< Zaburi 103 >
1 Zaburi ya Daudi. Ee nafsi yangu, umhimidi Bwana. Vyote vilivyomo ndani yangu vilihimidi jina lake takatifu.
ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
2 Ee nafsi yangu, umhimidi Bwana, wala usisahau wema wake wote,
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3 akusamehe dhambi zako zote, akuponya magonjwa yako yote,
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4 aukomboa uhai wako na kaburi, akuvika taji ya upendo na huruma,
ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5 atosheleza mahitaji yako kwa vitu vyema, ili ujana wako uhuishwe kama wa tai.
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
6 Bwana hutenda haki, naye huwapa hukumu ya haki wote wanaoonewa.
ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
7 Alijulisha Mose njia zake, na wana wa Israeli matendo yake.
ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
8 Bwana ni mwingi wa huruma na mwenye neema; si mwepesi wa hasira, bali amejaa upendo.
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
9 Yeye hatalaumu siku zote, wala haweki hasira yake milele,
ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
10 yeye hatutendei kulingana na dhambi zetu wala hatupatilizi kwa kadiri ya maovu yetu.
ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
11 Kama vile mbingu zilivyo juu ya dunia sana, ndivyo wema wake ulivyo mwingi kwa wanaomcha;
କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
12 kama mashariki ilivyo mbali na magharibi, ndivyo Mungu alivyoziweka dhambi zetu mbali nasi.
ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
13 Kama baba alivyo na huruma kwa watoto wake, ndivyo Bwana anavyowahurumia wale wanaomcha;
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
14 kwa kuwa anajua tulivyoumbwa, anakumbuka kwamba sisi tu mavumbi.
କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
15 Kuhusu mwanadamu, siku zake ni kama majani, anachanua kama ua la shambani;
ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
16 upepo huvuma juu yake nalo hutoweka, mahali pake hapalikumbuki tena.
ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
17 Lakini kutoka milele hata milele upendo wa Bwana uko kwa wale wamchao, nayo haki yake kwa watoto wa watoto wao:
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18 kwa wale walishikao agano lake na kukumbuka kuyatii mausia yake.
ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
19 Bwana ameweka imara kiti chake cha enzi mbinguni, ufalme wake unatawala juu ya vyote.
ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
20 Mhimidini Bwana, enyi malaika zake, ninyi mlio mashujaa mnaozitii amri zake, ninyi mnaotii neno lake.
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
21 Mhimidini Bwana, ninyi jeshi lake lote la mbinguni, ninyi watumishi wake mnaofanya mapenzi yake.
ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
22 Mhimidini Bwana, kazi zake zote kila mahali katika milki yake. Ee nafsi yangu, umhimidi Bwana.
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।