< Mithali 16 >
1 Mipango ya moyoni ni ya mwanadamu, bali jibu la ulimi hutoka kwa Bwana.
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
2 Njia zote za mtu huonekana safi machoni pake mwenyewe, bali makusudi hupimwa na Bwana.
ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
3 Mkabidhi Bwana lolote ufanyalo, nayo mipango yako itafanikiwa.
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
4 Bwana hufanya kila kitu kwa kusudi lake mwenyewe; hata waovu kwa siku ya maangamizi.
ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
5 Bwana huwachukia sana wote wenye kiburi cha moyo. Uwe na hakika kwa hili: Hawataepuka kuadhibiwa.
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
6 Kwa upendo na uaminifu uovu huondolewa; kwa kumcha Bwana mtu hujiepusha na ubaya.
ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
7 Njia za mtu zinapompendeza Bwana, huwafanya hata adui zake waishi naye kwa amani.
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
8 Afadhali kitu kidogo pamoja na haki kuliko mapato mengi pamoja na udhalimu.
ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
9 Moyo wa mtu huifikiri njia yake, bali Bwana huelekeza hatua zake.
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
10 Midomo ya mfalme huzungumza kwa hekima ya kiungu, wala kinywa chake hakipotoshi haki.
ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11 Vipimo na mizani za halali hutoka kwa Bwana; mawe yote ya kupimia yaliyo katika mfuko ameyafanya yeye.
ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12 Wafalme huchukia sana kutenda maovu, kwa maana kiti cha ufalme hufanywa imara kwa njia ya haki.
କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
13 Wafalme hufurahia midomo ya uaminifu; humthamini mtu asemaye kweli.
ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
14 Ghadhabu ya mfalme ni mjumbe wa mauti, bali mtu mwenye hekima ataituliza.
ରାଜାର କ୍ରୋଧ ମୃତ୍ୟୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
15 Uso wa mfalme ungʼaapo, inamaanisha uhai; upendeleo wake ni kama wingu la mvua wakati wa vuli.
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।
16 Ni bora kiasi gani kupata hekima kuliko dhahabu, kuchagua ufahamu kuliko fedha!
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
17 Njia kuu ya wanyofu huepuka ubaya; yeye aichungaye njia yake, huchunga maisha yake.
ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18 Kiburi hutangulia maangamizi, roho ya majivuno hutangulia maanguko.
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
19 Ni afadhali kuwa mnyenyekevu katika roho miongoni mwa walioonewa kuliko kugawana nyara pamoja na wenye kiburi.
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।
20 Yeyote anayekubali mafundisho hustawi, tena amebarikiwa yeye anayemtumaini Bwana.
ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
21 Wenye hekima moyoni huitwa wenye ufahamu, na maneno ya kupendeza huchochea mafundisho.
ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22 Ufahamu ni chemchemi ya uzima kwa wale walio nao, bali upumbavu huleta adhabu kwa wapumbavu.
ସଦ୍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23 Moyo wa mtu mwenye hekima huongoza kinywa chake, na midomo yake huchochea mafundisho.
ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24 Maneno ya kupendeza ni kama sega la asali, ni matamu kwa nafsi na uponyaji kwenye mifupa.
ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25 Iko njia ionekanayo kuwa sawa kwa mtu, bali mwisho wake huelekeza mautini.
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
26 Shauku ya mfanyakazi humhimiza kufanya kazi; njaa yake humsukuma aendelee.
ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
27 Mtu mbaya kabisa hupanga mabaya, maneno yake ni kama moto uunguzao.
ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28 Mtu mpotovu huchochea ugomvi, nayo maongezi ya upuzi hutenganisha marafiki wa karibu.
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29 Mtu mkali humvuta jirani yake na kumwongoza katika mapito yale mabaya.
ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30 Yeye akonyezaye kwa jicho lake anapanga upotovu; naye akazaye midomo yake amenuia mabaya.
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।
31 Mvi ni taji ya utukufu; hupatikana kwa maisha ya uadilifu.
ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
32 Ni afadhali mtu mstahimilivu kuliko shujaa, mtu anayeitawala hasira yake kuliko yule autekaye mji.
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
33 Kura hupigwa kwa siri, lakini kila uamuzi wake hutoka kwa Bwana.
ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।