< Zaburi 140 >

1 Kwa mwimbishaji. Zaburi ya Daudi. Ee Bwana, niokoe, kutoka kwa watu waovu; nilinde na watu wenye jeuri,
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
2 ambao hupanga mipango mibaya mioyoni mwao, na kuchochea vita siku zote.
ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତିଦିନ ଏକତ୍ରିତ ହୁଅନ୍ତି।
3 Wao hufanya ndimi zao kali kama za nyoka, sumu ya nyoka iko midomoni mwao.
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। (ସେଲା)
4 Ee Bwana, niepushe na mikono ya waovu; nilinde na watu wenye jeuri wanaopanga kunikwaza miguu yangu.
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
5 Wenye kiburi wameficha mtego wa kuninasa, wametandaza kamba za wavu wao, wametega mitego kwenye njia yangu.
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। (ସେଲା)
6 Ee Bwana, ninakuambia, “Wewe ni Mungu wangu.” Ee Bwana, usikie kilio changu na kunihurumia.
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।
7 Ee Bwana Mwenyezi, Mwokozi wangu mwenye nguvu, unikingaye kichwa changu siku ya vita:
ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।
8 Ee Bwana, usiwape waovu matakwa yao, usiache mipango yao ikafanikiwa, wasije wakajisifu.
ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। (ସେଲା)
9 Vichwa vya wanaonizunguka vifunikwe na shida zinazosababishwa na midomo yao.
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
10 Makaa ya mawe ya moto na yawaangukie! Na watupwe motoni, katika mashimo ya matope, wasiinuke tena kamwe.
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
11 Wasingiziaji wasifanikiwe katika nchi; maafa na yawawinde watu wenye jeuri.
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
12 Najua kwamba Bwana huwapatia maskini haki, na kuitegemeza njia ya mhitaji.
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
13 Hakika wenye haki watalisifu jina lako, na waadilifu wataishi mbele zako.
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।

< Zaburi 140 >