< Zaburi 130 >

1 Wimbo wa kwenda juu. Kutoka vilindini ninakulilia, Ee Bwana.
ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
2 Ee Bwana, sikia sauti yangu. Masikio yako na yawe masikivu kwa kilio changu unihurumie.
ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
3 Kama wewe, Ee Bwana, ungeweka kumbukumbu ya dhambi, Ee Bwana, ni nani angeliweza kusimama?
ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4 Lakini kwako kuna msamaha, kwa hiyo wewe unaogopwa.
ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
5 Namngojea Bwana, nafsi yangu inangojea, katika neno lake naweka tumaini langu.
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
6 Nafsi yangu inamngojea Bwana kuliko walinzi waingojeavyo asubuhi, naam, kuliko walinzi waingojeavyo asubuhi.
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
7 Ee Israeli, mtumaini Bwana, maana kwa Bwana kuna upendo usiokoma, na kwake kuna ukombozi kamili.
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
8 Yeye mwenyewe ataikomboa Israeli kutoka dhambi zao zote.
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

< Zaburi 130 >