< Zaburi 3 >
1 Zaburi ya Daudi. Alipomkimbia mwanawe Absalomu. Ee Bwana, tazama adui zangu walivyo wengi! Ni wengi kiasi gani wanaoinuka dhidi yangu!
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
2 Wengi wanasema juu yangu, “Mungu hatamwokoa.”
ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। (ସେଲା)
3 Lakini wewe, Ee Bwana, ni ngao pande zote; umeniwekea utukufu na kuinua kichwa changu.
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
4 Ninamlilia Bwana kwa sauti kuu, naye ananijibu kutoka mlima wake mtakatifu.
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। (ସେଲା)
5 Ninajilaza na kupata usingizi; naamka tena, kwa maana Bwana hunitegemeza.
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6 Sitaogopa makumi elfu ya adui, wanaojipanga dhidi yangu kila upande.
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
7 Ee Bwana, amka! Niokoe, Ee Mungu wangu! Wapige adui zangu wote kwenye taya, vunja meno ya waovu.
ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
8 Kwa maana wokovu watoka kwa Bwana. Baraka yako na iwe juu ya watu wako.
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। (ସେଲା)