zimemfunga mkewe, ama ahadi aliyotamka pasipo kufikiri ambayo amejifunga kwayo, naye Bwana atamweka huru yule mwanamke.
ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
9 “Nadhiri yoyote ama patano ambalo limefanywa na mjane ama mwanamke aliyeachwa vitakuwa vimemfunga.
ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
10 “Ikiwa mwanamke anayeishi na mumewe ataweka nadhiri ama kujifunga mwenyewe kwa ahadi chini ya kiapo,
ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
11 na mumewe akasikia kuhusu jambo hili lakini asimwambie lolote wala hakumkataza, ndipo viapo vyake vyote au ahadi zinazomfunga zitakapothibitika.
ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
12 Lakini ikiwa mumewe atabatilisha nadhiri hizo baada ya kuzisikia, basi hakuna nadhiri au ahadi zozote alizoziweka kwa midomo yake zitakazothibitika. Mumewe atakuwa amezibatilisha, na Bwana atamweka huru yule mwanamke.
ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
13 Mumewe anaweza kuthibitisha au kutangua nadhiri yoyote anayoweka, au ahadi yoyote aliyoweka kwa kuapa ili kujikana mwenyewe.
ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
14 Lakini ikiwa mumewe hasemi lolote kwake kuhusu jambo hilo siku baada ya siku, basi mumewe atakuwa amethibitisha nadhiri zote, na ahadi zote zinazomfunga mkewe. Anavithibitisha kwa kutokusema lolote kwa mkewe anapoyasikia hayo.
ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
15 Hata hivyo, ikiwa mumewe atavibatilisha baada ya kusikia hayo, basi atawajibika kwa hatia ya mkewe.”
ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
16 Haya ndiyo masharti ambayo Bwana alimpa Mose kuhusu mahusiano kati ya mtu na mkewe, na kati ya baba na binti yake ambaye bado anaishi nyumbani kwa baba yake.
ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।

< Hesabu 30 >