< Mithali 7 >
1 Mwanangu, shika maneno yangu na kuzihifadhi amri zangu ndani yako.
ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
2 Shika amri zangu nawe utaishi; linda mafundisho yangu kama mboni ya jicho lako.
ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
3 Yafunge katika vidole vyako; yaandike katika kibao cha moyo wako.
ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
4 Mwambie hekima, “Wewe ni dada yangu,” uite ufahamu jamaa yako;
ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
5 watakuepusha na mwanamke mzinzi, kutokana na mwanamke mpotovu na maneno yake ya kubembeleza.
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
6 Kwenye dirisha la nyumba yangu nilitazama nje kupitia upenyo kwenye mwimo wa dirisha.
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
7 Niliona miongoni mwa wajinga, nikagundua miongoni mwa wanaume vijana, kijana asiye na akili.
ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ
8 Alikuwa akishuka njiani karibu na pembe ya kwake, akielekea kwenye nyumba ya huyo mwanamke
ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
9 wakati wa machweo, jua likipungua nuru yake, giza la usiku lilipokuwa likiingia.
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
10 Ndipo huyo mwanamke akatoka kumlaki, hali amevaa kama kahaba akiwa na nia ya udanganyifu.
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
11 (Ni mwanamke mwenye makelele na mkaidi, miguu yake haitulii nyumbani;
ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
12 mara kwenye barabara za mji, mara kwenye viwanja vikubwa, kwenye kila pembe huvizia.)
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
13 Huyo mwanamke alimkumbatia kijana na kumbusu, na kwa uso usio na haya akamwambia:
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
14 “Nina sadaka za amani nyumbani; leo nimetimiza nadhiri zangu.
“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
15 Kwa hiyo nimetoka nje kukulaki; nimekutafuta na nimekupata!
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
16 Nimetandika kitanda changu kwa kitani za rangi kutoka Misri.
ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।
17 Nimetia manukato kitanda changu kwa manemane, udi na mdalasini.
ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
18 Njoo, tuzame katika mapenzi mpaka asubuhi; tujifurahishe wenyewe kwa mapenzi!
ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
19 Mume wangu hayupo nyumbani; amekwenda safari ya mbali.
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
20 Amechukua mkoba uliojazwa fedha na hatakuwepo nyumbani karibuni.”
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
21 Kwa maneno laini yule mwanamke akampotosha; alimshawishi kwa maneno yake laini.
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
22 Mara huyo kijana alimfuata yule mwanamke kama fahali aendaye machinjoni, kama kulungu aingiaye kwenye kitanzi,
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
23 mpaka mshale umchome ini lake, kama ndege anayenaswa kwenye mtego, bila kujua itamgharimu maisha yake.
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
24 Sasa basi wanangu, nisikilizeni; sikilizeni kwa makini nisemalo.
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।
25 Usiruhusu moyo wako ugeukie njia za huyo mwanamke, wala usitangetange katika mapito yake.
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
26 Aliowaangusha ni wengi; aliowachinja ni kundi kubwa.
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।
27 Nyumba yake ni njia kuu iendayo kaburini, ielekeayo chini kwenye vyumba vya mauti. (Sheol )
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ। (Sheol )