< Mithali 11 >

1 Bwana huchukia sana mizani za udanganyifu, bali vipimo sahihi ni furaha yake.
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2 Kiburi kinapokuja, ndipo huja aibu, bali unyenyekevu huja na hekima.
ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3 Uadilifu wa wenye haki huwaongoza, bali wasio waaminifu huharibiwa na hila yao.
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4 Utajiri haufaidi kitu katika siku ya ghadhabu, bali haki huokoa kutoka mautini.
ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
5 Haki ya wasio na lawama, huwatengenezea njia iliyonyooka, bali waovu huangushwa kwa uovu wao wenyewe.
ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
6 Haki ya wanyofu huwaokoa, bali wasio waaminifu hunaswa na tamaa mbaya.
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
7 Wakati mtu mwovu anapokufa, matumaini yake hutoweka; yote aliyoyatazamia kutokana na nguvu zake huwa si kitu.
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8 Mtu mwenye haki huokolewa kutoka taabu, naye mtu mwovu huingia humo badala yake.
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।
9 Kwa kinywa chake mtu asiyemwamini Mungu humwangamiza jirani yake, bali kwa maarifa mwenye haki huokolewa.
ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10 Wakati mwenye haki anapofanikiwa, mji hufurahi; mwovu atowekapo, kuna kelele za furaha.
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 Kutokana na baraka ya mtu mnyofu mji hukwezwa, bali kwa kinywa cha mwovu mji huharibiwa.
ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 Mtu asiye na akili humdharau jirani yake, bali mtu mwenye ufahamu huuzuia ulimi wake.
ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 Masengenyo husaliti tumaini, bali mtu mwaminifu hutunza siri.
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 Pasipo ushauri wa hekima taifa huanguka, bali washauri wengi hufanya ushindi uwe wa hakika.
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 Yeye amdhaminiye mgeni hakika atateseka, bali yeyote akataaye kuunga mkono dhamana ni salama.
ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16 Mwanamke mwenye moyo wa huruma hupata heshima, bali wanaume wakorofi hupata mali tu.
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 Mwenye huruma hujinufaisha mwenyewe, bali mkatili hujiletea taabu mwenyewe.
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18 Mtu mwovu hupata ujira wa udanganyifu, bali yeye apandaye haki huvuna tuzo ya uhakika.
ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 Mtu mwenye haki kweli kweli hupata uzima, bali yeye afuatiliaye ubaya huendea kifo chake.
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20 Bwana huwachukia sana watu wenye moyo wa upotovu, bali hupendezwa na wale ambao njia zao hazina lawama.
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21 Uwe na hakika na hili: Waovu hawataepuka kuadhibiwa, bali wenye haki watakuwa huru.
ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।
22 Kama pete ya dhahabu katika pua ya nguruwe ndivyo alivyo mwanamke mzuri ambaye hana busara.
ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23 Shauku ya mwenye haki huishia tu kwenye mema, bali tumaini la mwovu huishia tu kwenye ghadhabu.
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
24 Kuna mtu atoaye kwa ukarimu, hata hivyo hupata zaidi, mwingine huzuia, lakini huwa maskini.
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
25 Mtu mkarimu atastawi; yeye awaburudishaye wengine ataburudishwa mwenyewe.
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
26 Watu humlaani mtu awanyimae watu nafaka, bali baraka itamkalia kichwani kama taji yeye aliye radhi kuiuza.
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
27 Yeye atafutaye mema hupata ukarimu, bali ubaya huja kwake yeye autafutaye.
ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
28 Yeyote ategemeaye utajiri wake ataanguka, bali mwenye haki atastawi kama jani bichi.
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29 Yeye aletaye taabu kwa jamaa yake atarithi tu upepo, naye mpumbavu atakuwa mtumishi wa wenye hekima.
ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30 Tunda la mwenye haki ni mti wa uzima, naye mwenye hekima huvuta roho za watu.
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
31 Kama wenye haki watapokea ujira wao duniani, si zaidi sana yule asiyemcha Mungu na mwenye dhambi?
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?

< Mithali 11 >