< Zaburi 112 >
1 Msifuni Bwana. Heri mtu yule amchaye Bwana, mtu yule apendezwaye sana na amri zake.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
2 Watoto wake watakuwa wenye uwezo katika nchi, kizazi cha watu waadilifu kitabarikiwa.
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
3 Nyumbani mwake kuna mali na utajiri, haki yake hudumu milele.
ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
4 Hata gizani nuru humzukia mtu mwadilifu, yule mwenye rehema, huruma na haki.
ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
5 Mema yatamjia mtu yule aliye mkarimu na mwenye kukopesha bila riba, anayefanya mambo yake kwa haki.
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
6 Hakika hatatikisika kamwe, mtu mwenye haki atakumbukwa milele.
କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 Hataogopa habari mbaya, moyo wake ni thabiti, ukimtegemea Bwana.
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
8 Moyo wake ni salama, hatakuwa na hofu, mwishoni ataona ushindi dhidi ya adui zake.
ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
9 Ametawanya vipawa vyake kwa ukarimu akawapa maskini; haki yake hudumu milele; pembe yake itatukuzwa kwa heshima.
ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
10 Mtu mwovu ataona na kuchukizwa, atasaga meno yake na kutoweka, kutamani kwa mtu mwovu kutaishia patupu.
ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।