< Wafilipi 1 >
1 Waraka wa Paulo na Timotheo, watumishi wa Kristo Yesu: Kwa watakatifu wote katika Kristo Yesu walioko Filipi, pamoja na waangalizi na mashemasi:
ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;
2 Neema na amani itokayo kwa Mungu Baba yetu na kwa Bwana wetu Yesu Kristo iwe nanyi.
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
3 Ninamshukuru Mungu wangu kila niwakumbukapo ninyi.
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
4 Katika maombi yangu yote daima nimekuwa nikiwaombea ninyi nyote kwa furaha,
ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5 kwa sababu ya kushiriki kwenu katika kueneza Injili, tangu siku ya kwanza hadi leo.
ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
6 Nina hakika kwamba yeye aliyeianza kazi njema mioyoni mwenu, ataiendeleza na kuikamilisha hata siku ya Kristo Yesu.
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
7 Ni haki na ni wajibu wangu kufikiri hivi juu yenu nyote, kwa sababu ninyi mko moyoni mwangu. Ikiwa nimefungwa au nikiwa ninaitetea na kuithibitisha Injili, ninyi nyote mnashiriki neema ya Mungu pamoja nami.
ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
8 Mungu ni shahidi wangu jinsi ninavyowaonea shauku ninyi nyote kwa huruma ya Kristo Yesu.
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।
9 Haya ndiyo maombi yangu: kwamba upendo wenu uongezeke zaidi na zaidi katika maarifa na ufahamu wote,
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
10 ili mpate kutambua yale yaliyo mema, mkawe safi, wasio na hatia hadi siku ya Kristo,
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,
11 mkiwa mmejawa na matunda ya haki yapatikanayo kwa njia ya Yesu Kristo, kwa utukufu na sifa za Mungu.
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
12 Basi, ndugu zangu, nataka mjue kwamba mambo yale yaliyonipata kwa kweli yamesaidia sana kueneza Injili.
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
13 Matokeo yake ni kwamba imejulikana wazi kwa walinzi wote wa jumba la kifalme na kwa wengine wote kuwa nimefungwa kwa ajili ya Kristo.
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;
14 Kwa sababu ya vifungo vyangu, ndugu wengi katika Bwana wametiwa moyo kuhubiri neno la Mungu kwa ujasiri zaidi na bila woga.
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
15 Ni kweli kwamba wengine wanamhubiri Kristo kutokana na wivu na kwa kutaka kushindana, lakini wengine wanamhubiri Kristo kwa nia njema.
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;
16 Hawa wa mwisho wanamhubiri Kristo kwa moyo wa upendo, wakifahamu kwamba nimo humu gerezani kwa ajili ya kuitetea Injili.
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
17 Hao wa kwanza wanamtangaza Kristo kutokana na tamaa zao wenyewe wala si kwa moyo mweupe, bali wanakusudia kuongeza mateso yangu katika huku kufungwa kwangu.
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି।
18 Lakini inadhuru nini? Jambo la muhimu ni kwamba kwa kila njia, ikiwa ni kwa nia mbaya au njema, Kristo anahubiriwa. Nami kwa ajili ya jambo hilo ninafurahi. Naam, nami nitaendelea kufurahi,
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।
19 kwa maana ninajua kwamba kwa maombi yenu na kwa msaada unaotolewa na Roho wa Yesu Kristo, yale yaliyonipata mimi yatageuka kuwa wokovu wangu.
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
20 Ninatarajia kwa shauku kubwa na kutumaini kwamba sitaaibika kwa njia yoyote, bali nitakuwa na ujasiri wa kutosha ili sasa kama wakati mwingine wowote, Kristo atukuzwe katika mwili wangu, ikiwa ni kwa kuishi au kwa kufa.
ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
21 Kwa maana kwangu mimi, kuishi ni Kristo, na kufa ni faida.
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
22 Kama nitaendelea kuishi katika mwili, kwangu hili ni kwa ajili ya matunda ya kazi. Lakini sijui nichague lipi? Mimi sijui!
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।
23 Ninavutwa kati ya mambo mawili: Ninatamani kuondoka nikakae pamoja na Kristo, jambo hilo ni bora zaidi.
ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24 Lakini kwa sababu yenu ni muhimu zaidi mimi nikiendelea kuishi katika mwili.
ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
25 Kwa kuwa nina matumaini haya, ninajua kwamba nitaendelea kuwepo na kuwa pamoja nanyi nyote, ili mpate kukua na kuwa na furaha katika imani.
ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି,
26 Ili kwamba furaha yenu iwe nyingi katika Kristo Yesu kwa ajili yangu kwa kule kuja kwangu kwenu tena.
ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
27 Lakini lolote litakalotukia, mwenende kama ipasavyo Injili ya Kristo, ili kwamba nikija na kuwaona au ikiwa sipo, nipate kusikia haya juu yenu: Kuwa mnasimama imara katika roho moja, mkiishindania imani ya Injili kwa umoja,
ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
28 wala msitishwe na wale wanaowapinga. Hii ni ishara kwao kuwa wataangamia, lakini ninyi mtaokolewa, na hii ni kazi ya Mungu.
ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ;
29 Kwa maana mmepewa kwa ajili ya Kristo, si kumwamini tu, bali pia kuteswa kwa ajili yake,
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
30 kwa kuwa mnashiriki mashindano yale yale mliyoyaona nikiwa nayo na ambayo hata sasa mnasikia kuwa bado ninayo.
ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।