< Zaburi 57 >
1 Kwa mwimbishaji. Mtindo wa “Usiharibu!” Utenzi wa Daudi. Baada ya kumponyoka Sauli pangoni. Unihurumie, Ee Mungu, unihurumie, kwa maana nafsi yangu inakukimbilia. Chini ya uvuli wa mbawa zako nitakimbilia mpaka maafa yapite.
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
2 Namlilia Mungu Aliye Juu Sana, Mungu atimizaye makusudi yake kwangu.
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
3 Hutumana kutoka mbinguni na kuniokoa, akiwakemea wale wanaonifuatilia vikali; Mungu huutuma upendo wake na uaminifu wake.
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; (ସେଲା) ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
4 Niko katikati ya simba, nimelala katikati ya wanyama wenye njaa kuu: watu ambao meno yao ni mikuki na mishale, ambao ndimi zao ni panga kali.
ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
5 Ee Mungu, utukuzwe juu ya mbingu, utukufu wako na uenee duniani kote.
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
6 Waliitegea miguu yangu nyavu, nikainamishwa chini na dhiki. Wamechimba shimo katika njia yangu, lakini wametumbukia humo wao wenyewe.
ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। (ସେଲା)
7 Ee Mungu, moyo wangu ni thabiti; nitaimba na kusifu kwa moyo wangu wote.
ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
8 Amka, nafsi yangu! Amka, kinubi na zeze! Nitayaamsha mapambazuko.
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
9 Nitakusifu wewe, Ee Bwana, katikati ya mataifa; nitaimba habari zako, katikati ya jamaa za watu.
ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
10 Kwa maana upendo wako ni mkuu, waenea hadi mbinguni, uaminifu wako unazifikia anga.
କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
11 Ee Mungu, utukuzwe juu mbinguni, utukufu wako na uwe duniani pote.
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।