< Zaburi 110 >

1 Zaburi ya Daudi. Bwana amwambia Bwana wangu: “Keti mkono wangu wa kuume, mpaka nitakapowafanya adui zako kuwa mahali pa kuweka miguu yako.”
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
2 Bwana ataeneza fimbo yako ya utawala yenye nguvu kutoka Sayuni; utatawala katikati ya adui zako.
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
3 Askari wako watajitolea kwa hiari katika siku yako ya vita. Ukiwa umevikwa fahari takatifu, kutoka tumbo la mapambazuko utapokea umande wa ujana wako.
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
4 Bwana ameapa, naye hatabadilisha mawazo yake: “Wewe ni kuhani milele, kwa mfano wa Melkizedeki.”
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
5 Bwana yuko mkono wako wa kuume, atawaponda wafalme siku ya ghadhabu yake.
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
6 Atawahukumu mataifa, akilundika mizoga na kuwaponda watawala wa dunia nzima.
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
7 Atakunywa maji katika kijito kando ya njia, kwa hiyo atainua kichwa chake juu.
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।

< Zaburi 110 >