< Wafilipi 4 >
1 Kwa hiyo, ndugu zangu, ninaowapenda na ambao ninawaonea shauku, ninyi mlio furaha yangu na taji yangu, hivi ndivyo iwapasavyo kusimama imara katika Bwana, ninyi wapenzi wangu.
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
2 Nawasihi Euodia na Sintike wawe na nia moja katika Bwana.
ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
3 Naam, nakusihi wewe pia, mwenzangu mwaminifu, uwasaidie hawa wanawake, kwa sababu walijitaabisha katika kazi ya Injili pamoja nami bega kwa bega, wakiwa pamoja na Klementi na watendakazi wenzangu ambao majina yao yameandikwa katika kitabu cha uzima.
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
4 Furahini katika Bwana siku zote, tena nasema furahini!
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
5 Upole wenu na ujulikane na watu wote. Bwana yu karibu.
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
6 Msijisumbue kwa jambo lolote, bali katika kila jambo kwa kuomba na kusihi pamoja na kushukuru, haja zenu na zijulikane na Mungu.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
7 Nayo amani ya Mungu, inayopita fahamu zote, itailinda mioyo yenu na nia zenu katika Kristo Yesu.
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
8 Hatimaye, ndugu zangu, mambo yote yaliyo ya kweli, yoyote yaliyo na sifa njema, yoyote yaliyo ya haki, yoyote yaliyo safi, yoyote ya kupendeza, yoyote yenye staha, ukiwepo uzuri wowote, pakiwepo chochote kinachostahili kusifiwa, tafakarini mambo hayo.
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
9 Mambo yote mliyojifunza au kuyapokea au kuyasikia kutoka kwangu, au kuyaona kwangu, yatendeni hayo. Naye Mungu wa amani atakuwa pamoja nanyi.
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
10 Nina furaha kubwa katika Bwana kwamba hatimaye mmeanza upya kushughulika tena na maisha yangu. Kweli mmekuwa mkinifikiria lakini mlikuwa hamjapata nafasi ya kufanya hivyo.
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।
11 Sisemi hivyo kwa vile nina mahitaji, la! Kwa maana nimejifunza kuridhika katika hali yoyote.
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
12 Ninajua kupungukiwa, pia ninajua kuwa na vingi. Nimejifunza siri ya kuridhika katika kila hali, wakati wa kushiba na wakati wa kuona njaa, wakati wa kuwa na vingi na wakati wa kupungukiwa.
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
13 Naweza kuyafanya mambo yote katika yeye anitiaye nguvu.
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
14 Lakini, mlifanya vyema kushiriki nami katika taabu zangu.
ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।
15 Zaidi ya hayo, ninyi Wafilipi mnajua kwamba siku za kwanza nilipoanza kuhubiri Injili, nilipoondoka Makedonia, hakuna kanisa jingine lililoshiriki nami katika masuala ya kutoa na kupokea isipokuwa ninyi.
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।
16 Kwa maana hata nilipokuwa huko Thesalonike, mliniletea msaada kwa ajili ya mahitaji yangu zaidi ya mara moja.
କାରଣ ମୁଁ ଥେସଲନୀକୀ ସହରରେ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ।
17 Si kwamba natafuta sana yale matoleo, bali natafuta sana ile faida itakayozidi sana kwa upande wenu.
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
18 Nimelipwa kikamilifu hata na zaidi; nimetoshelezwa kabisa sasa, kwa kuwa nimepokea kutoka kwa Epafrodito vile vitu mlivyonitumia, sadaka yenye harufu nzuri, dhabihu inayokubalika na ya kumpendeza Mungu.
ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
19 Naye Mungu wangu atawajaza ninyi na kila mnachohitaji kwa kadiri ya utajiri wake katika utukufu ndani ya Kristo Yesu.
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
20 Mungu wetu aliye Baba yetu apewe utukufu milele na milele. Amen. (aiōn )
ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍। (aiōn )
21 Msalimuni kila mtakatifu katika Kristo Yesu. Ndugu walioko pamoja nami wanawasalimu.
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
22 Watakatifu wote wanawasalimu, hasa wale watu wa nyumbani mwa Kaisari.
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
23 Neema ya Bwana Yesu Kristo iwe pamoja na roho zenu. Amen.
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।