< Zaburi 128 >

1 Wimbo wa kwenda juu. Heri ni wale wote wamchao Bwana, waendao katika njia zake.
ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
2 Utakula matunda ya kazi yako; baraka na mafanikio vitakuwa vyako.
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
3 Mke wako atakuwa kama mzabibu uzaao ndani ya nyumba yako; wana wako watakuwa kama machipukizi ya mizeituni kuizunguka meza yako.
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
4 Hivyo ndivyo atakavyobarikiwa mtu amchaye Bwana.
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5 Bwana na akubariki kutoka Sayuni siku zote za maisha yako, na uone mafanikio ya Yerusalemu,
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
6 nawe ujaliwe kuishi uone watoto wa watoto wako. Amani iwe juu ya Israeli.
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

< Zaburi 128 >