< Zaburi 68 >

1 Kwa mwimbishaji. Zaburi ya Daudi. Wimbo. Mungu na ainuke, watesi wake watawanyike, adui zake na wakimbie mbele zake.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
2 Kama vile moshi upeperushwavyo na upepo, vivyo hivyo uwapeperushe mbali, kama vile nta iyeyukavyo kwenye moto, vivyo hivyo waovu na waangamie mbele za Mungu.
ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।
3 Bali wenye haki na wafurahi, washangilie mbele za Mungu, wafurahi na kushangilia.
ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
4 Mwimbieni Mungu, liimbieni sifa jina lake, mtukuzeni yeye aendeshwaye juu ya mawingu: jina lake ni Bwana, furahini mbele zake.
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
5 Baba wa yatima, mtetezi wa wajane, ni Mungu katika makao yake matakatifu.
ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
6 Mungu huwaweka wapweke katika jamaa, huwaongoza wafungwa wakiimba, bali waasi huishi katika nchi kame.
ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।
7 Ee Mungu, ulipowatangulia watu wako, ulipopita nyikani,
ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, (ସେଲା)
8 dunia ilitikisika, mbingu zikanyesha mvua, mbele za Mungu, Yule wa Sinai, mbele za Mungu, Mungu wa Israeli.
ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
9 Ee Mungu, ulinyesha mvua nyingi na kuiburudisha ardhi iliyokuwa imechoka.
ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
10 Ee Mungu, watu wako waliishi huko, nawe kwa wingi wa utajiri wako uliwapa maskini mahitaji yao.
ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
11 Bwana alitangaza neno, waliolitangaza neno hilo walikuwa kundi kubwa:
ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
12 “Wafalme na majeshi walikimbia upesi, watu waliobaki kambini waligawana nyara.
ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
13 Hata ulalapo katikati ya mioto ya kambini, mabawa ya njiwa wangu yamefunikwa kwa fedha, manyoya yake kwa dhahabu ingʼaayo.”
ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?
14 Wakati Mwenyezi alipowatawanya wafalme katika nchi, ilikuwa kama theluji iliyoanguka juu ya Salmoni.
ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
15 Milima ya Bashani ni milima iliyotukuka, milima ya Bashani ina vilele vilivyochongoka.
ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
16 Enyi milima yenye vilele vilivyochongoka, kwa nini mnakazia macho kwa wivu, katika mlima Mungu anaochagua kutawala, ambako Bwana mwenyewe ataishi milele?
ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
17 Magari ya Mungu ni makumi ya maelfu, na maelfu ya maelfu; Bwana amekuja kutoka Sinai hadi katika patakatifu pake.
ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
18 Ulipopanda juu, uliteka mateka, ukapokea vipawa kutoka kwa wanadamu, hata kutoka kwa wale walioasi, ili wewe, Ee Bwana Mungu, upate kuishi huko.
ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
19 Sifa apewe Bwana, Mungu Mwokozi wetu, ambaye siku kwa siku hutuchukulia mizigo yetu.
ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। (ସେଲା)
20 Mungu wetu ni Mungu aokoaye, Bwana Mwenyezi hutuokoa na kifo.
ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
21 Hakika Mungu ataponda vichwa vya adui zake, vichwa vya hao waendao katika njia za dhambi.
ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
22 Bwana alisema, “Nitawarudisha kutoka Bashani; nitawarudisha kutoka vilindi vya bahari,
ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
23 ili uweze kuchovya miguu yako katika damu ya adui zako, huku ndimi za mbwa wako zikiwa na fungu lake.”
ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
24 Ee Mungu, maandamano yako yameonekana, maandamano ya Mungu wangu, Mfalme wangu, yakielekea patakatifu pake.
ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
25 Mbele wako waimbaji, baada yao wapiga vinanda, pamoja nao wako wanawali wakipiga matari.
ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।
26 Msifuni Mungu katika kusanyiko kubwa, msifuni Bwana katika kusanyiko la Israeli.
ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
27 Liko kabila dogo la Benyamini likiwaongoza, wakifuatwa na kundi kubwa la watawala wa Yuda, hatimaye watawala wa Zabuloni na Naftali.
କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
28 Ee Mungu, amuru uwezo wako, Ee Mungu tuonyeshe nguvu zako, kama ulivyofanya hapo awali.
ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।
29 Kwa sababu ya Hekalu lako Yerusalemu wafalme watakuletea zawadi.
ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
30 Mkemee mnyama aliyeko kwenye manyasi, kundi la mafahali katikati ya ndama za mataifa. Na walete minara ya madini ya fedha wakinyenyekea. Tawanya mataifa yapendayo vita.
ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
31 Wajumbe watakuja kutoka Misri, Kushi atajisalimisha kwa Mungu.
ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
32 Mwimbieni Mungu, enyi falme za dunia, mwimbieni Bwana sifa,
ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; (ସେଲା)
33 mwimbieni sifa yeye apandaye mbingu za kale zilizo juu, yeye angurumaye kwa sauti kuu.
ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
34 Tangazeni uwezo wa Mungu, ambaye fahari yake iko juu ya Israeli, ambaye uwezo wake uko katika anga.
ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
35 Ee Mungu, wewe unatisha katika mahali patakatifu pako, Mungu wa Israeli huwapa watu wake uwezo na nguvu. Mungu Asifiwe!
ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।

< Zaburi 68 >